• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସୁଛି ଆଉ ଏକ ଲଘୁଚାପ, ୨୪ ତାରିଖ ଠାରୁ ରାଜ୍ୟରେ ବର୍ଷା ବଢ଼ିବା ଆଶଙ୍କା

by Voice of Victims
September 20, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ ।  ଘୂର୍ଣ୍ଣିବଳୟ ପ୍ରଭାବରେ ୨୫ରେ ବଙ୍ଗୋପସାଗରରେ ଲୋ-ପ୍ରେସର ସମ୍ଭାବନା । ମିଆଁମାର-ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆସନ୍ତା ୨୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗରରେ ମିଆଁମାର-ବାଂଲାଦେଶ ଉପକୂଳରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ଅନ୍ୟପଟେ ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିଷ୍କ୍ରିୟ ରହିଛି। ଏନେଇ ପାଣିପାଗ ବିଭାଗ ବିଭାଗ ସୂଚନା ଦେଇଛି  । ଆଜି ବିଜୁଳି ଓ ଘଡ଼ଘଡ଼ି ପାଇଁ ପୂରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିବା ଆଶଙ୍କା କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ସେହିପରି ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ପାଇଁ ୧୪ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ । ୨୪ ତାରିଖରେ ୨ ଜିଲ୍ଲା ମୟୂରଭଞ୍ଜ ଏବଂ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୫ ତାରିଖ ଦିନ ୮ ଜିଲ୍ଲାରେ ପ୍ରବଳ ବର୍ଷିବ ।  ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆକଳନ କରାଯାଇଛି ।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In