• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

୫ଟି ଅଧ୍ୟକ୍ଷଙ୍କ ଅକ୍ଷର ଭୂମି ପରିଦର୍ଶନ, ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ପ୍ରସ୍ତୁତି କଲେ ସମୀକ୍ଷା

by Voice of Victims
February 1, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
୫ଟି ଅଧ୍ୟକ୍ଷଙ୍କ ଅକ୍ଷର ଭୂମି ପରିଦର୍ଶନ, ବିଶ୍ୱ ଓଡିଆ ଭାଷା ସମ୍ମିଳନୀର ପ୍ରସ୍ତୁତି କଲେ ସମୀକ୍ଷା

ଭୁବନେଶ୍ବର: ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ସୂଚନାଯୋଗ୍ୟ ଯେ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଯୋଡିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ। ଏହି ସମ୍ମିଳନୀରେ ଭାଷା ସମ୍ପର୍କରେ ଯେଉଁ ପ୍ରସ୍ତାବ ଗୃହୀତ ହେବ, ତାକୁ ଭିତ୍ତି କରି ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ କରି ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଥିଲେ। ଉଲ୍ଲେଖଯୋଗ୍ୟ ଯେ ଐତିହ୍ୟ କ୍ୟାବିନେଟର ନିଷ୍ପତ୍ତି ଅନୁଯାୟୀ ମାନ୍ୟବର ମୁଖ୍ୟମନ୍ତ୍ରୀ ଏହି ସମ୍ମିଳନୀ ଆୟୋଜନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ହେଉଛି ‘ଭାଷା ହିଁ ଭବିଷ୍ୟତ’। ସମ୍ମିଳନୀରେ ବିଭିନ୍ନ ବିଷୟ ଉପରେ ୧୬ଟି ଆକାଡେମିକ୍‌ ଅଧିବେଶନ ରହିଛି। ଏଥିରେ ବହୁ ମାନ୍ୟଗଣ୍ୟ ଭାଷାବିତ୍‌, ବୁଦ୍ଧିଜୀବୀ ଙ୍କ ସମେତ ସ୍କୁଲ, କଲେଜର ଛାତ୍ରଛାତ୍ରୀମାନେ ଯୋଗଦେବେ। ଏହି ସମ୍ମିଳନୀ ଓଡିଶାର ଅତୀତ ଓ ବର୍ତ୍ତମାନର ରୂପାନ୍ତରଣ ପ୍ରକ୍ରିୟା ଉପସ୍ଥାପିତ କରିବ। ଅକ୍ଷର ଭୂମିରେ ପ୍ରଥମ ଥର ପାଇଁ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଳନ କରାଯିବ। ଐତିହ୍ୟ ନଗରୀ ଭୁବନେଶ୍ୱର କେନ୍ଦ୍ର ସ୍ଥଳରେ ଏହି ସମ୍ମିଳନୀ ଓଡିଆ ଭାଷାର ଜୟଗାନ କରିବ। ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ ହୋଇଥିବା କଳିଙ୍ଗ ସ୍ଥାପତ୍ୟର ଅନନ୍ୟ ନିଦର୍ଶନ ଏହା ମାଧ୍ୟମରେ ପ୍ରତିଫଳିତ ହେବ। ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ହେବ ପ୍ରମୁଖ ଆକର୍ଷଣ ସ୍ଥଳୀ।

Post Views: 36
Tags: 5 Chairman's letter on the ground visit
Share199Tweet125Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In