• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାର, ବିକ୍ରି କରୁଥିଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ

by Voice of Victims
January 22, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାର, ବିକ୍ରି କରୁଥିଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ  ।  ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ ।  ନା ହେବ ଉତ୍ପାଦନ, ନା ହେବ ବିକ୍ରି ।  ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଛି ଏନେଇ ବିଧିବଦ୍ଧ ବିଜ୍ଞପ୍ତି । ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ଏହି ନିୟମ ଜାନୁଆରୀ ୨୧ ତାରିଖରୁ ଲାଗୁ ହୋଇଛି ।  ବିକ୍ରି କରୁଥିଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ  ।

ନଜର ପକାନ୍ତୁ ନିଷେଧାଦେଶର ମୁଖ୍ୟ ବିଷୟ ଉପରେ –

ଓଡ଼ିଶାର ପ୍ରାୟ ୪୨% ବୟସ୍କ ବ୍ୟକ୍ତି ଧୂଆଁବିହୀନ ତମାଖୁ ବ୍ୟବହାର କରନ୍ତି, ଯାହା ଜାତୀୟ ହାରଠାରୁ ପ୍ରାୟ ଦୁଇଗୁଣ ।  ଏହାକୁ ଦୃଷ୍ଟିରେ ରଖି ଖାଦ୍ୟ ସୁରକ୍ଷା ଓ ମାନକ ଅଧିନିୟମ, ୨୦୦୬ ଏବଂ ୨୦୧୧ର ନିୟମାବଳୀ ଅନୁଯାୟୀ ଯେକୌଣସି ଖାଦ୍ୟ ପଦାର୍ଥରେ ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାରକୁ ନିଷେଧ କରାଯାଇଛି ।  ଏଣୁ, ଜନସାଧାରଣଙ୍କ ସ୍ୱାସ୍ଥ୍ୟ ହିତ ପାଇଁ ଓଡ଼ିଶା ସରକାର ବିଭିନ୍ନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି –

୧. ଓଡ଼ିଶା ରାଜ୍ୟରେ ତମାଖୁ କିମ୍ବା ନିକୋଟିନ୍ ମିଶ୍ରିତ ସମସ୍ତ ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରକ୍ରିୟାକରଣ, ପ୍ୟାକେଜିଂ, ସଂରକ୍ଷଣ, ପରିବହନ, ବଣ୍ଟନ କିମ୍ବା ବିକ୍ରିକୁ ସଂପୂର୍ଣ୍ଣ ନିଷେଧ କରାଗଲା ।

୨. ଏହି ନିଷେଧାଦେଶ ସମସ୍ତ ଚର୍ବଣକ୍ଷମ କିମ୍ବା ସୁଗନ୍ଧିତ ଖାଦ୍ୟ ପଦାର୍ଥ ପାଇଁ ପ୍ରଯୁଜ୍ୟ ହେବ ।

୩. ଗୁଟଖା, ପାନ ମସଲା କିମ୍ବା ଅନ୍ୟ ଯେକୌଣସି ନାମରେ ବିକ୍ରି ହେଉଥିବା ସୁଗନ୍ଧିତ କିମ୍ବା ଚର୍ବଣକ୍ଷମ ଖାଦ୍ୟ ପଦାର୍ଥ ଉପରେ ଏହି କଟକଣା ଲାଗୁ ହେବ ।

୪. ଯଦି ତମାଖୁ ଏବଂ ପାନ ମସଲା ଅଲଗା ଅଲଗା ପ୍ୟାକେଟରେ ମଧ୍ୟ ବିକ୍ରି କରାଯାଏ, ଯାହାକୁ ଗ୍ରାହକ ସହଜରେ ମିଶାଇ ବ୍ୟବହାର କରିପାରିବେ, ତେବେ ସେହିପରି ବିକ୍ରୟ ମଧ୍ୟ ନିଷିଦ୍ଧ ।  ଏହି ବିଜ୍ଞପ୍ତି ତାରିଖ ୦୩.୦୧.୨୦୧୩ ରେ ଜାରି ହୋଇଥିବା ପୂର୍ବ ବିଜ୍ଞପ୍ତି (ନଂ. ୩୬୭/H) ର ସ୍ଥାନ ନେବ ବୋଲି ସଦ୍ୟ ପ୍ରକାଶିତ ବିଜ୍ଞପ୍ତି ରେ ପ୍ରକାଶ ପାଇଛି ।

ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ, ଗୁଟଖା ଓ ପାନମସଲାରେ ବ୍ୟବହୃତ ହେଉଥିବା ତମାଖୁ ଓ ନିକୋଟିନ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ କ୍ଷତିକାରକ । ଜନସାଧାରଣଙ୍କ ବୃହତ୍ତର ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କାମଭମ୍ପତିଙ୍କ ନିର୍ଦ୍ଦେଶକ୍ରମେ ଏହି କଟକଣା ସମ୍ପୂର୍ଣ୍ଣ ରାଜ୍ୟରେ ଲାଗୁ କରାଯାଇଛି । ଏହି ନିର୍ଦ୍ଦେଶନାମା ବିଜ୍ଞପ୍ତି ପ୍ରକାଶ ପରେ ରାଜ୍ୟରେ କାର୍ଯ୍ୟକାରୀ ହୋଇଛି ।

ଯଦି କେହି ଏହି ନିୟମକୁ ଉଲ୍ଲଂଘନ କରନ୍ତି, ତେବେ ସେମାନଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାରଙ୍କ ବିଜ୍ଞପ୍ତିରେ ଚେତାବନୀ ଦିଆଯାଇଛି । ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସେ କହିଛନ୍ତି ଯେ ସିଗାରେଟ ଓ ଅଦର ଟବାକୋ ପ୍ରଡକ୍ଟ ଆକ୍ଟ ୨୦୦୩ ଅନୁଯାୟୀ ଖୋଲା ସ୍ଥାନରେ ସିଗାରେଟ କି ଗୁଟଖା ସେବନକୁ ବନ୍ଦ କରାଯାଇଛି ।  ଓଡ଼ିଶାରେ ୨୦୧୩ରେ ଏହି ନିୟମ ଲାଗୁ ହୋଇଥିଲା ।

ଏଥର ବିଜେପି ସରକାର ଆସିବା ପରେ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ସର୍ଭେ କରିଥିଲେ । ଏଥିରୁ ଜଣାପଡିଲା ଯେ ଓଡ଼ିଶାର ୪୨ ପ୍ରତିଶତ ଲୋକ ତମାଖୁ ସେବନ କରୁଛନ୍ତି । ଯାହା ଜାତୀୟ ହାରଠାରୁ ଦୁଇ ଗୁଣ ଅଧିକ ବୋଲି କହିଛନ୍ତି ମନ୍ତ୍ରୀ । ଏବେ ଏହି ନିୟମକୁ କଡାକଡି ପାଳନ କରାଯାଇ ଦଣ୍ଡବିଧାନ କରାଯିବ । ଜିଲ୍ଲା ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଏକ ଟିମ କରି ଏନ୍ଫୋରସମେଣ୍ଟ କରିବେ । ଶିକ୍ଷାନୁଷ୍ଠାନ ପାଖରେ ବିକ୍ରି ହୋଇ ପାରିବ ନାହିଁ କୌଣସି ପ୍ରକାରର ତମ୍ବଖୁ । ଏହା ଦ୍ୱାରା ସରକାର ସଚେତନତା କାର୍ଯ୍ୟକ୍ରମ କରିବେ ବୋଲି କହିଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

Post Views: 23
Share198Tweet124Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In