• About Us
  • Contact Us
Thursday, October 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନବୀନ ବର୍ଦ୍ଧିତ ଦରମା ନ ନେବା ପ୍ରସଙ୍ଗ: ଟାର୍ଗେଟ କଲେ ବିଜେପି ଓ କଂଗ୍ରେସ

by Voice of Victims
December 14, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ନବୀନ ବର୍ଦ୍ଧିତ ଦରମା ନ ନେବା ପ୍ରସଙ୍ଗ: ଟାର୍ଗେଟ କଲେ ବିଜେପି ଓ କଂଗ୍ରେସ

ଭୁବନେଶ୍ବର: ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଛି । ନବୀନ ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ବିଜେଡି ସୁପ୍ରିମୋକୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସେ କହିଛନ୍ତି ବିଧାନସଭାରେ ନବୀନ ବାବୁଙ୍କୁ କହିବାର ସୁଯୋଗ ଥିଲା । କାହିଁକି ଆସିଲେ ନାହିଁ କି କାହିିଁକି ମତ ରଖିଲେ ନାହିଁ । ଏହା ଆଉ କିଛି ନୁହେଁ, କେବଳ ରାଜନୀତି । ବର୍ଦ୍ଧିତ ଦରମା ନ ନେବା କେବଳ ରାଜନୀତି ।

ସେହିପରି ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ନବୀନ ବାବୁ ବହୁତ ଧନୀ ଲୋକ, ଏ ସବୁ ଡ୍ରାମା । ନବୀନ ବାବୁଙ୍କ ଡ୍ରାମାକୁ ଆଉ କେହି ଗ୍ରହଣ କରୁନାହାନ୍ତି ।ଅନ୍ୟପଟେ ଏହାକୁ ନେଇ କଂଗ୍ରେସ ବିଧାୟକ ପବିତ୍ର ସାଉଁତା ବିଜେଡ଼ିକୁ ଟାର୍ଗେଟ କରି କହିଛନ୍ତି ବିଧାୟକଙ୍କ ବର୍ଦ୍ଧିତ ଦରମା ବିଲ୍‌କୁ ବିଜେଡି କାହିଁକି ସମର୍ଥନ କଲା ପଚାରିଲେ ।

ବିରୋଧୀଦଳ ନେତା ବର୍ଦ୍ଧିତ ଦରମା ନ ନେବା ଘୋଷଣା ବିଜେଡିର ଦୋମୁହାଁ ନୀତି । ବିଜେଡି ସଦସ୍ୟ ଓ ବିରୋଧୀଦଳ ମୁଖ୍ୟ ସଚେତକ ବିଲକୁ ସମର୍ଥନ କରିଥିଲେ । ପଲିଟିକାଲ୍ ଷ୍ଟଣ୍ଟ ପାଇଁ ଦରମା ନେବି ନାହିଁ ବୋଲି ନବୀନ କହୁଛନ୍ତି ।

ସେ ଆଉ ମଧ୍ୟ କହିଛନ୍ତି ବିରୋଧୀଦଳ ନେତାଙ୍କ ପାଖରେ ଅପର୍ଯ୍ୟାପ୍ତ ସମ୍ପତ୍ତି ଅଛି । ସେ ୨୪ ବର୍ଷ ମୁଖ୍ୟମନ୍ତ୍ରୀ ଓ ତାଙ୍କ ବାପା ମଧ୍ୟ ମୁଖ୍ୟମନ୍ତ୍ରୀ ଥିଲେ । ପୂର୍ବତନ ବିଧାୟକମାନଙ୍କ ପାଇଁ ବର୍ଦ୍ଧିତ ଦରମା ଏକ ବରଦାନ ସଦୃଶ । ନବୀନ ବାବୁ ଦୋମୁହାଁ ନୀତି ନ କରି ସରକାରଙ୍କୁ ସ୍ୱାଗତ କଲେ ଭଲ ହେବ। ତାଙ୍କ ଦଳ ନେତା କହୁଛନ୍ତି ଦରମା ବଢିବା ଠିକ୍, କାରଣ ପଇସା ନାହିଁ ।ନବୀନ ଦଳ ଭିତରେ ପ୍ରଥମେ ଆଲୋଚନା କରି ସାମ୍ନାକୁ ଆସନ୍ତୁ ।

ସୂଚନାଯୋଗ୍ୟ, ଗତକାଲି ନବୀନ ପଟ୍ଟନାୟକ କହିଥିଲେ ଯେ, ସେ ବର୍ଦ୍ଧିତ ଦରମା ନେବେନି । ବର୍ଦ୍ଧିତ ଦରମାକୁ ଗରିବ ଲୋକଙ୍କ ପାଇଁ ଖର୍ଚ୍ଚ କରାଯାଉ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଶନିବାର ଚିଠି ଲେଖିଛନ୍ତି।

Post Views: 89
Share199Tweet125Send
Voice of Victims

Voice of Victims

Recent Posts

  • ଭାରତ ଆଉ ଦୁର୍ବଳ ନୁହେଁ, ବିଶ୍ୱରେ ବଢ଼ୁଛି ସାମର୍ଥ୍ୟ: ରାଜନାଥ ସିଂହ
  • ଶଙ୍ଖମୂଳରେ ୧୬ ଟିକିଆ ହାତୀପଲଙ୍କ ଉପଦ୍ରବ, ୬ ମାଣ ଧାନ ଫସଲ ନଷ୍ଟ, ଚିନ୍ତାରେ ଚାଷୀ, ପ୍ରାୟ ୧ ଲକ୍ଷ ଟଙ୍କାର କ୍ଷତି; ସରକାରୀ ସହାୟତା ଦାବି
  • ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ, ପମ୍ପ କର୍ମଚାରୀ ମୃତ
  • Weekly News paper (October 26- November 1)
  • ପେଟ୍ରୋଲ ବଦଳରେ ଇଥାନଲ୍‌ ! E100 ଇନ୍ଧନ ପାଇଁ ରାସ୍ତା ଖୋଲିଲେ କେନ୍ଦ୍ର ସରକାର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In