• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଉଲ୍ଲେଖନୀୟ ତଥା ବିଶିଷ୍ଟ ସେବା ନିମନ୍ତେ ଦିଆଗଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ

by Voice of Victims
January 26, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ, ସ୍ୱାସ୍ଥ୍ୟ
ଉଲ୍ଲେଖନୀୟ ତଥା ବିଶିଷ୍ଟ ସେବା ନିମନ୍ତେ ଦିଆଗଲା ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ

ଭୁବନେଶ୍ୱର: ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟ ଆରକ୍ଷୀ ବାହିନୀ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ଏବଂ ଓଡ଼ିଶା କାରାଗାର ସଂସ୍ଥା ଓ ସଂସ୍କାର ସେବାର ମୋଟ ୫୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଆଜି ରାଜ୍ୟପାଳ ଶ୍ରୀ ରଘୁବର ଦାସ ୨୦୨୩ ମସିହା ସ୍ୱାଧୀନତା ଦିବସ ପାଇଁ ରାଷ୍ଟ୍ରପତି ଓ ରାଜ୍ୟପାଳ ପଦକ ପ୍ରଦାନ କରିଛନ୍ତି। ଆଜି ସ୍ଥାନୀୟ ଲୋକସେବା ଭବନ କନ୍‌ଭେନ୍‌ସନ୍‌ ହଲ୍‌ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ ରାଜ୍ୟ ଆରକ୍ଷୀ ବାହିନୀର ୪ ଜଣଙ୍କୁ ସେମାନଙ୍କ ମାଓ ବିରୋଧି ଅଭିଯାନ ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରା ପ୍ରଦତ୍ତ ସାହସିକତା ପଦକ ଓ ମାନପତ୍ର ପ୍ରଦାନ କରିଥିଲେ। ସେହିପରି ଦୁଇଜଣ ଆରକ୍ଷୀ ଅଧିକାରୀଙ୍କୁ ତାଙ୍କର ବିଶିଷ୍ଟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ସହ ୧୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିବାବେଳେ ୧୧ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ତାଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପଦକ ସହ ୭ ହଜାର ୫୦୦ ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିଲା। ୨୦୨୩ ମସିହା ସ୍ୱାଧୀନତା ଦିବସ ନିମନ୍ତେ ରାଜ୍ୟ ଆରକ୍ଷୀ ବାହିନୀର ୨୦ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ରାଜ୍ୟପାଳ ପଦକ ଓ ମାନପତ୍ର ପ୍ରଦାନ କରାଯାଇଥିଲା। ରାଜ୍ୟ ଅଗ୍ନିଶମ ସେବା ବର୍ଗର ଜଣଙ୍କୁ ୨୦୨୩ ସ୍ୱାଧୀନତା ଦିବସ ପାଇଁ ରାଷ୍ଟ୍ରପତିଙ୍କ ପ୍ରଦତ୍ତ ସାହସିକତା ପଦକ ପ୍ରଦାନ କରାଯାଇଥିବାବେଳେ ଦୁଇଜଣଙ୍କୁ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଥିଲା। ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ବାହିନୀ ବର୍ଗରେ ୩ ଜଣଙ୍କୁ ରାଷ୍ଟ୍ରପତିଙ୍କ ପ୍ରଦତ୍ତ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରାଯାଇଥିଲା। ଅଗ୍ନିଶମ ଓ ଜରୁରୀକାଳୀନ ସେବା ବର୍ଗର ଦୁଇଜଣ ଅଧିକାରୀଙ୍କୁ ସେମାନଙ୍କର ଉଲ୍ଲେଖନୀୟ ସେବା ନିମନ୍ତେ ୨୦୨୩ ସ୍ୱାଧୀନତା ଦିବସ ପାଇଁ ରାଜ୍ୟପାଳ ପଦକ ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଓଡ଼ିଶା କାରାଗାର ସଂଗଠନରେ କାର୍ଯ୍ୟରତ ୫ ଜଣ କର୍ମଚାରୀଙ୍କ କର୍ତ୍ତବ୍ୟନିଷ୍ଠ ଓ ବୃତ୍ତିଗତ ନୈପୁଣ୍ୟ ପାଇଁ ୨୦୨୩ ସ୍ୱାଧୀନତା ଦିବସ ପାଇଁ ପ୍ରଶଂସନୀୟ ସଂସ୍କାର ସେବା ପଦକ, ୭୫୦୦ ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ୨୦୨୪ ସାଧାରଣତନ୍ତ୍ର ଦିବସ ପାଇଁ ପଦକ ତାଲିକା ଘୋଷଣା କରାଯାଇଥିଲା। ଏଥିରେ ସାହସିକତା, ବିଶିଷ୍ଟ ସେବା ଓ ଉଲ୍ଲେଖନୀୟ ସେବା ପାଇଁ ୩୩ ଜଣଙ୍କ ନାମ ଘୋଷଣା ହୋଇଛି। ଏହି ପଦକ ପ୍ରଦାନ ଉତ୍ସବରେ ରାଜ୍ୟପାଳ ଶ୍ରୀ ରଘୁବର ଦାସ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ସମସ୍ତଙ୍କୁ ପଦକ, ମାନପତ୍ର ଓ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ, ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡ଼ଙ୍ଗୀ, ରାଜ୍ୟ କାରାଗାର ଓ ସଂସ୍କାରସେବା ମହାନିର୍ଦ୍ଦେଶକ ଅମ୍ରିତ ମୋହନ ପ୍ରସାଦ, ରାଜ୍ୟ ଅଗ୍ନିଶମ, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀଙ୍କ ସମେତ ଗୃହ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Post Views: 44
Share198Tweet124Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In