• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଛାତ୍ର ଛାତ୍ରୀଙ୍କ ପାଇଁ ବଡ଼ ଖବର: ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ଏଣିକି ପାସ୍‌ ଫେଲ୍‌

by Voice of Victims
October 23, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
କେନ୍ଦ୍ର ସରକାରଙ୍କ ନୂଆ ଘୋଷଣା, ଏଣିକି ଛାତ୍ରଛାତ୍ରୀଙ୍କୁ ୫ମ ଓ ୮ମରେ ଫେଲ୍‌ କରାଯାଇପାରିବ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଆସିଲା ବଡ଼ ଖବର । ଏଣିକି ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ବାର୍ଷିକ ପରୀକ୍ଷାର ମୂଲ୍ୟାୟନ କରାଯିବ । ଜିଲ୍ଲାସ୍ତରରେ ପ୍ରଶ୍ନପତ୍ର ଛପାଯିବା ସହ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାହାକୁ ରଖାଯିବ ଏବଂ ପରୀକ୍ଷା ଦିନ ସକାଳେ ବିଦ୍ୟାଳୟରେ ପ୍ରଶ୍ନପତ୍ର ପହଞ୍ଚିବ । ପରୀକ୍ଷାର ସୁପରିଚାଳନା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି ସହ ୩ ସ୍ତରୀୟ ଷ୍ଟିୟରିଂ କମିଟି ଗଠନ କରାଯାଇଛି । 

ଗଣଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ରାଜ୍ୟ ସ୍ତରୀୟ ଷ୍ଟିୟରିଂ କମିଟିରେ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ମାଧ୍ୟମିକ, ପ୍ରାଥମିକ, ଏସ୍‌ଟି ଆଣ୍ଡ ଏସ୍‌ସି ଉନ୍ନୟନ ବିଭାଗ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି, ଟେକ୍ସଟ୍‌ବୁକ୍‌ ପ୍ରଡକ୍ସନ୍‌ ଆଣ୍ଡ ମାର୍କେଟିଂ ନିର୍ଦ୍ଦେଶକ, ଆରଆଇଇ ଭୁବନେଶ୍ବରର ଅଧ୍ୟକ୍ଷ ଏହି କମିଟିର ସଦସ୍ୟ ରହିଛନ୍ତି । ଟିଇ ଆଣ୍ଡ୍‌ ଏସ୍‌ସିଇଆରଟି ନିର୍ଦ୍ଦେଶକ ସଦସ୍ୟ ଆବାହକ ଭାବେ ସ୍ଥାନ ପାଇଛନ୍ତି । ସେହିପରି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପରିଚାଳନା କମିଟି ଏବଂ ବ୍ଲକସ୍ତରରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି ।

ନିଷ୍ପତ୍ତି ଅନୁଯାୟୀ ଟିଇ ଆଣ୍ଡ୍‌ ଏସ୍‌ସିଇଆରଟି ଦ୍ବାରା ପରୀକ୍ଷା ଓ ମୂଲ୍ୟାଙ୍କନ ପାଇଁ ଢାଞ୍ଚା ପ୍ରସ୍ତୁତ ସହ ଶିକ୍ଷଣ ଫଳାଫଳ/ଦକ୍ଷତା-ଆଧାରିତ ନମୁନା ପ୍ରଶ୍ନବ୍ୟାଙ୍କ, ଡିଆଇଇଟି ଅଧ୍ୟାପକଙ୍କ ତାଲିମ ଦିଆଯିବ । କାର୍ଯ୍ୟାନ୍ୱୟନ ପାଇଁ ବିସ୍ତୃତ ନିର୍ଦ୍ଦେଶାବଳୀ, ରାଜ୍ୟସ୍ତରୀୟ ପରୀକ୍ଷା ସୂଚୀ ପ୍ରସ୍ତୁତି, ଜିଲ୍ଲା ସହ ନମୁନା ପ୍ରଶ୍ନର ଆଦାନପ୍ରଦାନ, ଡିଆଇଇଟି ବ୍ୟତୀତ ଅନ୍ୟ ଅଂଶୀଦାର ଯେପରିକି ଡିଇଓ, ବିଇଓ ଓ ସିଆରସିସିଙ୍କୁ ତାଲିମ ପ୍ରଦାନ ଓସେପା କରିବ । ଜିଲ୍ଲାସ୍ତରୀୟ ମନିଟରିଂ କମିଟି ମାର୍ଗଦର୍ଶନରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ(ଡିଇଓ) ଓ ଡିଆଇଇଟି ସେମାନଙ୍କ ଜିଲ୍ଲା ପାଇଁ ପ୍ରଶ୍ନପତ୍ର ପ୍ରସ୍ତୁତ କରିବେ । ପ୍ରଶ୍ନପତ୍ରଗୁଡ଼ିକ ଟିଇ ଆଣ୍ଡ୍‌ ଏସ୍‌ସିଇଆରଟି ଦ୍ୱାରା ପ୍ରଦାନ କରାଯାଇଥିବା ମୂଲ୍ୟାଙ୍କନ ଢାଞ୍ଚା ଓ ନମୁନା ପ୍ରଶ୍ନ ଉପରେ ଆଧାରିତ ହେବ । ଡିଇଓମାନେ ପ୍ରଶ୍ନପତ୍ର ମୁଦ୍ରଣ ପାଇଁ ପଦକ୍ଷେପ ନେବା ସହ ଜିଲ୍ଲାସ୍ତରରେ ସେଗୁଡ଼ିକର ସୁରକ୍ଷିତ ସଂରକ୍ଷଣକୁ ସୁନିଶ୍ଚିତ କରିବେ ।

Post Views: 53
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In