• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆପଡା ଉପ ନିର୍ବାଚନ: ଇତିହାସ ରଚିଲା ବିଜେପି, ୮୩ ହଜାରରୁ ଉର୍ଦ୍ଧ୍ଵ ଭୋଟରେ ଜିତିଲେ ଜୟ ଢୋଲକିଆ

by Voice of Victims
November 14, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ନୂଆପଡା ଉପ ନିର୍ବାଚନ: ଇତିହାସ ରଚିଲା ବିଜେପି, ୮୩ ହଜାରରୁ ଉର୍ଦ୍ଧ୍ଵ ଭୋଟରେ ଜିତିଲେ ଜୟ ଢୋଲକିଆ

ନୂଆପଡା : ଶେଷ ହୋଇଛି ନୂଆପଡ଼ା ଉପନିର୍ବାଚନ ମତଦାନର ମତଗଣନା । ସବୁ ଆଶା ଓ ଆଶଙ୍କାର ଅବସାନ ଘଟାଇ ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି । ୨୯ ତମ ବା ଶେଷ ରାଉଣ୍ଡର ଭୋଟ୍‌ ଗଣତି ପରେ ନୂ୍ଆପଡ଼ାରେ ଭାରତୀୟ ଜନତା ପାର୍ଟି (ବିଜେପି) ବିଜୟଲାଭ କରିଛି । ସବୁଠାରୁ ବଡ଼ କଥା ହେଲା, ବିଜେପି ଏଠାରେ ବଡ଼ ବ୍ୟବଧାନ ସହିତ ବିଜୟ ହାସଲ କରିଛି।

ଜୟ ‌ଢୋଲକିଆ ୧, ୨୩, ୮୬୯ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରାର୍ଥୀ ଘାସିରାମ ମାଝୀଙ୍କୁ ୪୦,୧୨୧ ଖଣ୍ଡ ଭୋଟ୍‌ ମିଳିଛି। ଅର୍ଥାତ ଜୟ ଢୋଲକିଆ ୮୩,୭୪୮ ଖଣ୍ଡ ଭୋଟ୍‌ ବ୍ୟବଧାନରେ ବିଜୟ ହାସଲ କରିଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଓ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଶା ଅନୁରୂପ ଭୋଟ ପାଇ ନାହାନ୍ତି । ତେବେ ନିର୍ବାଚନ କମିସନ ପକ୍ଷରୁ ନୂଆପଡ଼ା ନିର୍ବାଚନ ନେଇ ଆନୁଷ୍ଠାନିକ ଭାବେ ଘୋଷଣା ହୋଇ ନଥିଲେ ମଧ୍ୟ ଭାରତୀୟ ଜନତା ପାର୍ଟି ଜୟ ‌ଢୋଲକିଆ ନୂଆପଡା ଉପ ନିର୍ବାଚନରେ ବିଜୟଲାଭ କରିଛନ୍ତି ।

୧୦ ବର୍ଷ ପରେ ନୂଆପଡ଼ାରେ ପୁଣି ଥରେ ପଦ୍ମ ଫୁଟିଛି । ନୂଆପଡ଼ାର ଜନତା ଭାରତୀୟ ଜନତା ପାର୍ଟିକୁ ପୁଣି ଥରେ ବିପୁଳ ଭୋଟ୍‌ ଦେଇଛନ୍ତି । ବିଜୟୀ ପ୍ରାର୍ଥୀ ଜୟ ଢୋଲକିଆ ବିଜୟ ଶୋଭାଯାତ୍ରାରେ ବାହାରିଛନ୍ତି । ସେ ଖରିଆର ରୋଡ୍‌ରେ ନିଜ ପରିବାର ଏବଂ ସମର୍ଥକମାନଙ୍କ ସହିତ ଶୋଭାଯାତ୍ରାରେ ସାମିଲ ହୋଇ ସୂଚନା ମିଳିଛି ।

Post Views: 65
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In