• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home କ୍ରୀଡା

ମହିଳା ବିଶ୍ୱକପ୍ ଟ୍ରଫି ଜିତିଲା ଟିମ୍ ଇଣ୍ଡିଆ

by Voice of Victims
November 3, 2025
in କ୍ରୀଡା, ଦେଶ ବିଦେଶ
ମହିଳା ବିଶ୍ୱକପ୍ ଟ୍ରଫି ଜିତିଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ମହିଳା ବିଶ୍ୱକପ୍ ଟ୍ରଫି ଜିତି ଇତିହାସ ରଚିଲା ଟିମ୍ ଇଣ୍ଡିଆ । ୨୦୨୫ ବିଶ୍ୱକପରେ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ହରାଇ ଚାମ୍ପିଅନ ହୋଇଛି ଭାରତ । ଏହା ସହ ମହିଳା କ୍ରିକେଟ୍ ଜଗତକୁ ମିଳିଛି ନୂଆ ବିଜେତା ।

ଆଜି ନଭି ମୁମ୍ବାଇର ଡିୱାଇ ପାଟିଲ ଷ୍ଟାଡିୟମରେ ୨୦୨୫ ମହିଳା ବିଶ୍ୱକପର ଫାଇନାଲ ଖେଳାଯାଇଛି। ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପାଇଁ ଦୁଇ ଓପନର ସ୍ମୃତି ମାନ୍ଧାନା ଓ ଶେଫାଳି ବର୍ମା ପ୍ରଥମ ଓ୍ବିକେଟରେ ୧୦୪ ରନ କରି ଏକ ଭଲ ମୂଳଦୁଆ ସ୍ଥାପନ କରିଥିଲେ । ସ୍ମୃତି ୪୫ ରନ କରିଥିବାବେଳେ ଶେଫାଳି ୮୭ ରନ କରିଥିଲେ ।

ତେବେ ସେମିଫାଇନାଲରେ ମ୍ୟାଚ ବିଜୟୀ ଇନିଂସ ଖେଳିଥିବା ଜେମିମା ଆଜି ମାତ୍ର ୨୪ ରନ କରି ପାଭିଲିୟନ ଫେରିଥିଲେ । ତେବେ ମଧ୍ୟକ୍ରମରେ ଦିପ୍ତି ଶର୍ମା ୫୮ ରନର ଏକ ଭଲ ଇନିଂସ ଖେଳିଥିଲେ । ଅଧିନାୟିକା ହରମନପ୍ରିତ କୌର ୨୦ ରନ ଓ ରିଚା ଘୋଷ ୩୪ ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୭ ଓ୍ବିକେଟ ହରାଇ ୨୯୮ ରନ କରିଥିଲା ।  ଜବାବରେ ଦକ୍ଷିଣ ଆଫ୍ରିକା ୪୫.୩ ଓଭରରେ ୨୪୬ ରନରେ ଅଲଆଉଟ୍ ହୋଇଛି ।

Post Views: 30
Share197Tweet123Send
Voice of Victims

Voice of Victims

Recent Posts

  • ଶ୍ରୀ ଶ୍ରୀ ଶ୍ୟାମ ସୁନ୍ଦର ଜୀଉଙ୍କ ୩୨ ତମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞ
  • ପୁଣି ପାକିସ୍ତାନର ପାଗଳାମି, ଭାରତକୁ ପରମାଣୁ ବୋମାର ଧମକ
  • ଏପ୍ରିଲ ୧ରୁ ବଢିପାରେ ATF ମୂଲ୍ୟ ! ଯାତ୍ରା ମହଙ୍ଗା ନହେବା ପାଇଁ ସରକାର ନେଉଛନ୍ତି ପଦକ୍ଷେପ
  • ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ଉଦଘାଟିତ, ୨୨୯୨ କୋଟିର ୧୭ ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
  • ଯାଜପୁର ଜିଲ୍ଲାରେ ମହମ୍ମଦ ମୋକିମଙ୍କ ମିଶ୍ରଣ ପର୍ବ, ୭ଟି ନିର୍ବାଚନ ମଣ୍ଡଳୀର ବହୁ ତୁଙ୍ଗ ନେତା ଓ କର୍ମୀ ସାମିଲ ହେଲେ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In