• About Us
  • Contact Us
Monday, May 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବ୍ରହ୍ମପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୫ ମୃତ, ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by Voice of Victims
January 31, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ବ୍ରହ୍ମପୁରରେ ଭୟଙ୍କର ସଡ଼କ ଦୁର୍ଘଟଣା; ୫ ମୃତ, ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ବ୍ରହ୍ମପୁରରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଆଜି ଅପରାହ୍ନରେ ବ୍ରହ୍ମପୁର ହଳଦିଆପଦର ଛକ ନିକଟରେ ଓଭର ବ୍ରିଜ୍‌ରେ ଏକ ଟ୍ରକ ଓ ବାଇକ୍ ମଧ୍ୟରେ ଧକ୍କା ହୋଇଥିଲା । ବିପରୀତ ଦିଗରୁ ଆସି ୩ଟି ବାଇକ୍ ଉପରେ ଚଢିଗଲା ଟ୍ରକ୍ । ଏଥିରେ ୫ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି ଏବଂ ୧୦ରୁ ଅଧିକ ଗୁରୁତର ଆହତ ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି । ସୂଚନା ଅନୁଯାୟୀ, ୬ ଜଣ ଆହତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି ।

ଟ୍ରକ ଚାଳକ ବେପାରୁଆ ଭାବେ ଗାଡ଼ି ଚଳାଇଥିବା କୁହାଯାଉଛି । ଦୁର୍ଘଟଣାର କାରଣ ସମ୍ପର୍କରେ ପୁଲିସ ତଦନ୍ତ କରୁଥିବାବେଳେ ଦୁର୍ଘଟଣା ପରେ ଡ୍ରାଇଭର ଜଣକୁ ଗିରଫ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏହାସହିତ ସେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଆହତଙ୍କୁ ଉତ୍ତମ ଚିକିତ୍ସା ସେବା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

Post Views: 28
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In