• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ, ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

by Voice of Victims
September 9, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ, ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

ନୂଆଦିଲ୍ଲୀ : ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି । ଏହାରି ମଧ୍ୟରେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚି ଭୋଟ ଦେଇଛନ୍ତି । ଏଥିସହ ଉଭୟ ଗୃହର ସାଂସଦ ମଧ୍ୟ ଭୋଟ୍ ଦେଉଛନ୍ତି ।

ଜଗଦୀପ ଧନଖଡ଼ଙ୍କ ଇସ୍ତଫା ପରେ ଆଜି ଉପରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ହେବ । ଏହି ନିର୍ବାଚନରେ ବିଜେପି ନେତୃତ୍ବାଧୀନ ଏନଡିଏ ପକ୍ଷରୁ ମହାରାଷ୍ଟ୍ର ରାଜ୍ୟପାଳ ସି.ପି.ରାଧାକୃଷ୍ଣନଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିରୋଧୀ ଇଣ୍ଡି ମେଣ୍ଟ ପ୍ରାର୍ଥୀ ଭାବେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବି.ସୁଦର୍ଶନ ରେଡ୍ଡୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି ।

ଏଥିପାଇଁ ଲୋକସଭା ଓ ରାଜ୍ୟସଭା ସାଂସଦଙ୍କୁ ନେଇ ଇଲେକ୍ଟୋରାଲ କଲେଜ ଗଠିତ ହୋଇସାରିଛି । ଏହି ଇଲେକ୍ଟୋରାଲ କଲେଜରେ ଲୋକସଭାର ୫୪୨ ଓ ରାଜ୍ୟସଭାର ୨୩୯ ସାଂସଦଙ୍କୁ (ମୋଟ ୭୮୧) ସାମିଲ କରାଯାଇଛି । ତେବେ ବିଜେଡି (ବିଜୁ ଜନତା ଦଳ) ଓ ବିଆରଏସ (ଭାରତ ରାଷ୍ଟ୍ର ସମିତି) ଏହି ନିର୍ବାଚନରୁ ବିରତ ରହିବେ ବୋଲି ଘୋଷଣା କରିସାରିଛନ୍ତି । ବିଜୟୀ ପ୍ରାର୍ଥୀଙ୍କୁ ଅତିକମରେ ୩୮୬ଟି ଭୋଟ ହାତେଇବା ଜରୁରୀ ହୋଇପଡିଛି ।

Post Views: 60
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In