• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
January 31, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଓଡ଼ିଆ ଭାଷାରେ ଏକାଦଶ ଶ୍ରେଣୀ ବିଜ୍ଞାନ ସନ୍ଦର୍ଭ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଆ ଭାଷାରେ ପ୍ରସ୍ତୁତ ଏକାଦଶ ଶ୍ରେଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପାଇଁ ସନ୍ଦର୍ଭ ପୁସ୍ତକ (Reference Book) ଗୁଡିକ ଉନ୍ମୋଚନ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରସ୍ତୁତ ଏହି ପୁସ୍ତକ ଗୁଡିକ ମଧ୍ୟରେ ଗଣିତ, ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ ଓ ଜୀବ ବିଜ୍ଞାନ ଆଜି ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।

ସୂଚନାଯୋଗ୍ୟଯେ, ଓଡ଼ିଆ ଭାଷାରେ ଏହିଭଳି ବହି ଆଗରୁ ନଥିବାରୁ ରାଜ୍ୟ ସରକାର ପ୍ରତ୍ୟେକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ୧୦ ରୁ ୨୦ ଟି ବହି ଯୋଗାଇ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଉଚ୍ଚ ଶିକ୍ଷା ବିଦ୍ୟାଳୟର ଗ୍ରନ୍ଥାଳୟରେ ଏହି ବହି ଉପଲବ୍ଧ ହେବ ଓ ପିଲାମାନେ ଏହାକୁ ପଢ଼ି ପାରିବେ। ଏହି ପୁସ୍ତକ ଗୁଡ଼ିକ ପ୍ରତ୍ୟେକ ଜିଲ୍ଲାର ସଦର ମହକୁମାରେ ବିଭିନ୍ନ ଦୋକାନରେ ଉପଲବ୍ଧ ହେବା ପାଇଁ ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା ପ୍ରଚେଷ୍ଟା କରିବ। ଏହି ପୁସ୍ତକ ସମୁଦାୟ ୭୦୦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧,୨୦, ୦୦୦ ଛାତ୍ରଛାତ୍ରୀଙ୍କ ପାଇଁ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି। ପରବର୍ତ୍ତୀ ପର୍ଯ୍ୟାୟରେ ଦ୍ଵାଦଶ ଶ୍ରେଣୀ ପାଇଁ ମଧ୍ୟ ଓଡ଼ିଆ ଭାଷାରେ ବିଜ୍ଞାନ ପୁସ୍ତକ ପ୍ରସ୍ତୁତ କରିବାର ଯୋଜନା ରହିଛି। ଏହାଫଳରେ ପ୍ରାଥମିକ ଶିକ୍ଷାରୁ ଉଚ୍ଚ ବୈଷୟିକ ଶିକ୍ଷା ପର୍ଯ୍ୟନ୍ତ ପ୍ରତ୍ୟେକ ସ୍ତରର ଛାତ୍ରଛାତ୍ରୀମାନଙ୍କ ପାଇଁ ଓଡ଼ିଆ ଭାଷାରେ ସନ୍ଦର୍ଭ ପୁସ୍ତକ ଉପଲବ୍ଧ କରିବା ପାଇଁ ଏକ ବଳିଷ୍ଠ ପଦକ୍ଷେପ ହେବ।

ଉକ୍ତ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଆଇନ, ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୁଷଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ, ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ଶିଳ୍ପ, ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଉଚ୍ଚଶିକ୍ଷା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର କେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ବତ ମିଶ୍ର, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଏନ୍ ଥିରୁମାଲା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Post Views: 30
Share198Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In