• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଶା@୨୦୩୬ ଠାରୁ ଦୋକାନ ବଜାର ପର୍ଯ୍ୟନ୍ତ—ପିଏମ୍ ଶ୍ରୀ ଉତ୍ସବରେ ଛାତ୍ର ପ୍ରତିଭାର ପ୍ରଦର୍ଶନ

by Voice of Victims
January 13, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଓଡ଼ିଶା@୨୦୩୬ ଠାରୁ ଦୋକାନ ବଜାର ପର୍ଯ୍ୟନ୍ତ—ପିଏମ୍ ଶ୍ରୀ ଉତ୍ସବରେ ଛାତ୍ର ପ୍ରତିଭାର ପ୍ରଦର୍ଶନ

ରଣପୁର, ୧୩/୦୧ : ରଣପୁର ସ୍ଥିତ ପିଏମ୍ ଶ୍ରୀ ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମ୍ ଶ୍ରୀ ଉତ୍ସବ ଅତ୍ୟନ୍ତ ଆନନ୍ଦ ଓ ଉତ୍ସାହମୟ ପରିବେଶରେ ପାଳିତ ହୋଇଯାଇଛି। ଓଡ଼ିଶାର ବାଚସ୍ପତି ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ୱଳନ ସହ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି ଅବସରରେ ରଣପୁର ବିଜ୍ଞାପିତ ପରିଷଦ ଅଧିକାରୀଣୀ ରଙ୍ଗୀନ ମହାନ୍ତି, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଗିରିଜା ଶଙ୍କର ମହାପାତ୍ର, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରଙ୍ଗନାଥ ମିଶ୍ର ଓ ପଞ୍ଚଶଖା ଶିକ୍ଷା ସେତୁ ସଭାପତି ନବ କିଶୋର ରାୟ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ଶିକ୍ଷୟତ୍ରୀ ଏଲିନା ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମର ଆରମ୍ଭରେ ବିଦ୍ୟାଳୟର ଛାତ୍ରୀମାନେ ଶିକ୍ଷକ ବିରୁପାକ୍ଷ ମହାପାତ୍ରଙ୍କ ରଚିତ ସ୍ୱାଗତ ସଙ୍ଗୀତ ଗାନ କରି ସଭାକୁ ମନମୁଗ୍ଧ କରିଥିଲେ। ଏଥିରେ ଶିକ୍ଷକ ଭାସ୍କର ସ୍ୱାଇଁ ବାଦ୍ୟଯନ୍ତ୍ର ବାଦନରେ ସହଯୋଗ କରିଥିଲେ। ମୁଖ୍ୟ ଅତିଥି ତାଙ୍କ ହସ୍ତରେ ସାହିତ୍ୟ ସୃଜନୀ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ମନୀଷା ପତି, ୨୦୨୫–୨୬ ଶିକ୍ଷାବର୍ଷର ମାଟ୍ରିକ ବ୍ଲକ ଟପ୍ପର ଆଦିତ୍ୟ ପ୍ରସାଦ ପତି ଓ ଜାତୀୟ ସ୍ତରର ଖେଳରେ ସୁନାମ ଅର୍ଜନ କରିଥିବା ରେବତୀ ମଲ୍ଲିକଙ୍କୁ ପୁରସ୍କୃତ କରି ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ, ସଙ୍ଗୀତ ଗାନ ସହ ବିଭିନ୍ନ ଆକର୍ଷଣୀୟ ସାଂସ୍କୃତିକ ପରିବେଷଣ ହୋଇଥିଲା। ସେଥିପାଇଁ “ଓଡ଼ିଶା@୨୦୩୬”, “ଛାତ୍ରଛାତ୍ରୀଙ୍କ ଦକ୍ଷତା ଗ୍ୟାଲେରୀ” ଓ “ଦୋକାନ ବଜାର” ନାମରେ ତିନୋଟି ବଡ଼ ପ୍ରଦର୍ଶନୀ ଷ୍ଟଲ ଆକର୍ଷଣର କେନ୍ଦ୍ରବିନ୍ଦୁ ଥିଲା।

“ଓଡ଼ିଶା@୨୦୩୬” ଷ୍ଟଲରେ ଛାତ୍ରଛାତ୍ରୀମାନେ ୨୦୩୬ ସୁଦ୍ଧା ଓଡ଼ିଶାର ସମ୍ଭାବ୍ୟ ଉନ୍ନତି ରୂପରେଖା ସମ୍ପର୍କିତ ପ୍ରକଳ୍ପ, ଚିତ୍ର ଓ ଲେଖା ପ୍ରଦର୍ଶନ କରିଥିଲେ। ଦକ୍ଷତା ଗ୍ୟାଲେରୀରେ ସୂଚନା ଓ ବୈଷୟିକ ବିଜ୍ଞାନ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ନବଚିନ୍ତନ ଓ ସୃଜନଶୀଳତାର ପ୍ରତିଫଳନ ଦେଖିବାକୁ ମିଳିଥିଲା। “ଦୋକାନ ବଜାର” ଷ୍ଟଲରେ ପିଲାମାନେ ବିଭିନ୍ନ ଖାଦ୍ୟ ସାମଗ୍ରୀ ପ୍ରସ୍ତୁତ କରି ବିକ୍ରି କରି ଆତ୍ମନିର୍ଭରଶୀଳତାର ମୂଲ୍ୟବୋଧ ଶିଖିଥିଲେ। ଉଦଯାପନୀ ସଭାରେ ବ୍ଲକ ଅଧ୍ୟକ୍ଷା ନିର୍ମଳା ବେହେରା ମୁଖ୍ୟ ଅତିଥି ଓ ସାଂସଦ ପ୍ରତିନିଧି ପ୍ରିୟବ୍ରତ ପ୍ରହରାଜ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ବିଦ୍ୟାଳୟର କୃତି ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ କରିଥିଲେ। ସମଗ୍ର କାର୍ଯ୍ୟକ୍ରମ ସଫଳ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ–ଶିକ୍ଷୟତ୍ରୀ, ପରିଚାଳନା କମିଟି ସଦସ୍ୟ–ସଦସ୍ୟା ଓ ବିଦ୍ୟାଳୟ କର୍ମଚାରୀମାନେ ସକ୍ରିୟ ସହଯୋଗ କରିଥିଲେ।

Post Views: 18
Share198Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In