• About Us
  • Contact Us
Saturday, May 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବନ୍ଦେ ମାତରମ ସଙ୍ଗୀତ ଗାନ ପ୍ରତିଯୋଗିତା : ଉପକନିଷ୍ଠ ବିଭାଗରେ ସନ୍ଦୀପ ପ୍ରଥମ

by Voice of Victims
January 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବନ୍ଦେ ମାତରମ ସଙ୍ଗୀତ ଗାନ ପ୍ରତିଯୋଗିତା : ଉପକନିଷ୍ଠ ବିଭାଗରେ ସନ୍ଦୀପ ପ୍ରଥମ

ରଣପୁର, ୨୦/୦୧ : ରଣପୁର ବିଜ୍ଞାପିତ ପରିଷଦ ଆୟୋଜିତ “ବନ୍ଦେ ମାତରମ” ସଙ୍ଗୀତ ଗାନ ପ୍ରତିଯୋଗିତା ଗତ ସୋମବାର ଦିନ ଉତ୍ସାହ ଓ ଆନନ୍ଦମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ବିଜ୍ଞାପିତ ପରିଷଦ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉତ୍ସାହପୂର୍ଣ୍ଣ ଭାବେ ଅଂଶଗ୍ରହଣ କରିଥିଲେ।

ପ୍ରତିଯୋଗିତାକୁ ଛାତ୍ରଛାତ୍ରୀମାନଙ୍କ ଶ୍ରେଣୀ ଅନୁଯାୟୀ ଉପକନିଷ୍ଠ, କନିଷ୍ଠ ଓ ବରିଷ୍ଠ—ଏମିତି ତିନୋଟି ବିଭାଗରେ ବିଭକ୍ତ କରାଯାଇଥିଲା।
ଉପକନିଷ୍ଠ ବିଭାଗରେ ପାମ୍ପଡା ପ୍ରାଥମିକ ବିଦ୍ୟାଳୟର ତୃତୀୟ ଶ୍ରେଣୀର ଛାତ୍ର ସନ୍ଦୀପ ପ୍ରଧାନ ନିଜର ସୁମଧୁର କଣ୍ଠ ଓ ଆତ୍ମବିଶ୍ୱାସପୂର୍ଣ୍ଣ ପ୍ରଦର୍ଶନ ମାଧ୍ୟମରେ ପ୍ରଥମ ସ୍ଥାନ ହାସଲ କରି ବିଜୟୀ ହୋଇଥିଲେ। ସନ୍ଦୀପଙ୍କ ଏହି ସଫଳତା ପାମ୍ପଡା ପ୍ରାଥମିକ ବିଦ୍ୟାଳୟ ସହିତ ନରସିଂହପୁର କ୍ଲଷ୍ଟର ପାଇଁ ଗୌରବ ଅର୍ଜନ କରିଛନ୍ତି | ତାଙ୍କର ଏହି ସଫଳତା ପାଇଁ ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା ଙ୍କ ସମେତ କ୍ଲଷ୍ଟରର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି |

ସେହିପରି କନିଷ୍ଠ ବିଭାଗରେ ଶୁଶ୍ରୀ ଶୁଭସ୍ମିତା ପ୍ରଥମ ସ୍ଥାନ ଓ ବରିଷ୍ଠ ବିଭାଗରେ ସାଇ ସରନ୍ୟା ପଣ୍ଡା ପ୍ରଥମ ସ୍ଥାନ ହାସଲ କରି ନିଜ ନିଜ ବିଦ୍ୟାଳୟର ସମ୍ମାନ ବଢ଼ାଇଛନ୍ତି।

ମଙ୍ଗଳବାର ଦିନ ମଣିନାଗ ସ୍ଥିତ କଲ୍ୟାଣ ମଣ୍ଡପରେ ଏହି ପ୍ରତିଯୋଗିତାର ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ ସଭାରେ ସାଂସଦ ପ୍ରତିନିଧି ଭାବେ ଆଇନୀଜୀବୀ ପ୍ରିୟବ୍ରତ ପ୍ରହରାଜ, ବାଚସ୍ପତି ପ୍ରତିନିଧି ଭାବେ ସମାଜସେବୀ ପରେଶ ମିଶ୍ର, ରଣପୁର ବିଜ୍ଞାପିତ ପରିଷଦ ଅଧିକାରୀ ସାମନ୍ତ ବିଶ୍ୱମ୍ବର ମହାପାତ୍ର, ପରିଷଦର ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ଶିକ୍ଷାବିତ ଲକ୍ଷ୍ମୀପ୍ରତିମା ଶତପଥୀ, ବିଦେଶିନୀ ପତି ଓ ଭାରତୀ ସିଂ ପ୍ରମୁଖ ଯୋଗ ଦେଇ ପୁରସ୍କାର ବିତରଣ କରି ପ୍ରତିଯୋଗୀମାନଙ୍କୁ ଉତ୍ସାହିତ କରିଥିଲେ। ସଭା ଶେଷରେ ସାଧନ କେନ୍ଦ୍ର ସଂଯୋଜକ ଶ୍ରୀ ଅଜୟ କୁମାର ପ୍ରଧାନ ଧନ୍ୟବାଦ ଜ୍ଞାପନ କରିଥିଲେ।

Post Views: 145
Share209Tweet131Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In