• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
August 10, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥି ସହିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆବଶ୍ୟକ ଥିବା ସମସ୍ତ ଖାଲି ପଡ଼ିଥିବା ସ୍ୱାସ୍ଥ୍ୟ ସେବା ପଦବୀ ପୂରଣ ହେବ ବୋଲି ମଧ୍ଯ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି ସ୍ୱାସ୍ଥ୍ୟ ସେବା ପାଇଁ କୋରାପୁଟବାସୀଙ୍କୁ ଯେପରି ଆଉ ଦୂର ଦୁରାନ୍ତ ସହରକୁ ଯାଇ ହଇରାଣ ହରକତ ହେବାକୁ ନପଡେ ସେଥିପାଇଁ ଆମ ସରକାର ସମସ୍ତ ବ୍ୟବସ୍ଥା କରୁଛନ୍ତି । ଏହି ମେଡିକାଲ କଲେଜ ହସ୍‍ପିଟାଲ ଦ୍ବାରା କୋରାପୁଟ ସମେତ ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଆଦି ଜିଲ୍ଲା ଏବଂ ପଡୋଶୀ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ଲୋକମାନେ ମଧ୍ୟ ଉପକୃତ ହେବେ। ଏହି ନୂଆ ହସ୍‍ପିଟାଲରେ ଆପଣମାନେ ସବୁପ୍ରକାରର ଅତ୍ୟାଧୁନିକ ଚିକିତ୍ସା ସୁବିଧା ପାଇପାରିବେ ।

ସେ କହିଥିଲେଯେ ବିକାଶ ସହିତ ଦୁର୍ନୀତିମୁକ୍ତ ଶାସନ ଦେବା ଆମର କର୍ତ୍ତବ୍ୟ ।  ଆମ ସରକାର ଆସିବା ପରେ ରାଜ୍ୟରେ ଶିକ୍ଷା ଓ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଗୁଣାତ୍ମକମାନ ବୃଦ୍ଧି କରିବା ଉପରେ ପ୍ରାଥମିକତା ଦେଉଛନ୍ତି । ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବର୍ଷ ବର୍ଷ ଧରି ଖାଲି ପଡିଥିବା ପଦବୀ ଅଗ୍ରାଧିକାର ଭିତ୍ତିରେ ପୂରଣ କରାଯାଉଛି । ରାଜ୍ୟରେ ବର୍ତ୍ତମାନ ୧୨ ଟି ସରକାରୀ ମେଡିକାଲ କଲେଜ ଅଛି । ଖୁବ୍‍ଶୀଘ୍ର ଆଉ ୪ଟି ଜିଲ୍ଲା ଢେଙ୍କାନାଳ, ଜଗତସିଂହପୁର, ଭଦ୍ରକ ଓ ନବରଙ୍ଗପୁରରେ ମେଡିକାଲ କଲେଜ ସ୍ଥାପନ ହେବ ।

ଏହି ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ରୋଗୀମାନଙ୍କ ପାଇଁ ବହୁବିଧ ଚିକିତ୍ସା ସୁବିଧା କରାଯାଉଛି । ସି.ଟି ସ୍କାନ୍, ଡାଏଲିସିସ୍, ମାମୋଗ୍ରାଫି ପରି ଅତ୍ୟାଧୁନିକ ରୋଗ ନିରୂପଣ ପରୀକ୍ଷା ନିରୀକ୍ଷାର ବ୍ୟବସ୍ଥା ମଧ୍ୟ କରାଯାଉଛି । ଗୁରୁତର ରୋଗୀମାନଙ୍କ ପାଇଁ ଯେପରି ଅକ୍ସିଜେନର ଅଭାବ ନହେବ ସେଥିନିମନ୍ତେ ସ୍ବତନ୍ତ୍ର ଅକ୍ସିଜେନ୍ ପ୍ଲାଣ୍ଟ ବସାଯାଉଛି । ଏହି ହସ୍‍ପିଟାଲ ସଂଲଗ୍ନ ୨ ଏକର ପରିମିତ ଜାଗାରେ କ୍ୟାନ୍ସର ଚିକିତ୍ସା ହସ୍‍ପିଟାଲ ମଧ୍ୟ ନିର୍ମାଣ କରାଯାଉଛି । ଏଥିପାଇଁ ଆମ ସରକାର ପ୍ରାୟ ୪୧ କୋଟି ୧୫ ଲକ୍ଷ  ଟଙ୍କାର ବ୍ୟୟ ବରାଦ କରିଛନ୍ତି ବୋଲି ସେ କହିଥିଲେ।

