• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ହବିଷିଆଳୀଙ୍କ ଭିଡ଼, ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ବ୍ୟବସ୍ଥା

by Voice of Victims
October 7, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ
ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ: ଶ୍ରୀକ୍ଷେତ୍ରରେ ହବିଷିଆଳୀଙ୍କ ଭିଡ଼, ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷା ପାଇଁ ବ୍ୟବସ୍ଥା

ପୁରୀ : ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ । ଏନେଇ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ସ୍ବତନ୍ତ୍ର ନୀତିକାନ୍ତି । ସକାଳୁ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସଂକଳ୍ପ କରି ବ୍ରତ ଆରମ୍ଭ କରିଛନ୍ତି ହବିଷ୍ୟାଳୀ । ଆଜି ଠାରୁ ଏକ ମାସ ପର୍ଯ୍ୟନ୍ତ ବ୍ରତ ପାଳନ କରିବେ ହବିଷ୍ୟାଳି l ପୁରୀ ର ୫ ଟି ହବିଷ୍ୟାଳୀ କେନ୍ଦ୍ର ରେ ୨୫ଶହ ହବିଷ୍ୟାଳୀଙ୍କ ପାଇଁ ରହିବାର ବ୍ୟବସ୍ଥା ହୋଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ହବିଷ୍ୟାଳିଙ୍କ ନିମନ୍ତେ ଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ ଆଦିର ବ୍ୟବସ୍ଥା କରାଯାଇଛି l ତତସହିତ ହବିଷ୍ୟାଳୀ ଶିବିରରେ ସ୍ବାସ୍ଥ୍ୟ ପରୀକ୍ଷା, ପାନୀୟ ଜଳ ଓ ସ୍ବେଚ୍ଛାସେବୀଙ୍କ ସହଯୋଗ ବ୍ୟବସ୍ଥା ମଧ୍ୟ କରାଯାଇଛି । ହବିଷ୍ୟାଳୀମାନଙ୍କ ପାଇଁ ସନ୍ଧ୍ୟାରେ ପାଲା, ଦାସ କାଠିଆ ଆଦି ପରିବେଷଣ ନେଇ ବ୍ୟବସ୍ଥା ମଧ୍ୟ କରାଯାଇଛି । ତୀର୍ଥ ପୁଷ୍କରିଣୀରେ ହବିଷ୍ୟାଳୀମାନେ ସ୍ନାନ କରିବାକୁ ଦୃଷ୍ଟିରେ ରଖାଯାଇ ସେଠାରେ ଅଗ୍ନିଶମ ବିଭାଗ ପକ୍ଷରୁ ମଧ୍ୟ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ପବିତ୍ର କାର୍ତ୍ତିକ ମାସରେ ହବିଷ୍ୟାଳୀଙ୍କ ସହିତ ହଜାର ହଜାର ଭକ୍ତ ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ କରିବେ । ଏଣୁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି । ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିର ଭିତରେ ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ଲାଇନ୍ ବ୍ୟବସ୍ଥା କରାଯାଇଛି । ଅନ୍ୟ ଭକ୍ତ ମାନେ ମଧ୍ୟ ମହାପ୍ରଭୁଙ୍କୁ କିଭଳି ସୁରୁଖୁରୁରେ ଦର୍ଶନ କରିପାରିବେ ସେନେଇ ନାଟମଣ୍ଡପ ଭିତରେ ପୋଲିସ, ଜେଟିପିଙ୍କୁ ମୁତୟନ କରାଯିବାର ବ୍ୟବସ୍ଥା ହୋଇଥିବା ବେଳେ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।

ପୁରୀ ସହରରେ ଟ୍ରାଫିକ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ଅଭିଜ୍ଞ ପୋଲିସ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ଏବଂ ସୁରକ୍ଷା ବ୍ୟବସ୍ଥା ପାଇଁ ୨୨ ପ୍ଲାଟୁନ ପୋଲିସ ଫୋର୍ସ, ୪ ଅତିରିକ୍ତ ଏସପି, ୧୫ ଡିଏସପି, ୧୫ ଇନ୍ସପେକ୍ଟର, ୬୫ ଜଣ ସବ ଇନ୍ସପେକ୍ଟର, ୧୦୦ କନଷ୍ଟେବଳଙ୍କୁ ମୁତୟନ କରାଯାଇଛି। ସେହିପରି ସିସିଟିଭିରେ ସମଗ୍ର ଅଞ୍ଚଳକୁ ନଜର ରଖାଯାଇଥିବା ବେଳେ ଏନେଇ ଏକ କଣ୍ଟ୍ରୋଲ ରୁମ୍ ମଧ୍ୟ କରାଯାଇଛି । ଲୋକଙ୍କୁ ବିଭିନ୍ନ ସୂଚନା ପ୍ରଦାନ ପାଇଁ ଅଧିକ ସୂଚନା କେନ୍ଦ୍ର ସ୍ଥାପନ କରାଯାଇଛି । ତେବେ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସୁଥିବା ଭକ୍ତମାନଙ୍କୁ ଭଲ ବ୍ୟବହାର ପ୍ରଦର୍ଶନ କରିବା ପାଇଁ ପୋଲିସ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସପି ।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In