• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଭାରତ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ, ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ

by Voice of Victims
November 28, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଭାରତ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ, ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ

ନୂଆଦିଲ୍ଲୀ : ଡିସେମ୍ବର ୪ ତାରିଖରେ ୨ ଦିନିଆ ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ । ଡିସେମ୍ବର ୨୦୨୧ ପରେ ଏହା ତାଙ୍କର ପ୍ରଥମ ଦ୍ୱିପାକ୍ଷିକ ଭାରତ ଗସ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣରେ ପୁଟିନ ଭାରତ ଗସ୍ତ କରୁଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଡିସେମ୍ବର ୫ରେ ‘୨୩ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ’ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ୱାନ ଟୁ ୱାନ୍ ଆଲୋଚନା ହେବ । ଏହାସହ ପ୍ରତିନିଧି ମଣ୍ଡଳୀସ୍ତରୀୟ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି ।

ଏହି ଗସ୍ତ ସମୟରେ ପୁଟିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଭେଟିବେ । ଏହି ଗସ୍ତ ସମୟରେ ପ୍ରତିରକ୍ଷା, ଆଣବିକ ଶକ୍ତି, ମହାକାଶ, ବାଣିଜ୍ୟ ଓ ନିବେଶ, କୃତ୍ରିମ ବୁଦ୍ଧିମତ୍ତା ଏବଂ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ଏକାଧିକ ଚୁକ୍ତି ସ୍ୱାକ୍ଷରିତ ହେବାର ସମ୍ଭାବନା ରହିଛି । ଏହାସହ ପୁଟିନ ରୁଷ-ଭାରତ ବାଣିଜ୍ୟ ଫୋରମର ପୂର୍ଣ୍ଣାଙ୍ଗ ଅଧିବେଶନରେ ଯୋଗ ଦେବେ । ୨୦୨୪ରେ ଭାରତ-ରୁଷ ବାଣିଜ୍ୟ ପ୍ରାୟ ୫ ଲକ୍ଷ ୬୧ ହଜାର କୋଟି ଟଙ୍କା ରହିଛି ।

Post Views: 39
Share200Tweet125Send
Voice of Victims

Voice of Victims

Recent Posts

  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍
  • ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ
  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In