ଆମ ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ କରିଛନ୍ତି ।ବର୍ତ୍ତମାନ ରାଜ୍ୟବାସୀଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ମିଳିତ ଭାବେ କାର୍ଯ୍ୟ କରୁଛି । ଏହା ମାଧ୍ୟମରେ ଆମ ରାଜ୍ୟର ୩ କୋଟି ୪୬ ଲକ୍ଷ ଅର୍ଥାତ୍‍ ୮୦ ପ୍ରତିଶତ ଲୋକ ଉପକୃତ ହେଉଛନ୍ତି  । ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଯୋଜନାରେ ରାଜ୍ୟର ପ୍ରାୟ ୩ ଲକ୍ଷ ୯୧ ହଜାର ହିତାଧିକାରୀମାନଙ୍କ ପାଇଁ ୯୦୦ କୋଟି ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି । ସେହିଭଳି ଧନୀ, ଗରିବ ନିର୍ବିଶେଷରେ ୭୦ ବର୍ଷରୁ ଉର୍ଦ୍ଧ୍ୱ ୮୬୪୪ ଜଣ ହିତାଧିକାରୀଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୩୫ କୋଟି ୬୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ପ୍ରଦାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ନିରନ୍ତର ବିକାଶ ଧାରାରେ ଆଜି କୋରାପୁଟ ଜିଲ୍ଲା ମଧ୍ୟ ସାମିଲ ହୋଇଛି । ବର୍ତ୍ତମାନ ରାଜ୍ୟର ଜନସାଧାରଣଙ୍କ ସହିତ ଆମ କୋରାପୁଟବାସୀ ମଧ୍ୟ ଦେଶର ବଡ଼ ବଡ଼ ସହରରେ ଥ‌ିବା ପ୍ରାୟ ୨୯ ହଜାରରୁ ଉର୍ଦ୍ଧ୍ୱ ତାଲିକାଭୁକ୍ତ ଘରୋଇ ହସ୍‍ପିଟାଲରେ ମାଗଣା ସ୍ବାସ୍ଥ୍ୟସେବା ପାଉଛନ୍ତି । ପ୍ରତି ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ମହିଳା ସଦସ୍ୟମାନଙ୍କ ପାଇଁ ଅତିରିକ୍ତ ୫ ଲକ୍ଷ ଟଙ୍କାର ଦେୟମୁକ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇଛି । କୋରାପୁଟ ଜିଲ୍ଲାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା – ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅନ୍ତର୍ଗତ ଏପର୍ଯ୍ୟନ୍ତ ୩ ଲକ୍ଷ ୫୪୭ ଟି କାର୍ଡ ବଣ୍ଟନ କରାଯାଇଛି । ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଅଧୀନରେ ୯ ହଜାର ୬ ଜଣ ହିତାଧିକାରୀ ମାନେ ଏପର୍ଯ୍ୟନ୍ତ ପଂଜୀକୃତ ହୋଇଛନ୍ତି।କୋରାପୁଟ ଜିଲ୍ଲାରେ ବର୍ତ୍ତମାନ ୪ଟି ବେସରକାରୀ ହସ୍ପିଟାଲ୍‌କୁ AB PMJAY–GJAY ଅନ୍ତର୍ଗତ ଅନୁମୋଦନ ମିଳିଛି, ଯେଉଁଠି ଲୋକେ କ୍ୟାଶଲେସ୍ ଚିକିତ୍ସା ସୁବିଧା ପାଉଛନ୍ତି ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାତ୍ର ଏକ ବର୍ଷର ସରକାରରେ ଅନେକ କିଛି କାର୍ଯ୍ୟ ହୋଇଛି ସବୁ କ୍ଷେତ୍ରରେ । ଏହି କାର୍ଯ୍ୟ ଆହୁରି ଅଧିକ ଗତିରେ ତ୍ୱରାନ୍ୱିତ ହେବ । ଆମ ସରକାର ହେଉଛି ଲୋକଙ୍କ ସରକାର । ୨୦୩୬ ମସିହାରେ ସମୃଦ୍ଧ ଓଡ଼ିଶା ଗଠନ ସହ ୨୦୪୭ ମସିହା ବେଳକୁ ବିକଶିତ ଭାରତ ଗଠନରେ ଓଡ଼ିଶାକୁ ଅଗ୍ରଣୀ ସ୍ଥାନରେ ପହଞ୍ଚାଇବା ପାଇଁ ଆମ ସରକାର ଅହରହ ପ୍ରଚେଷ୍ଟା ଜାରି ରଖିଛନ୍ତି । ଶିକ୍ଷା, ସ୍ବାସ୍ଥ୍ୟସେବା, କୃଷି, ଶିଳ୍ପ, ନୂଆ ରୋଜଗାର ସୁବିଧା ସୃଷ୍ଟି, ନିରନ୍ତର ଆର୍ଥିକ ବିକାଶ ଆଦି କ୍ଷେତ୍ରରେ ସାରା ଓଡ଼ିଶାରେ ନୂଆ ଯୁଗର ଆରମ୍ଭ ହୋଇଛି । ଏ ସବୁଥିରେ କୋରାପୁଟ ଜିଲ୍ଲାକୁ ସାମିଲ କରାଯାଇଛି ।

