• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରଣପୁର ମହୋତ୍ସବ ‘ଅର୍ଜୁନ–୨୦୨୬’ ପାଇଁ ପ୍ରସ୍ତୁତି ଜୋରଦାର, ଜାନୁୟାରୀ ୫ରୁ ୧୦ ପର୍ଯ୍ୟନ୍ତ ପାଞ୍ଚ ଦିନିଆ ମହା ଆୟୋଜନ

by Voice of Victims
December 22, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରଣପୁର ମହୋତ୍ସବ ‘ଅର୍ଜୁନ–୨୦୨୬’ ପାଇଁ ପ୍ରସ୍ତୁତି ଜୋରଦାର, ଜାନୁୟାରୀ ୫ରୁ ୧୦ ପର୍ଯ୍ୟନ୍ତ ପାଞ୍ଚ ଦିନିଆ ମହା ଆୟୋଜନ

ରଣପୁର, ୨୨/୧୨ : ରଣପୁରର ସାଂସ୍କୃତିକ ପରମ୍ପରାକୁ ଆଉ ଏକ ମାଇଲସ୍ଟୋନ୍‌ ଯୋଗାଇବାକୁ ଯାଉଛି ଆସନ୍ତା ‘ଅର୍ଜୁନ–୨୦୨୬’ ରଣପୁର ମହୋତ୍ସବ। ଆସନ୍ତା ଜାନୁୟାରୀ ୫ରୁ ୧୦ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଏହି ମହାମେଳା ଆୟୋଜିତ ହେବ ବୋଲି ମହୋତ୍ସବ କମିଟି ସୂଚନା ଦେଇଛି। ସୋମବାର ସ୍ଥାନୀୟ ମା ମଣିନାଗ କଲ୍ୟାଣୀ ମଣ୍ଡପରେ ଏହି ମହୋତ୍ସବକୁ ସଫଳ କରିବା ନିମିତ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକଟି କମିଟିର ସଭାପତି, ରଣପୁର ବିଧାୟିକା ତଥା ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ହୋଇଥିଲା। ସମ୍ପାଦକ ସ୍ୱରାଜ ମହାନ୍ତିଙ୍କ ସହଯୋଗରେ କମିଟି ସଦସ୍ୟ, ସାମ୍ବାଦିକ, ଆଇନଜୀବୀ, ବୁଦ୍ଧିଜୀବୀ ଓ ଆଗ୍ରହୀ ଜନସାଧାରଣ ଉପସ୍ଥିତ ରହି ମହୋତ୍ସବର ସମସ୍ତ ପ୍ରସଙ୍ଗ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

୨୦୦୬ ମସିହାରୁ ଆରମ୍ଭ ହୋଇଥିବା ଏହି ମହୋତ୍ସବକୁ ଏ ବର୍ଷ ଆହୁରି ଆକର୍ଷଣୀୟ, ସୁସଂଗଠିତ ଓ ସଫଳ କରିବା ନେଇ ବୈଠକରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ପାଞ୍ଚ ଦିନିଆ ଏହି ମହୋତ୍ସବର ପ୍ରତ୍ୟେକ ଦିବସକୁ ମହାନ ବ୍ୟକ୍ତିତ୍ୱଙ୍କ ନାମରେ ଉତ୍ସର୍ଗ କରାଯିବ। ପ୍ରଥମ ଦିବସ ଶହୀଦ ରଘୁନାଥ ମହାନ୍ତି, ଦ୍ୱିତୀୟ ଦିବସ ଶହୀଦ ଦିବାକର ପରିଡ଼ା, ତୃତୀୟ ଦିବସ ଶହୀଦ ଅର୍ଜୁନ ରାଉତ, ଚତୁର୍ଥ ଦିବସ ଭକ୍ତ କବି ଭକ୍ତ ଚରଣ ଦାସ ଓ ପଞ୍ଚମ ଦିବସ ରାଜ୍ୟର ପ୍ରଥମ ମହିଳା ସ୍ୱାସ୍ଥ୍ୟ ମନ୍ତ୍ରୀ ରାଣୀ ବସନ୍ତ ମଞ୍ଜରୀ ଦେବୀଙ୍କ ନାମରେ ଉତ୍ସର୍ଗ କରାଯିବ ବୋଲି ସମ୍ମତି ପ୍ରକାଶ ପାଇଛି। ସାଂସ୍କୃତିକ ଐତିହ୍ୟ, ଦେଶଭକ୍ତି ଓ ଲୋକକଳାର ଅନୁପମ ସମନ୍ୱୟ ସହ ଏବର୍ଷର ରଣପୁର ମହୋତ୍ସବ ଜନସାଧାରଣଙ୍କ ମନକୁ ଛୁଇଁବ ବୋଲି ଆଶା ପ୍ରକାଶ ପାଇଛି।

ଅନ୍ୟମାନଙ୍କ ମଧ୍ୟରେ ରଣପୁର ବିଜ୍ଞାପିତ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ଅବସର ପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନା, ସମାଜସେବୀ ପରେଶ ମିଶ୍ର, ଅବସର ପ୍ରାପ୍ତ ଶିକ୍ଷକ ଅଶୋକ କୁମାର ଦାଶ, ପ୍ରଶାନ୍ତ ମିଶ୍ର, ରାଜ କିଶୋର ପଟ୍ଟନାୟକ, ଶିବ ପ୍ରସାଦ ମିଶ୍ର, ଦିନେଶ ପରିଡାଙ୍କ ସମେତ ସାମ୍ବାଦିକମାନେ ଉପସ୍ଥିତ ରହି ମହୋତ୍ସବକୁ ଆକର୍ଷଣୀୟ କରିବା ପାଇଁ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ |

Post Views: 45
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In