• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଆରମ୍ଭ ହେଲା ଆଦିବାସୀ ମେଳା-୨୦୨୪

by Voice of Victims
January 26, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆରମ୍ଭ ହେଲା ଆଦିବାସୀ ମେଳା-୨୦୨୪

ଭୁବନେଶ୍ବର: ଓଡିଶାର ଜନଜାତିଙ୍କ ଜୀବନଜୀବିକା, କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଆୟୋଜିତ ହୋଇଛି ଆଦିବାସୀ ମେଳା-୨୦୨୪। ଚଳିତ ବର୍ଷ ୟୁନିଟ-୧ ସ୍ଥିତ ଆଦିବାସୀ ପଡିଆରେ ଏହି ମେଳାର ଆୟୋଜନ କରାଯାଇଛି। ଜାନୁଆରୀ ୨୬ ରୁ ଆରମ୍ଭ ହୋଇ ଏହି ମେଳା ଫେବୃଆରୀ ୫ ଯାଏଁ ଚାଲିବ। ପ୍ରତ୍ୟହ ଅପରାହ୍ନ ୨ଟା ୩୦ ରୁ ରାତି ୯ ଟା ଯାଏଁ ଏହି ମେଳା ସର୍ବସାଧାରଣଙ୍କ ନିମନ୍ତେ ଖୋଲାରହିବ। ଏହି ମେଳାର ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାମ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ଜଗନ୍ନାଥ ସାରକା ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଯୋଗ ଦେଇ ଆଦିବାସୀ ମେଳାର ଶୁଭେଚ୍ଛା ବାର୍ତ୍ତା ଜଣାଇଥିଲେ। ସମାରୋହରେ ସମ୍ମାନନୀୟ ଅତିଥି ଭାବେ ବିଭାଗୀୟ କମିଶନର ତଥା ଶାସନ ସଚିବ ଶ୍ରୀମତୀ ରୂପାରୋଶନ ସାହୁ ଯୋଗ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇ କହିଛନ୍ତି, ଜନଜାତିମାନେ ଆମର ଗର୍ବ ଓ ଗୌରବ। ଜନଜାତିମାନଙ୍କ ଉନ୍ନତି ଓ କଲ୍ୟାଣ ତଥା ସେମାନଙ୍କ ସଂସ୍କୃତିର ସୁରକ୍ଷା ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଗଠନ କରାଯାଇଛି। ଜନଜାତି ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ଆଦିବାସୀ ସଂସ୍କୃତି ସହ ପରିଚିତ କରିବା ପାଇଁ ଭାଷା ଲ୍ୟାବ ପ୍ରତିଷ୍ଠା ପାଇଁ ପଦକ୍ଷେପ ନିଆଯାଇଛି। ଜାତୀୟସ୍ତରରେ ଜନଜାତିଙ୍କ କଳାକୁ ସ୍ବତନ୍ତ୍ର ପରିଚୟ ମିଳିପାରିଛି। ଆମ ରାଜ୍ୟରେ ଆଦିବାସୀ ମେଳା ଖୁବ୍ ଲୋକପ୍ରିୟ କାର‌୍ୟ୍ୟକ୍ରମ। ଏହାଦ୍ବାରା ଜନଜାତିଙ୍କ ସାମଗ୍ରୀ ପାଇଁ ବଜାର ସୃଷ୍ଟିର ପ୍ରୟାସ କରାଯିବା ସହ ସେମାନଙ୍କ ସଂସ୍କୃତି ସହ ରାଜ୍ୟବାସୀ ପରିଚିତ ହୋଇ ପାରିଥାନ୍ତି। ଅନ୍ୟପକ୍ଷେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସାରକା କହିଛନ୍ତି, ଜନଜାତିଙ୍କ ଜୀବନଶୈଳୀ, ପରମ୍ପରାକୁ ଲୋକଲୋଚନକୁ ଆଣିବା ପାଇଁ  ପ୍ରତିବର୍ଷ ଆଦିବାସୀ ମେଳାର ଆୟୋଜନ କରୁଛି ବିଭାଗ। ସେମାନଙ୍କୁ ସାମାଜିକ, ଅର୍ଥନୈତିକ ଭାବଧାରାରେ ସାମିଲ କରିବା ଲକ୍ଷ୍ୟ ନେଇ ଆଦିବାସୀ ମେଳାର ଆୟୋଜନ କରାଯାଉଛି। ଏହାଦ୍ବାରା ଜନଜାତିଙ୍କ ହସ୍ତକଳା ସାମଗ୍ରୀ ଏବଂ ଆଦିବାସୀ ଅଞ୍ଚଳର ଉତ୍ପାଦନର ବିକ୍ରୟ କରିବାର ଅବସର ସୃଷ୍ଟି ହୋଇଛି। ରାଜ୍ୟ ସରକାରଙ୍କ ଉଦ୍ୟମରେ ବିକଶିତ ହୋଇଥିବା ଜନଜାତିଙ୍କ ଜୀବନଶୈଳୀ ଏହିମେଳାରେ ପ୍ରଦର୍ଶିତ ହେବ। ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବିଭାଗୀୟ ଶାସନ ସଚିବ କହିଛନ୍ତି, ୧୯୫୧ ମସିହାରୁ କଟକରେ ପ୍ରଥମେ ଆରମ୍ଭ ହୋଇଥିବା ଏହି ମେଳା ୧୯୫୪ ମସିହା ଠାରୁ ଭୁବନେଶ୍ବରରେ ଅନୁଷ୍ଠିତ ହୋଇ ଆସୁଛି। ପ୍ରତିବର୍ଷ ବିଭାଗ ଏଥିରେ ନୂଆ ନୂଆ ଉପାଦାନକୁ ଯୋଡିବାରେ ପ୍ରୟାସ ଜାରି ରଖିଛି। ଏହି ମେଳାରେ ଆଦିବାସୀ ହାଟକୁ ଲୋକେ ଦେଖିବାକୁ ପାଇବେ। ଏହାସହ ଭାଷାକୁ ଗୁରୁତ୍ବ ଦେଇ ମେଳାରେ ପ୍ରତିସନ୍ଧ୍ୟାରେ ବହୁଭାଷୀ ଥିଏଟର୍ ଫେଷ୍ଟିଭାଲ୍ ପରିବେଷଣ କରାଯିବ। ଜନଜାତି ସମ୍ପ୍ରଦାୟଙ୍କ ଦାବିକୁ ଦୃଷ୍ଟିରେ ରଖି ଆଗକୁ ସାମଗ୍ରୀ ବିକ୍ରୟ ପାଇଁ ସେମାନଙ୍କୁ ସ୍ଥାୟୀ ଦୋକାନ ଯୋଗାଇଦିଆଯିବା ନେଇ ବିଭାଗୀୟ ଶାସନ ସଚିବ ମତ ପ୍ରକାଶ କରିଛନ୍ତି। ଚଳିତ ବର୍ଷ ୧୦୯ ଟି ଷ୍ଟଲକୁ ନେଇ ଆଦିବାସୀ ମେଳାର ଆୟୋଜନ କରାଯାଇଥିବା ବେଳେ ଉଦଘାଟନୀ ସନ୍ଧ୍ୟାରେ ସ୍ବତନ୍ତ୍ର ଜର୍ଣ୍ଣାଲ୍ “ଆଦିବାସୀ”ର ୬୩ତମ ସଂସ୍କରଣ ଉନ୍ମୋଚନ କରାଯାଇଛି। ଏହାସହ ୧୦ ଜଣ ବିଭିନ୍ନ ସମ୍ପ୍ରଦାୟର ଜନଜାତିଙ୍କୁ ଆଦିବାସୀ ପ୍ରତିଭା ସମ୍ମାନ ପ୍ରଦାନ କରାଯାଇଛି। ସମାରୋହରେ ଏସସିଏସଟିଆରଟିଆଇର ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ ସ୍ବାଗତ ଅଭିଭାଷଣ ରଖିଥିବା ବେଳେ ସ୍ବତନ୍ତ୍ର ଅଧିକାରୀ ଶ୍ରୀ ସମରେନ୍ଦ୍ର ଭୂତିଆ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟାନ୍ୟ ଅତିଥି ମଧ୍ୟରେ ଉପନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ରଥ ଓ ଅନ୍ୟାନ୍ୟ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ।

Post Views: 33
Share199Tweet125Send
Voice of Victims

Voice of Victims

Recent Posts

  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍
  • ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ
  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In