ଉକ୍ତ କାର୍ଯ୍ୟକ୍ରମ ଅବସରରେ ସ୍ୱାସ୍ଥ୍ୟ ତଥା ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ କହିଛନ୍ତି ଯେ, କୋରାପୁଟ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବିକାଶ ଇତିହାସରେ ଆଜି ଆଉ ଏକ ନୂଆ ଫର୍ଦ୍ଦ ଯୋଡି ହେଉଛି । ଆଜିର ଏହି ଶୁଭ ଅବସରରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ ନୂଆ ହସ୍‍ପିଟାଲ ଉଦ୍‍ଘାଟନ ଅବିଭକ୍ତ କୋରାପୁଟ ଜିଲ୍ଲାର ସ୍ୱାସ୍ଥ୍ୟ ସେବା ପାଇଁ ଏକ ଅନନ୍ୟ ପ୍ରାରମ୍ଭ।

ସମସ୍ତ ସ୍ବାସ୍ଥ୍ୟସେବା କେନ୍ଦ୍ର, ସରକାରୀ ଡାକ୍ତରଖାନା, ମେଡ଼ିକାଲ୍ କଲେଜ ଏବଂ ହସ୍‍ପିଟାଲ ଆଦିରେ ନୂଆ ଭିତ୍ତିଭୂମି ସହ ରୋଗୀ-କୈନ୍ଦ୍ରିକ ସେବା ବ୍ୟବସ୍ଥା ସୃଷ୍ଟି କରାଯାଉଛି । ହସ୍‍ପିଟାଲଗୁଡ଼ିକର ନବୀକରଣ କରାଯାଉଛି । ଏ ସବୁ ପାଇଁ ଆମ ସରକାର ଅଙ୍ଗୀକାରବଦ୍ଧ। ଏହି ପଦକ୍ଷେପ ଫଳରେ ରାଜ୍ୟର ସବୁ ଆଞ୍ଚଳର ବିକାଶ ସନ୍ତୁଳିତ ଭାବେ ହୋଇ ପାରିବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା – ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା, ଆୟୁଷ୍ମାନ୍ ବୟୋ ବନ୍ଦନା ଯୋଜନା ଅନ୍ତର୍ଗତ ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ ସେବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ, ଲ ଗୋକୁଳାନନ୍ଦ ମଲ୍ଲିକ, ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁତା, କୋଟପାଡ଼ ବିଧାୟକ ରୁପୁ ଭତ୍ରା, ଜିଲ୍ଲାପାଳ ମନୋଜ ସତ୍ୟବାନ୍ ମହାଜନ ପ୍ରମୁଖ ମଂଚାସୀନ ଥିବା ବେଳେ ସମାରୋହରେ ଅନୁଷ୍ଠାନିକ ସ୍ୱାଗତ ଭାଷଣ, କୋରାପୁଟ ବିଧାୟକ ରଘୁରାମ ମାଛ ଦେଇଥିବା ବେଳେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଅନୁଷ୍ଠାନିକ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 99
Share198Tweet124Send
Voice of Victims

Voice of Victims

Recent Posts

  • ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର
  • ମେ’ ୧ମ/ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ
  • ୪ ତାରିଖ ଯାଏଁ ଜାରି ରହିବ ଝଡ ବର୍ଷାର ପ୍ରଭାବ
  • ଛେଣ୍ଡିପଦା-ଅନୁଗୋଳ ରାଜ୍ୟ ରାଜପଥ- ୬୩କୁ ୨ ରୁ ୪ ଲେନ୍ କରାଯାଉ, ମୋହନ ମାଝୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି
  • ନାସାର ଐତିହାସିକ ‘ଆର୍ଟେମିସ୍-୨’ ମିଶନ, ୫୦ ବର୍ଷ ପରେ ଜହ୍ନକୁ ଗଲେ ମଣିଷ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In