• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ହାଇଆଲର୍ଟରେ ପୁରୀ: ଆଜି ଓ ୧ତାରିଖ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରୀ ଜାରି

by Voice of Victims
December 31, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ନୂଆବର୍ଷରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା, କେବଳ ସିଂହଦ୍ଵାର ଦେଇ ଭକ୍ତ କରିବେ ପ୍ରବେଶ

ପୁରୀ : ଆଜି ୨୦୨୫ର ଶେଷ ଦିନ । ଆସୁଛି ଇଂରାଜୀ ନୂଆବର୍ଷ ୨୦୨୬ । ନୂଆବର୍ଷ ପାଇଁ ପୁରୀରେ ହାଇଆଲର୍ଟ । ସଂପୂର୍ଣ୍ଣ ସିସିଟିଭି ବଳୟରେ ଶ୍ରୀକ୍ଷେତ୍ର ।  ୭୦ ପ୍ଲାଟୁନ ଫୋର୍ସ ନିୟୋଜିତ ।  ଶ୍ରୀମନ୍ଦିର ବାହାରେ,ଭିତରେ,ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା, ବେଳାଭୂମିରେ ପର୍ଯ୍ୟଟକଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନ ଫୋର୍ସ, ୩୩ DSP ଏବଂ ୬୨ ଜଣ ଇନ୍ସପେକ୍ଟରଙ୍କୁ ନିୟୋଜିତ କରାଯାଇଛି। ଆଜି ଓ ୧ତାରିଖ ପାଇଁ ଭିଡ଼କୁ ଆଖିରେ ରଖି ପୁରୀ ପୋଲିସ୍ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରୀ ଜାରି । ଆସନ୍ତାକାଲି ପର୍ଯ୍ୟନ୍ତ ମାର୍କେଟ ଛକଠାରୁ NO VEHICLE ZONE ହେବ। ବଡ଼ଦାଣ୍ଡରେ ଲମ୍ବା ବ୍ୟାରିକେଡ୍ କରାଯାଇଛି ଯେପରି ଭକ୍ତମାନେ ଶୃଙ୍ଖଳିତ ଭାବେ ସିଂହଦ୍ୱାର ଦେଇ ପ୍ରବେଶ କରିପାରିବେ ।

ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ମନ୍ଦିରରେ ପ୍ରବେଶ କରିବେ ଓ ଅନ୍ୟ ତିନୋଟି ଦ୍ୱାର ଦେଇ ପ୍ରସ୍ଥାନ କରିବେ । ବରିଷ୍ଠ ନାଗରିକ ଏବଂ ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ଧାଡ଼ି ଓ ସୁବିଧାର ବ୍ୟବସ୍ଥା କରାଯାଇଛି । ପୁରୀ ଭିଡ଼ ପାଇଁ ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ଦିଆଯାଇଛି । ପ୍ରବଳ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦ ମାଜିଷ୍ଟ୍ରେଟଙ୍କୁ ଦାୟିତ୍ବ ପ୍ରଦାନ କରିଛନ୍ତି । ଜନସାଧାରଣଙ୍କ ସୁରକ୍ଷା ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ୨୦ ଜଣ ଅଧିକାରୀଙ୍କୁ ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି । ଏମାନଙ୍କ ମଧ୍ୟରେ ଅଧିକାଂଶ ତହସିଲଦାର ଓ ଅତିରିକ୍ତ ତହସିଲଦାର ଅଛନ୍ତି । ବେଆଇନ ଜନସମାଗମ, ମଦ୍ୟପାନ, ବାଣ ଫୁଟାଇବା ଏବଂ ଜୋରରେ ମ୍ୟୁଜିକ୍ ବଜାଇବା ଉପରେ ରୋକ ଲଗାଇବା ସହ ଶାନ୍ତି ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରିବେ ।

Post Views: 25
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In