• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମାଲକାନଗିରି ଉତ୍ତେଜନା: ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା

by Voice of Victims
December 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମାଲକାନଗିରି ଉତ୍ତେଜନା: ଆଉ ୧୨ ଘଣ୍ଟା ବଢ଼ିଲା ଇଣ୍ଟରନେଟ୍ କଟକଣା

ମାଲକାନଗିରି: ମହିଳାଙ୍କ ହତ୍ୟାକୁ ନେଇ ମାଲକାନଗିରି ଜିଲ୍ଲା ଏମଭି-୨୬ ଏବଂ ରାଖେଲଗୁଡ଼ା ଗ୍ରାମ ମଧ୍ୟରେ ଲାଗି ରହିଛି ଉତ୍ତେଜନା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଇଣ୍ଟରନେଟ୍ ସେବା କଟକଣା ଅବଧିକୁ ଆଉ ୧୨ ଘଣ୍ଟା ବୃଦ୍ଧି କରାଯାଇଛି । ଆଜି ମଧ୍ୟରାତ୍ର ପର୍ଯ୍ୟନ୍ତ ଇଣ୍ଟରନେଟ ସେବା କଟକଣା ବଳବତ୍ତର ରହିବ ।

ଦୁଇ ଗ୍ରାମ ମଧ୍ୟରେ ଶାନ୍ତି କିପରି ଫେରାଇ ଅଣାଯିବ ସେ ନେଇ ପ୍ରଶାସନିକ ସ୍ତରରେ ଉଦ୍ୟମ ଜାରି ରହିଛି । ଉଭୟ ଗ୍ରାମରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ ୧୫ ପ୍ଲାଟୁନ୍ କେନ୍ଦ୍ରୀୟ ଫୋର୍ସ ଏବଂ ୨୦ ରାଜ୍ୟ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଶାନ୍ତି କମିଟି ବୈଠକ ପରେ ଦୁଇ ଗ୍ରାମରେ ଶାନ୍ତି ଫେରୁଛି । ଦୁଇ ଗ୍ରାମବାସିନ୍ଦା ଗାଁକୁ ଫେରୁଛନ୍ତି । ସେପଟେ ପ୍ରଶାସନ ପକ୍ଷରୁ କମ୍ବଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇ ଦିଆଯାଇଛି । ସରକାରୀ ଦଳ ପହଁଚି କ୍ଷୟକ୍ଷତିର ମଧ୍ୟ ଆକଳନ କରାଯାଉଛି । ଭାଗ ଚାଷ ଏବଂ ଜମି ବିବାଦକୁ ନେଇ ଏଭଳି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଥିବା କୁହାଯାଉଛି ।

ଅନ୍ୟପଟେ ସେପଟେ ସ୍ଥିତି ଅନୁଧ୍ୟାନ ପାଇଁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ମାଲକାନଗିରିରେ ପହଁଚଛନ୍ତି ।  ଏକ ସ୍ଵତନ୍ତ୍ର ବିମାନ ଯୋଗେ ମାଲକାନଗିରି ଏୟାରପୋର୍ଟରେ ପହଞ୍ଚିବା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ସମୀକ୍ଷା ବୈଠକ କରିଛନ୍ତି । ଏମ୍ଭି ୨୬ ହିଂସାକାଣ୍ଡ ଓ ଏହାର ପରବର୍ତ୍ତୀ ଅବସ୍ଥାକୁ ନେଇ ଉପ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ଜିଲ୍ଲାପାଳ । ବୈଠକରେ ଉପସ୍ଥିତ ଥିଲେ ଦକ୍ଷିଣାଞ୍ଚଳ RDC ସଂଗ୍ରାମ କେଶରୀ ମହାପାତ୍ର ADG ସଞ୍ଜୀବ ପଣ୍ଡା ଡିଆଇଜି କନୱର ବିଶାଲ ସିଂ ଓ ମାଲକାନଗିରି ଏସ୍ପି ବିନୋଦ ପାଟିଲ ଓ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ।

ଉଲ୍ଲେଖ ଥାଉକି, ଗତ ୪ ତାରିଖରେ ରାଖେଲଗୁଡ଼ା ଗ୍ରାମର ଲାକେ ପଡ଼ିଆମି ନିଖୋଜ ଥିଲେ । ଏ ନେଇ ପରିବାର ପକ୍ଷରୁ କୋରୁକୋଣ୍ଡା ଥାନାରେ ଅଭିଯୋଗ କରିଥିଲେ । ଲାକେଙ୍କ ମୁଣ୍ଡ ବିହୀନ ମୃତ ଦେହ ଡୁଡାମେଟା ନଦୀ କୂଳରୁ ମିଳିଥିଲା । ଏମଭି-୨୬ରେ ଗ୍ରାମର ବ୍ୟକ୍ତି ଏଥିରେ ସମ୍ପୃକ୍ତ ଥିବା ରାଖେଲଗୁଡ଼ା ଗ୍ରାମବାସୀ ସନ୍ଦେହ କରି ଏମଭି-୨୬ ଗ୍ରାମର ୧୬୩ ଘରେ ଜାଳି ଦେଇଥିଲେ । ଏହାକୁ ନେଇ ଦୁଇ ଗ୍ରାମବାସୀଙ୍କ ମଧ୍ୟରେ ଅଧିକ ଉତ୍ତେଜନା ପ୍ରକାଶ ପାଇଥିଲା । ତେବେ ଗତକାଲି ଲାକେ ପଡ଼ିଆମୀଙ୍କ କଟାମୁଣ୍ଡ ନାମକୋଣ୍ଡା ପୋଟେରୁ ନଦୀକୂଳରେ ଭାସୁଥିବାବେଳେ ଉଦ୍ଧାର କରାଯାଇଛି । ପୋଲିସ ଉକ୍ତ ମୃତ ଦେହକୁ ପ୍ରଥମେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଦେବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲା । ଡିଏନଏ ପରୀକ୍ଷା ପାଇଁ ମଧ୍ୟ ନମୂନା ସଂଗ୍ରହ କରାଯାଇଛି । ଡିଏନଏ ପରୀକ୍ଷା ପରେ ଚିତ୍ର ସ୍ପଷ୍ଟ ହୋଇଯିବ ।

Post Views: 85
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In