ଭୁବନେଶ୍ୱର : ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଏହା ଓଡ଼ିଶା ମଧ୍ୟ ଦେଇ ଗତିକରିବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଡ଼ଘଡ଼ି ନେଇ ୪ ଜିଲ୍ଲା କଟକ, ପୁରୀ , ଖୋର୍ଦ୍ଧା ଓ ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ୧୬ ଜିଲ୍ଲାକୁ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରକୁୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୭ ତାରିଖ ଯାଏ ପ୍ରବଳ ବର୍ଷା ପାଇଁ ୱାର୍ଣ୍ଣିଂ ଜାରି । ଏପଟେ ଲଘୁଚାପ ପ୍ରଭାବରେ ଲଗାଣ ବର୍ଷାରେ ଭିଜୁଛି ସାରା ଓଡ଼ିଶା । ବର୍ଷାରେ ହସ୍ତସନ୍ତ ରାଜଧାନୀ ବାସୀ ।

