• About Us
  • Contact Us
Tuesday, February 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଚିତ୍ରଦୁର୍ଗ ବସ୍ ଦୁର୍ଘଟଣା : ମୃତକ ଏବଂ ଆହତଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

by Voice of Victims
December 25, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଚିତ୍ରଦୁର୍ଗ ବସ୍ ଦୁର୍ଘଟଣା : ମୃତକ ଏବଂ ଆହତଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ସହାୟତା ରାଶି ଘୋଷଣା

କର୍ଣ୍ଣାଟକ : କର୍ଣ୍ଣାଟକର ଚିତ୍ରଦୁର୍ଗ ଜିଲ୍ଲା ହିରିୟୁର୍ ନିକଟସ୍ଥ ଏନଏଚ୍ ୪୮ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭୋର ପ୍ରାୟ ୩ଟା ବେଳେ ଯାତ୍ରୀବାହୀ ବସକୁ ଧକ୍କା ଦେଇଛି କଣ୍ଟେନର । ଫଳରେ ଦୁର୍ଘଟଣା ପରେ ବସରେ ଅଚାନକ ନିଆଁ ଲାଗିଯାଇଥିଲା । ଦୁର୍ଘଟଣାରେ ପ୍ରାୟ ୯ ଜଣଙ୍କର ମୃତ୍ୟୁ ହୋଇଛି, ୨୧ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ନିକଟସ୍ଥ ହସପିଟାଲରେ ଭର୍ତ୍ତି କରାଯାଇଛି ।

ଏନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି, କର୍ଣ୍ଣାଟକର ଚିତ୍ରଦୁର୍ଗ ଜିଲ୍ଲାରେ ହୋଇଥିବା ଦୁର୍ଘଟଣାରେ ଜୀବନ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖିତ । ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ମୋର ସମବେଦନା ଏବଂ ଆହତଙ୍କ ଶୀଘ୍ର ସୁସ୍ଥ କାମନା କରୁଛି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡରୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ ।

ଖବର ମୁତାବକ, ବସଟି ୩୨ ସିଟ୍ ଥିବାରୁ ୨୯ ଜଣ ଯାତ୍ରୀଙ୍କୁ ନେଇ ବେଙ୍ଗଲୁରୁରୁ ଶିବମୋଗ ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଥିଲା । ଦୁର୍ଘଟଣା ପରେ ବସ୍ ସମ୍ମୁଖରେ ଥିବା ଡିଜେଲ ଟାଙ୍କି ଫାଟିଯିବାରୁ ନିଆଁ ବ୍ୟାପିଥିବା କୁହାଯାଉଛି । ସେହିପରି ବସରେ ଲାଗିଥିବା ଗଦି ଓ ପ୍ଲାଷ୍ଟିକ ସାମଗ୍ରୀ ମଧ୍ୟ ନିଆଁକୁ ତେଜ ଦେଇଥିଲା । ଆହତଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଚିତ୍ରଦୁର୍ଗ ପୋଲିସ କହିଛି ଯେ, କଣ୍ଟେନର ଡ୍ରାଇଭରଙ୍କ ଆଖି ଲାଗି ଯାଇଥିଲା । ଫଳରେ ଏହା ଡିଭାଇଡର ଅତିକ୍ରମ କରି ସିଧା ବସକୁ ଧକ୍କା ଦେଇଥିଲା ।

Post Views: 46
Share199Tweet124Send
Voice of Victims

Voice of Victims

Recent Posts

  • ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ, ହସପିଟାଲରେ ହେଲେ ଭର୍ତ୍ତି
  • ପାକିସ୍ତାନକୁ ବଡ଼ ଝଟକା ଦେଲା ଆଇସିସି: ପ୍ରତ୍ୟାଖ୍ୟାନ କଲା ସମସ୍ତ ଦାବି
  • ଧାନ କିଣାରେ ଅବ୍ୟବସ୍ଥା, ବିଜେପି ସରକାରଙ୍କୁ ନବୀନଙ୍କ ତୀବ୍ର ସମାଲୋଚନା
  • ବଳଭଦ୍ରପୁର ଯୁବକ ସଙ୍ଘ ଆନୁକୂଲ୍ୟରେ ମାଗଣା ଫିଜିଓଥେରାପି ଶିବିର ଅନୁଷ୍ଠିତ
  • ପତଞ୍ଜଳି ଯୋଗ କେନ୍ଦ୍ରର ବାର୍ଷିକ ଉତ୍ସବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In