• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

କୃଷି ବିଭାଗର ୫ ଅଧିକାରୀ ଓ କର୍ମଚାରୀ ବହିଷ୍କୃତ

by Voice of Victims
January 31, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
କୃଷି ବିଭାଗର ୫ ଅଧିକାରୀ ଓ କର୍ମଚାରୀ ବହିଷ୍କୃତ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦୁର୍ନୀତି ପ୍ରତି ଶୂନ ସହନଶୀଳତା ଆଭିମୁଖ୍ୟ ଅନୁଯାୟୀ ଦୁର୍ନୀତି ଅଭିଯୋଗରେ ଭିଜିଲାନ୍‌ସ କୋର୍ଟ ଦ୍ୱାରା ଦଣ୍ଡିତ ଏବଂ କାର୍ଯ୍ୟରେ ଖିଲାପ ଓ ଗୁରୁତର ଅସଦାଚରଣ ଅଭିଯୋଗରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୫ ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ବହିଷ୍କୃତ କିମ୍ବା ବାଧ୍ୟତାମୂଳକ ଅବସର ଦିଆଯାଇଥିବା କର୍ମଚାରୀଙ୍କ ମଧ୍ୟରୁ ଜଣେ ପୂର୍ବତନ ସହକାରୀ କୃଷି ଯନ୍ତ୍ରୀ, ଜଣେ ପୂର୍ବତନ ଉଦ୍ୟାନକୃଷିର ଉପ ନିର୍ଦ୍ଦେଶକ, ଜଣେ ପୂର୍ବତନ ମୃତ୍ତିକା ସଂରକ୍ଷଣ ଓଭରସିଅର ଏବଂ ଦୁଇଜଣ ପୂର୍ବତନ ଚତୁର୍ଥଶ୍ରେଣୀ କର୍ମଚାରୀ ଅନ୍ତର୍ଭୁକ୍ତ। ଭିଜିଲାନ୍‌ସ କୋର୍ଟ ଦ୍ୱାରା ଦଣ୍ଡିତ ସହକାରୀ କୃଷି ଯନ୍ତ୍ରୀ ଏବଂ ଗୁରୁତର ଅସଦାଚରଣ ଅଭିଯୋଗରେ ବିଭାଗୀୟ ଶୃଙ୍ଖଳା କମିଟିର ସୁପାରିଶ କ୍ରମେ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ସେହିପରି ପୂର୍ବତନ ଉଦ୍ୟାନକୃଷି ଉପ ନିର୍ଦ୍ଦେଶକଙ୍କୁ ସରକାରୀ ଅର୍ଥର ଅପବ୍ୟବହାର ଓ ଅସଦାଚରଣ ଅଭିଯୋଗରେ ଏବଂ ଆଉ ଜଣେ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କୁ ଅସଦାଚରଣ ଓ କାର୍ଯ୍ୟରେ ଖିଲାପ ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଥିବା ବେଳେ ପୂର୍ବତନ ମୃତ୍ତିକା ସଂରକ୍ଷଣ ଓଭରସିଅରଙ୍କୁ ଭିଜିଲାନ୍‌ସ ଟ୍ରାପ୍‌ କେଶ୍‌ ଅଭିଯୋଗରେ ଆଗୁଆ ଅବସର ଦିଆଯାଇଛି।

Post Views: 37
Share198Tweet124Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In