• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ରାଜ୍ୟପାଳ ଦେଖିବେ “ଶାନ୍ତି ଆପାର୍ଟମେଣ୍ଟ‘‘

by Voice of Victims
January 30, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ରାଜ୍ୟପାଳ ଦେଖିବେ “ଶାନ୍ତି ଆପାର୍ଟମେଣ୍ଟ‘‘

ଭୁବନେଶ୍ୱର: ଫେବୃଆରୀ ୨ରେ ପରଦାକୁ ଆସିବ ବହୁ ପ୍ରତୀକ୍ଷିତ ଓଡ଼ିଆ ଚଳଚ୍ଚିତ୍ର ‘ଶାନ୍ତି ଆପାର୍ଟମେଣ୍ଟ’ । ରାଜ୍ୟପାଳ ରଘୁବର ଦାସ ଏହି ସିନେମା ଦେଖିବେ ବୋଲି କଥା ଦେଇଛନ୍ତି । ଏଥି ପାଇଁ ଚଳଚ୍ଚିତ୍ରର ନାୟିକା ରାଗିଣୀ ଓ ନିର୍ଦ୍ଦେଶକ ଅଶ୍ୱିନୀ ତ୍ରିପାଠୀ ଅଜି ରାଜ୍ୟପାଳ ଭବନରେ ରାଜ୍ୟପାଳଙ୍କୁ ଭେଟିଥିଲେ ଓ ପ୍ରିମିୟରରେ ଯୋଗ ଦେବା ପାଇଁ ଅନୁରୋଧ କରିଥିଲେ । ଚଳଚ୍ଚିତ୍ରର ଟ୍ରେଲର୍ ଦେଖି ରାଜ୍ୟପାଳ ଖୁବ୍ ପ୍ରଶଂସା କରିଛନ୍ତି ଓ ଚଳଚ୍ଚିତ୍ର ଦେଖିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ଓଡ଼ିଆ ଚଳଚ୍ଚିତ୍ର ଇତିହାସରେ ଏହା ଏକ ନୂଆ ଫର୍ଦ୍ଦ ଯୋଡିବ ବୋଲି କହିଛନ୍ତି ଚଳଚ୍ଚିତ୍ରର ନିର୍ଦ୍ଦେଶକ ଅଶ୍ୱିନୀ ତ୍ରିପାଠୀ ।
ଶାନ୍ତି ଆପାର୍ଟମେଣ୍ଟ ଏକ ଭିନ୍ନ ଧରଣର ସିନେମା । ଏଥିରେ ରହସ୍ୟ, ରୋମାଞ୍ଚ ଭରି ରହିଛି ଏବଂ ତାହା ଦର୍ଶକଙ୍କୁ ନିଶ୍ଚୟ ପ୍ରଭାବିତ କରିବ । ବିକ୍ରମ ଶଙ୍କର ଏହି ଚଳଚ୍ଚିତ୍ରର ପ୍ରଯୋଜକ ଥିବା ବେଳେ କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ଅଭିଜିତ । ଫିଲ୍ମଟିର କାହାଣୀ ଏବଂ ଚିତ୍ରନାଟ୍ୟ ସହିତ ନିର୍ଦ୍ଦେଶନାର ଦାୟିତ୍ୱ ତୁଲାଇଛନ୍ତି ଅଶ୍ୱିନୀ ତ୍ରିପାଠୀ । ସଂଳାପ ଦାୟିତ୍ୱରେ ଅଛନ୍ତି ଆଗଧାଡ଼ିର ସଂଳାପକାର ତଥା ନାଟ୍ୟକାର ଡ. ଦୀପକ ଜେନା । ସନ୍ଦୀପ ପଣ୍ଡାଙ୍କ ସଂଗୀତ ନିର୍ଦେଶନାରେ କଣ୍ଠଦାନ କରିଛନ୍ତି ହ୍ୟୁମାନ ସାଗର, ଅନନ୍ୟା ଶ୍ରୀତମ ନନ୍ଦ, ଅର୍ପିତା ଚୌଧୁରୀ ଓ ସ୍ୱୟମ ପାଢ଼ୀ । ‘ଶାନ୍ତି ଆପାର୍ଟମେଣ୍ଟ’ର ବିଭିନ୍ନ ଭୂମିକାରେ ଅଛନ୍ତି ଦ୍ୱୀପନ୍ୱିତ ଦାସମହାପାତ୍ର, ଶୁଭାଶିଷ, ରାଗିଣୀ, ଆଲିଆ, ବରଦା, ସନ୍ତୁ ପ୍ରସନ୍ନଜିତ, ଶକ୍ତି, ରାକ୍ଷୀ, ଅନୁଷ୍କା ପ୍ରମୁଖ । ଫିଲ୍ମଟି ଫେବୃଆରୀ ୨ରେ ସମୁଦାୟ ୩୦ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବା ବୋଲି ସୂଚନା ରହିଛି ।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In