• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଆସନ୍ତାକାଲି ଠାରୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ, ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

by Voice of Victims
February 2, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଆସନ୍ତାକାଲି ଠାରୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ, ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା କାଲି ଫେବୃୟାରୀ ୩ ରୁ ତିନି ଦିନ ଧରି ଭୁବନେଶ୍ଵରର ଜନତା ମଇଦାନରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭୁବନେଶ୍ଵରର କଳାମଣ୍ଡଳ ପରିସରରେ ନିର୍ମିତ ହୋଇଛି ଅକ୍ଷରଭୂମି। ଆଜି ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ନବୀନ ପ ନାୟକ ଅକ୍ଷର ଭୂମିର ଲୋକାର୍ପଣ କରିଛନ୍ତି। ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ କୁ ସ୍ମରଣୀୟ କରିବା ପାଇଁ ଖାଣ୍ଡେଲାଇଟ ପଥର ରେ କଳିଙ୍ଗ ଶୈଳୀରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ଯ ର ଅପୂର୍ବ ନିଦର୍ଶନ ସ୍ବରୂପ ନିର୍ମିତ ହୋଇଛି ଅକ୍ଷର ଭୂମି। ଓଡ଼ିଆ ବର୍ଣ୍ଣମାଳା ରେ ସୁଶୋଭିତ ଅକ୍ଷର ଭୂମି, ଆମ ଭାଷା ପ୍ରୀତି କୁ ଉଜ୍ଜୀବିତ କରି ରଖିବା ସହ ଆମ ଭାଷା ସଂସ୍କୃତି କଳା ଓ ସ୍ଥାପତ୍ୟ ର ଜୟ ଗାନ କରି ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆମର ମହାନ୍ ଐତିହ୍ୟ ଓ ଶାସ୍ତ୍ରୀୟ ଓଡ଼ିଆ ଭାଷାର ଗୌରବ ବିଷୟ ରେ ଅକ୍ଷର ଭୂମି ଭବିଷ୍ୟତ ପୀଢି କୁ ପ୍ରେରଣା ଦେଇଚାଲିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଥିଲେ। ସୂଚନା ଯୋଗ୍ୟ ଯେ ୫-ଟି ଅଧ୍ୟକ୍ଷ ଭି କାର୍ତ୍ତିକ ପାଣ୍ଡିଆନ୍ ନିୟମିତ କଳାମଣ୍ଡଳ ଯାଇ ଅକ୍ଷର ଭୂମି ନିର୍ମାଣ କାର୍ଯ୍ୟ ତଦାରଖ କରୁଥିଲେ। ତାଙ୍କର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟ ଇଡକୋ ଜରିଆରେ ସମ୍ପାଦିତ ହୋଇଛି। ଲୋକାର୍ପଣ ଉତ୍ସବରେ ସଂସ୍କୃତି ମନ୍ତ୍ରୀ ଅଶ୍ଵିନୀ ପାତ୍ର, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ଶ୍ରୀ ସୁଶାନ୍ତ ରାଉତ ବିଏମସି ର ମେୟର ସୁଲୋଚନା ଦାସ, ସିଏମଓର ମୁଖ୍ୟ ଉପଦେଷ୍ଟା ବାଲାକ୍ରିଷ୍ଣନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ଲୋକସମ୍ପର୍କ ବିଭାଗ ପ୍ରମୂଖ ସଚିବ ସଞ୍ଜୟ ସିଂହ ଓ ସଂସ୍କୃତି ସଚିବ ସୁଜାତା ରାଉତ କାର୍ତ୍ତିକେୟ ପ୍ରମୂଖ ଉପସ୍ଥିତ ଥିଲେ।

Post Views: 30
Tags: From tomorrowthe Chief Minister inaugurated the first World Oriya Language Conference
Share202Tweet127Send
Voice of Victims

Voice of Victims

Recent Posts

  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅର୍ଥନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକରେ ଅଭିଜ୍ଞ ଅଧିକାରୀମାନଙ୍କୁ ନିଯୁକ୍ତି
  • ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର, ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ
  • ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟିର ଉପସଭାପତି ହେଲେ ବାଳକୃଷ୍ଣ ଷଢଙ୍ଗୀ
  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In