• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆମ ବସ୍‍ ଚଳାଇବେ ମହିଳା ଡ୍ରାଇଭର, ପୁନେରେ ଦିଆଯିବ ତାଲିମ :ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

by Voice of Victims
January 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଆମ ବସ୍‍ ଚଳାଇବେ ମହିଳା ଡ୍ରାଇଭର, ପୁନେରେ ଦିଆଯିବ ତାଲିମ :ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ଵର :    ଆମ ବସ୍ ସେବାର ସମୀକ୍ଷା କଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ।  ଆମ ବସ୍‍ ଚଳାଇବେ ମହିଳା ଡ୍ରାଇଭର, ପୁନେରେ ଦିଆଯିବ ତାଲିମ ।  କ୍ରୁଟ୍ ଆମ ବସ୍ ସେବାକୁ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି  ।  ଏହି ସମୀକ୍ଷା ବୈଠକରେ କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ତଥା ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସଞ୍ଜୟ ବିଶ୍ଵାଳ, ମହା ପ୍ରବନ୍ଧକ ସହଦେବ ସମଧିଆ, ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ସୁଶ୍ରୀ ପଲ୍ଲବୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ ।  ଯେଉଁଠି କ୍ରୁଟ୍ କାର୍ଯ୍ୟ ପଦ୍ଧତି ଓ ଆମ ବସ୍ ସେବା ଅନ୍ତର୍ଗତ ବିଭନ୍ନ ଗଠନମୂଳକ ପଦକ୍ଷେପ ଉପରେ ଆଲୋଚନା କରଯାଇଥିଲା  ।

ସଧାରଣତଃ କୌଣସି ଦୁର୍ଘଟଣାର ପ୍ରମୁଖ କାରଣ ମଦ୍ୟପାନ ହୋଇଥାଇପାରେ ବୋଲି ଅନୁମାନ କରାଯାଇଥାଏ ।  ଏନେଇ ଆମ ବସ୍ ଚାଳନା କରୁଥିବା ସମସ୍ତ ଚାଳକଙ୍କୁ ମଦ୍ୟପାନ ଯାଞ୍ଚ କରିବା ବାଧ୍ୟତାମୂଳକ କରଯାଇଥିଲା ।  ଶେଷ ଗୋଟିଏ ବର୍ଷରେ ଏକ ଲକ୍ଷ ୯୭ ହଜାର ଥର ମଦ୍ୟପାନ ଯାଞ୍ଚ ହୋଇଛି ।  ବସ୍ ଟ୍ରୀପ୍ ଆରମ୍ଭ ଓ ଶେଷ ସମୟରେ ଏବଂ ଦିନର ଅତର୍କିତ ଭାବେ ନିୟମିତ ଯାଞ୍ଚ ଜାରି ରହିଛି ।  ସେ ମଧ୍ୟରୁ ଏକ ବର୍ଷ ମଧ୍ୟରେ ୧୯ ଜଣ ମଦ୍ୟପାନ କରିଥିବାର ଜଣାପଡ଼ିଥିଲେ ।  ଯେଉଁମାନଙ୍କୁ ପୁଲିସ୍ ଗିରଫ ସହିତ ଆଇନ ଅନୁଯାୟୀ ତିନିମାସ ପାଇଁ ସେମାନଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ କରାଯିବାକୁ ନିକଟସ୍ଥ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ଚାଳକମାନଙ୍କ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରାଯାଇଛି ।

ଆଗାମୀ ଦିନରେ ରାଜ୍ୟରେ ମହିଳା ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା ଓ ସାମ୍ପ୍ରତିକ ପରିସ୍ଥିତିରେ ଜନ ପରିବହନର ବିଶେଷ ଚାହିଦାକୁ ଲକ୍ଷ୍ୟ କରି ଶ୍ରୀ ମହାପାତ୍ର ମହିଳା ଚାଳକଙ୍କ ଉପରେ ଅଧିକ ଗୁରୁତ୍ଵ ଦେଇଛନ୍ତି ।  ଆଗାମୀ ଜାନୁଆରୀ ୩୧ ତାରିଖରେ କ୍ରୁଟ୍ ପକ୍ଷରୁ ୨୦ ଜଣ ମହିଳା ଇ-ବସ୍ ଚାଳନା ତାଲିମ ନିମନ୍ତେ ପୁନେ ଯାତ୍ରା କରିବେ ।  ଭାରତର ପ୍ରଥମ ସରକାରୀ ଜନ ପରିବହନ ସଂସ୍ଥା ଭାବେ କ୍ରୁଟ୍ ଦୁର୍ଘଟଣା ଗ୍ରସ୍ତ ପରିବାରକୁ ତୁରନ୍ତ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ସହିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରଙ୍କ ଭରଣପୋଷଣ ନିମନ୍ତେ ୪ କୋଟିରୁ ଅଧିକ ଟଙ୍କାର ବୀମା ରାଶି ପ୍ରଦାନ କରିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

ଖୁବ୍ ଶୀଘ୍ର କ୍ରୁଟ ଡିପୋ ପରିସରରେ ନିଜର ତାଲିମ୍ ଅନୁଷ୍ଠାନ ନିର୍ମାଣ ହେବ ।  ଯେଉଁଠି ବ୍ୟବହାରିକ, ଆଚରଣଗତ ପ୍ରଶିକ୍ଷଣ ସହିତ ଟ୍ରାଫିକ ନୀୟମ ଓ ଲେନ୍ ଡ୍ରାଇଭିଂ ଭଳି ଅନେଗୁଡ଼ିଏ ଦିଗରେ ଅଧିକ ଗୁରୁତ୍ଵ ପ୍ରଦାନ କରାଯିବ ।  ସେଭଳି ମନ୍ତ୍ରୀ ବାରିପଦା, କେନ୍ଦୁଝର, ଅନୁଗୁଳରେ ଆମ ବସ୍ ଚଳାଚଳକୁ ନେଇ ଆରମ୍ଭ ହୋଇଯାଇଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ପ୍ରଦାନ କରିଛନ୍ତି ।

Post Views: 20
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In