ମାଲକାନଗିରି/ନବରଙ୍ଗପୁର : ପ୍ରବଳ ବର୍ଷା ନେଇ ଆଜି ମାଲକାନଗିରି ଓ ନବରଙ୍ଗପୁରରେ ସ୍କୁଲ ଛୁଟି । ସବୁ ସରକାରୀ, ବେସରକାରୀ ସ୍କୁଲ, ଅଙ୍ଗନବାଡ଼ି ବନ୍ଦ ରହିବ । ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ସବୁ ଶିକ୍ଷକ, ଶିକ୍ଷୟିତ୍ରୀ ସ୍କୁଲରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପଟେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୩ ଜିଲ୍ଲା କଳାହାଣ୍ଡି, ରାୟଗଡ଼ା ଓ ଗଜପତିକୁ ଓ ନବରଙ୍ଗପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

