• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଇଣ୍ଡିଗୋ ଏୟାରଲାଇନ୍ସକୁ ବୋମା ଧମକ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଏମରଜେନ୍ସି ଲ୍ୟାଣ୍ଡିଂ

by Voice of Victims
January 18, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା ଅଭିଯୋଗ
ଇଣ୍ଡିଗୋ ଏୟାରଲାଇନ୍ସକୁ ବୋମା ଧମକ, ଲକ୍ଷ୍ନୌ ବିମାନବନ୍ଦରରେ ହେଲା ଏମରଜେନ୍ସି ଲ୍ୟାଣ୍ଡିଂ

ନୂଆଦିଲ୍ଲୀ : ଦିଲ୍ଲୀରୁ ବାଗଡୋଗରା ଯାଉଥିବା ଇଣ୍ଡିଗୋ ଏୟାରଲାଇନ୍ସର ଏକ ବିମାନକୁ ବୋମା ଧମକ । ଯାହା ପରେ ଆତଙ୍କ ସୃଷ୍ଟି କରିଛି । ସୁରକ୍ଷା ପ୍ରୋଟୋକଲ୍ ହିସାବରେ ବିମାନଟିକୁ ତୁରନ୍ତ ଲକ୍ଷ୍ନୌର ଚୌଧୁରୀ ଚରଣ ସିଂ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଥିଲା ।

ସୂଚନାନୁଯାୟୀ, ବିମାନରେ ୨୨୨ ବୟସ୍କ ଯାତ୍ରୀ ଏବଂ ଆଠ ଜଣ ଶିଶୁ ଥିଲେ । ସେମାନଙ୍କ ସମେତ ଦୁଇ ଜଣ ପାଇଲଟ୍ ଏବଂ ୫ ଜଣ କ୍ରୁ ସଦସ୍ୟ ଥିଲେ । ସେହି ସମୟରେ ଇଣ୍ଡିଗୋ ବିମାନ 6E 6191 ଭିତରେ ଜଣେ କର୍ମଚାରୀଙ୍କୁ ଏକ ଟିସୁ ପେପର ମିଳିଥିଲା । ସେହି ଟିସୁ ପେପରରେ “ବିମାନରେ ବୋମା ଅଛି” ବୋଲି ଲେଖାଯାଇଥିଲା ।

ନୋଟଟି ଦେଖିବା ପରେ, କ୍ରୁ ସଦସ୍ୟମାନେ ତୁରନ୍ତ ପାଇଲଟଙ୍କୁ ଜଣାଇଥିଲେ ଏବଂ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଜରୁରୀକାଳୀନ ଅବତରଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ଏହି ସୂଚନା ପାଇବା ପରେ ଯାତ୍ରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ଯାହା ଦ୍ବାରା ଲକ୍ଷ୍ନୌରେ ବିମାନଟି ଏମରଜେନ୍ସି ଲ୍ୟାଣ୍ଡିଂ କରିଥିଲା । ଅବତରଣ ପରେ ତୁରନ୍ତ, ବିମାନକୁ ମୁଖ୍ୟ ରନୱେରୁ ବାହାର କରି ଏକ ଆଇସୋଲେସନ୍ ବେକୁ ସ୍ଥାନାନ୍ତର କରାଯାଇଥିଲା । ଏହାରି ମଧ୍ୟରେ ସମସ୍ତ ଯାତ୍ରୀ ଏବଂ କ୍ରୁ ସଦସ୍ୟ ସୁରକ୍ଷିତ ଥିବା କର୍ତ୍ତୁପକ୍ଷ ନିଶ୍ଚିତ କରିଛନ୍ତି ।

ଅନ୍ୟପଟେ ପରିସ୍ଥିତି ବର୍ତ୍ତମାନ ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି । ଏଥିସହ ବୋମା ନିଷ୍କ୍ରିୟକାରୀ ଦଳ ସ୍ଥାନୀୟ ପୋଲିସ ଏବଂ ବିମାନବନ୍ଦର ସୁରକ୍ଷା ଏଜେନ୍ସିଗୁଡ଼ିକ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଏବେ ବିମାନ ଏବଂ ଯାତ୍ରୀମାନଙ୍କ ଲଗେଜଗୁଡ଼ିକର ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଉଛି ।

Post Views: 20
Share198Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In