• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜୀବନ ସଂଘର୍ଷରେ ହାରିଗଲେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଏମ୍ସରେ ଆଖି ବୁଜିଲେ

by Voice of Victims
November 17, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଜୀବନ ସଂଘର୍ଷରେ ହାରିଗଲେ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଏମ୍ସରେ ଆଖି ବୁଜିଲେ

ଭୁବନେଶ୍ୱର: ଓଡ଼ିଶାର ସୁନାମଧନ୍ୟ ତଥା ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ । ଭୁବନେଶ୍ୱର ଏମ୍ସରେ ତାଙ୍କ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି ।

ଓଡ଼ିଆ ଚଳଚ୍ଚିତ୍ର ଓ ଆଲବମ୍‌ରେ ବହୁ ରୋମାଣ୍ଟିକ୍‌ ଗୀତ ଭେଟି ଦେଇଥିବା ହ୍ୟୁମାନ୍‌ ସାଗର ଘରେ ଘରେ ପରିଚିତ । ହ୍ୟୁମାନ୍ ସାଗରଙ୍କ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଥିଲେ ଲକ୍ଷ ଲକ୍ଷ ଫ୍ୟାନ୍ସ । ଅଧିକ ଚିକିତ୍ସା ଲାଗି ତାଙ୍କୁ ରାଜ୍ୟ ବାହାରକୁ ନେବା ପାଇଁ ଯୋଜନା ରହିଥିଲା । ଏଥିପାଇଁ ରାଜ୍ୟ ସରକାରଙ୍କୁ ସହାୟତା କରିବାକୁ ଆକୁଳ ନିବେଦନ କରିଥିଲେ ତାଙ୍କ ମାଆ ଓ ସ୍ତ୍ରୀ । ପୂର୍ବରୁ କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ମଧ୍ୟ ସଙ୍କଟାପନ୍ନ ରହିଛି ।

ଆଜି ପତ୍ନି ଶ୍ରେୟାଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ହ୍ୟୁମାନଙ୍କ ସ୍ୱାସ୍ଥ୍ୟରେ କୌଣସି ସୁଧାର ଆସିନଥିଲା । ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । କିଛିଦିନ ତଳେ ଅସୁସ୍ଥ ଅବସ୍ଥାରେ ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ବର ଏମ୍‌ସ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତାଙ୍କର ଲିଭର୍‌ ଖରାପ ଥିବାବେଳେ କିଡ୍‌ନି ଗୁରୁତର ଭାବେ ପ୍ରଭାବିତ ହୋଇଥିଲା । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ୱା ସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍‌ସ ସ୍ଥାନାନ୍ତର କରାଯାଇଥିଲା ।

Post Views: 47
Share200Tweet125Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In