• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଗାନ୍ଧୀଙ୍କ ବିଚାରଧାରାରେ ଅନୁପ୍ରାଣିତ ହେବାକୁ ପରାମର୍ଶ

by Voice of Victims
January 30, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଗାନ୍ଧୀଙ୍କ ବିଚାରଧାରାରେ ଅନୁପ୍ରାଣିତ ହେବାକୁ ପରାମର୍ଶ

ଭୁବନେଶ୍ୱର: ଲୋକସେବା ଭବନରେ ଆଜି ଶହୀଦ୍ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ତଥା ପର୍ଯ୍ୟଟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କ ସମେତ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ଜାତିର ଜନକ ମହାତ୍ମାଗାନ୍ଧି ଏବଂ ଆମ ଦେଶର ସ୍ୱାଧୀନତା ସଂଗ୍ରାମରେ ପ୍ରାଣବଳି ଦେଇଥିବା ଅଗଣିତ ସ୍ୱାଧୀନତା ସଂଗ୍ରାମୀ, ଦେଶପ୍ରେମୀ, ଓ ଅମର ଶହୀଦଙ୍କ ଉଦ୍ଦେଶ୍ୟରେ ୨ ମିନିଟ୍ ନୀରବ ପ୍ରାର୍ଥନା କରିଥିଲେ । ଏହି ସମୟରେ ଉପସ୍ଥିତ ଥିବା କୃଷି ଓ କୃଷକ ସଶକ୍ତୀକରଣ ତଥା ହସ୍ତତନ୍ତ, ବୟନଶିଳ୍ପ ଏବଂ ହସ୍ତଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢ଼ୀ, ବିଜ୍ଞାନ ଓ କାରିଗରୀ ବିଭାଗ ପ୍ରମୁଖ ଶାସନ ସଚିବ ଚିତ୍ରା ଆରୁମୁଗମ, କୃଷି ବିଭାଗ ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀଙ୍କ ସମେତ ଲୋକସଭା ଭବନସ୍ଥିତ ଅନ୍ୟ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ନୀରବ ପ୍ରାର୍ଥନା କରିଥିଲେ । ସେହିପରି ଜାତିର ପିତା ମହାତ୍ମାଗାନ୍ଧୀଙ୍କ ୭୬ତମ ତିରୋଧାନ ଦିବସ ଅବସରରେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ ଏହି କାର୍ଯ୍ୟକ୍ରମରେ ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରି ଉଦ୍‌ଘାଟନ କରିବା ସହ ସମସାମୟିକ ଯୁବପିଢି ଗାନ୍ଧୀଜୀଙ୍କ ବିଚାରଧାରା ଓ ତାଙ୍କ ମୂଲ୍ୟବୋଧରେ ଅନୁପ୍ରାଣିତ ହୋଇ ତାକୁ ଦୈନନ୍ଦିନ ଜୀବନରେ ପ୍ରତିଫଳିତ କରିବା ନିମନ୍ତେ ପରାମର୍ଶ ଦେଇଥିଲେ । ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ୱେଚ୍ଛାସେବୀ ଛାତ୍ରଛାତ୍ରୀଙ୍କ ପକ୍ଷରୁ ସୌରଭ ଗୋସ୍ୱାମୀ, ଶର୍ମିଷ୍ଠା ବେହେରା, ସରୋଜ ଶତପଥି ଓ ମୌସୁମୀ ସାହୁ ପ୍ରମୁଖ ଗାନ୍ଧୀଜୀଙ୍କ ଜୀବନୀ ଓ ତାଙ୍କ ଅବଦାନ ସମ୍ପର୍କରେ ସୁବିସ୍ତୃତ ଆଲୋଚନା କରିଥିଲେ । ବିଭାଗ ମୁଖ୍ୟ ଡ. ଚକ୍ରଧର ବେହେରା ସ୍ୱାଗତ ଭାଷଣ ଦେଇଥିବା ବେଳେ ଜାତୀୟ ସେବା ଯୋଜନାର ସଂଯୋଜକ ଡ. ସଂଦୀପ କୁମାର ରାଉତ ଆନୁଷ୍ଠାନିକ ଭାବେ ଧନ୍ୟବାଦ ଅର୍ପଣ କରିଥିଲେ ।

Post Views: 36
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In