• About Us
  • Contact Us
Tuesday, May 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବିଧାନସଭାରେ ୧୭,୪୦୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

by Voice of Victims
November 28, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ବିଧାନସଭାରେ ୧୭,୪୦୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

ଭୁବନେଶ୍ୱର: ଆଜି ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ଶୀତକାଳିନ ଅଧିବେଶନର ଦ୍ବିତୀୟ ଦିନରେ ଆଜି ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମୁଖ୍ୟମନ୍ତ୍ରୀ। ଚଳିତ ଆର୍ଥିକ ବର୍ଷରେ ୧୭,୪୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ଆଗତ ହୋଇଛି। ଅତିରିକ୍ତ ବଜେଟ ଆଗତ ପରେ ଆସନ୍ତାକାଲି ପର୍ଯ୍ୟନ୍ତ ଗୃହ ମୁଲତବି ରଖାଯାଇଛି।

ସରକାରୀ ଯୋଜନା, ଉନୟନମୁଳକ କାର୍ଯ୍ୟକ୍ରମ ବାବଦରେ ୧୩,୭୧୬ କୋଟି ଟଙ୍କା ଏବଂ ପ୍ରଶାସନିକ କାର୍ଯ୍ୟ ବାବଦକୁ ୩,୩୮୯ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ଏହି ଅତିରିକ୍ତ ବଜେଟ ମାଧ୍ୟମରେ ରାଜ୍ୟର ଶିକ୍ଷା, କୃଷି, ସ୍ଵାସ୍ଥ୍ୟ, ଗମନାଗମନ, ଶିଳ୍ପ, ସଂସ୍କୃତି, ମହିଳା ସଶକ୍ତୀକରଣ ଆଦି ବିଭାଗର ବିକାଶମୂଳକ କାର୍ଯ୍ୟ କରାଯିବ।ମହିଳା ଓ ଶିଶୁ ସଶକ୍ତିକରଣ ବିଭାଗ ପାଇଁ ୭୫୧ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ସୁଭଦ୍ରା ଯୋଜନା ପାଇଁ ୨୯୫ କୋଟି ଟଙ୍କା ପ୍ରଦାନ କରାଯାଇଛି । ଅଙ୍ଗନୱାଡ଼ି କେନ୍ଦ୍ରର ଅସମ୍ପୂର୍ଣ୍ଣ କୋଠା ସମ୍ପୂର୍ଣ୍ଣ କରିବା ପାଇଁ ୨୦୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ମମତା ଅଧୀନରେ ଗର୍ଭବତୀ ମହିଳାଙ୍କ ପାଇଁ ସର୍ଭମୂଳକ ନଗଦ ହସ୍ତାନ୍ତର ପାଇଁ ୧୪୨ କୋଟି ଟଙ୍କା ପ୍ରଦାନ କରାଯାଇଛି । ICDS ଯୋଜନା କାର୍ଯ୍ୟକାରୀ କରିବା ରାଜ୍ୟ ସହାୟତା ବାବଦକୁ ୬୯ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । କର୍ମଜୀବୀ ମହିଳାଙ୍କ ପାଇଁ ହଷ୍ଟେଲ ନିର୍ମାଣ ବାବଦକୁ ୪୧ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି । ପିତାମାତାହୀନ, ଏକାକୀ ପିତାମାତା ଏବଂ ଅବହେଳିତ ପିଲାମାନଙ୍କର ଯତ୍ନ, ସୁରକ୍ଷା, ଶିକ୍ଷା ଏବଂ ଆର୍ଥିକ ସୁରକ୍ଷା ପାଇଁ ଯଶୋଦା-ଆଶୀର୍ବାଦ ଅଧୀନରେ ୧୧ କୋଟି ଟଙ୍କା ବ୍ୟବସ୍ଥା କରାଯାଇଛି ।ସେହିପରି ଶକ୍ତି ସଦନ (ସାମର୍ଥ୍ୟ) ପାଇଁ ୩୩ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ମିଶନ ଶକ୍ତି କାର୍ଯ୍ୟକ୍ରମ ଅଧୀନରେ ୪୦୫ କୋଟି ଟଙ୍କାର ବ୍ୟବସ୍ଥା ।

ଜାତୀୟ ଗ୍ରାମୀଣ ଜୀବିକା ମିଶନ (NRLM) ଅଧୀନରେ ୪୨୦ କୋଟି ଟଙ୍କାର ବ୍ୟବସ୍ଥା ।ଏଥି ସହ ୨୦୨୫-୨୬ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ଉପସ୍ଥାପନରେ ରାଜ୍ୟ ସରକାର କ୍ରୀଡ଼ା ଓ ଯୁବ ସେବା ପାଇଁ ୧୩୨୦ କୋଟି ବ୍ୟୟବରାଦ ହୋଇଛି। ଏଥିରେ ପିଏମ ପୋଷଣରେ ୩୯୨ କୋଟି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପାଇଁ ୩୨୦ କୋଟି, ସମଗ୍ର ଶିକ୍ଷା ଓ ରାଜ୍ୟ ସହାୟତା ବାବଦକୁ ୩୦୭ କୋଟି,ଅନୁଦାନ ପ୍ରାପ୍ତ ବେସରକାରୀ ଉଚ୍ଚ ବିଦ୍ୟାଳୟ ପାଇଁ ୨୦୭ କୋଟି, ଓ ବେସରକାରୀ ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟ ପାଇଁ ୧୨୧ କୋଟି,ମୁଖ୍ୟମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ପାଇଁ ୭୧ କୋଟି, ଶିକ୍ଷା ଅଧିକାର ଆଇନ୍ ଅଧୀନରେ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ପ୍ରତି ଶିଶୁ ପିଛା ଖର୍ଚ୍ଚର ଭରଣା ପାଇଁ ୭୧ କୋଟି ଟଙ୍କା ଆବଣ୍ଟନ କରାଯାଇଛି ।

Post Views: 58
Share202Tweet126Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In