• About Us
  • Contact Us
Monday, March 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭାରତର ୫୩ତମ ସିଜେଆଇ ଭାବରେ ଶପଥ ଗ୍ରହଣ କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

by Voice of Victims
November 24, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଭାରତର ୫୩ତମ ସିଜେଆଇ ଭାବରେ ଶପଥ ଗ୍ରହଣ କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

ନୂଆଦିଲ୍ଲୀ: ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି । ସୁପ୍ରିମକୋର୍ଟର ବିଚାରପତି ସୂର୍ଯ୍ୟକାନ୍ତ ଆଜି ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୨୭ ଫେବ୍ରୁଆରୀ ୯ ପର୍ଯ୍ୟନ୍ତ CJI ରହିବେ ଜଷ୍ଟିସ୍ ସୂର୍ଯ୍ୟକାନ୍ତ । ଏହା ପୂର୍ବରୁ ସିଜେଆଇ ବିଆର ଗଭାଇଙ୍କ କାର୍ଯ୍ୟକାଳ ଶେଷ ହୋଇଛି।

ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ଅକ୍ଟୋବର ୩୦ରେ ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ମନୋନୀତ କରାଯାଇଥିଲା । ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଥିବା ଏହି ଶପଥ ଗ୍ରହଣ ସମାରୋହରେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଜଗଦୀପ ଧନଖଡ ପ୍ରମୁଖ ସାମିଲ ହୋଇଥିଲେ। ୬ଟି ଦେଶର ପ୍ରଧାନ ବିଚାରପତି, ଜଜ୍ ଏବଂ ସେମାନଙ୍କ ପରିବାର ସଦସ୍ୟ ସାମିଲ ହୋଇଛନ୍ତି।

ସୂନାଯୋଗ୍ୟ, ୧୯୬୨ ଫେବ୍ରୁଆରି ୧୦ରେ ହରିୟାଣାର ହିସାରରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ ସୂର୍ଯ୍ୟକାନ୍ତ ଜଣେ ଛୋଟ ସହରର ଓକିଲରୁ ଦେଶର ସର୍ବୋଚ୍ଚ ନ୍ୟାୟିକ ପଦବୀରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଜାତୀୟ ଗୁରୁତ୍ୱର ଅନେକ ନିଷ୍ପତ୍ତି ଏବଂ ସାମ୍ବିଧାନିକ ମାମଲାରେ ଅଂଶ ଗ୍ରହଣ କରିଛନ୍ତି। ସେ ୨୦୧୧ ମସିହାରେ କୁରୁକ୍ଷେତ୍ର ବିଶ୍ୱବିଦ୍ୟାଳୟରୁ ଆଇନରେ ମାଷ୍ଟର ଡିଗ୍ରୀ ହାସଲ କରିଥିଲେ। ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ରାୟ ଲେଖିଥିବା ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ୫ ଅକ୍ଟୋବର ୨୦୧୮ରେ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରାଯାଇଥିଲା।

Post Views: 34
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In