• About Us
  • Contact Us
Monday, March 23, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ବିଶାଳ ରାଲି

by Voice of Victims
February 9, 2024
in ଆଞ୍ଚଳିକ ଖବର, ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ବିଶାଳ ରାଲି

ଭୁବନେଶ୍ଵର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ଓ ସ୍ୱାଭିମାନର ବିକାଶ ନିମନ୍ତେ ସର୍ବଦା ଚ଼େଷ୍ଟିତ ଓଏସଇଏଫଡ଼ି (OSEFD) ଓ‌ ଓଏସଏସଇଟିଏ (OSSETA) ସଂଘର‌ ମିଳିତରେ ଗଠିତ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଭୁବନେଶ୍ୱରର ଲୋୟର ପିଏମଜି ଠାରେ ବିଶାଳ ମହାସମାବେଶ ହୋଇଛି। ଆମେ ଦୀର୍ଘ ବର୍ଷ ଧରି ବିଭିନ୍ନ ମାଧ୍ୟମରେ ରାଜ୍ୟ ସରକାରଙ୍କ ପାଖରେ ଦାବି ଉପସ୍ଥାପନ କରିଆସୁଥିଲେ ମଧ୍ୟ ସରକାର ଆଦୌ କର୍ଣ୍ଣପାତ କରୁନାହାନ୍ତି।ପ୍ରତି ପ୍ରାଥମିକ ବିଦ୍ୟାଳୟରେ ୧୦ ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ୧ ଜଣ ସ୍ବତନ୍ତ୍ର ଶିକ୍ଷକ, ପ୍ରତି ଉଚ୍ଚ ପ୍ରାଥମିକ, ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ୧୫ ଜଣ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ପାଇଁ ୧ ଜଣ ସ୍ବତନ୍ତ୍ର ଶିକ୍ଷକ ଏବଂ ଯେଉଁ ବିଦ୍ୟାଳୟ ରେ ଜଣେ ବି ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଶିକ୍ଷା ଗ୍ରହଣ କରୁଥିବ, ସେହି ବିଦ୍ୟାଳୟରେ ଜଣେ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି କରିବାକୁ ମାନ୍ୟବର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତତସହିତ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ନିମନ୍ତେ RPWD Act 2016, RTE Act 2009 ଅନୁସାରେ ନିୟମ ଓ ପ୍ରବନ୍ଧ ରହିଛି ଏବଂ ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ‌କୁ ଦୁଇବର୍ଷରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ ରାଜ୍ୟ ସରକାର ଅଣଦେଖା କରୁଛନ୍ତି, ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଆଶ୍ଚର୍ଯ୍ୟଜନକ। RPWD Act ଅନୁସାରେ ୨୧ ପ୍ରକାର ଭିନ୍ନକ୍ଷମ ଥିବା ବେଳେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ୯ ପ୍ରକାର ଭିନ୍ନକ୍ଷମ ବିଦ୍ୟାର୍ଥୀଙ୍କ ପାଇଁ ସ୍ବତନ୍ତ୍ର ଶିକ୍ଷକ ଙ୍କ ଆବଶ୍ୟକତା ଅଛି ବୋଲି ସତ୍ୟପାଠ ଦାଖଲ କରିଛନ୍ତି ଏବଂ ଓଡ଼ିଶାରେ ୧ ଲକ୍ଷ ୪୬ ହଜାର ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନେ ସାଧାରଣ ବିଦ୍ୟାଳୟ ରେ ଶିକ୍ଷା ଗ୍ରହଣ କରୁଥିବା ସ୍ଥଳେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ୯୬ ହଜାର ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଶିକ୍ଷା ଗ୍ରହଣ କରୁଛନ୍ତି ବୋଲି ଉଲ୍ଲେଖ କରିଛନ୍ତି। ଓଡ଼ିଶାରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ପାଇଁ ଓଡ଼ିଶା ସ୍ପେଶିଆଲ ଏଜୁକେଟର ଫର ଦିବ୍ୟାଙ୍ଗ ସଂଘ ସୁପ୍ରିମକୋର୍ଟ ରେ କେସ୍ ଫାଇଲ କରିଛି, ଏହି କେସ୍ କୁ ସୁପ୍ରିମକୋର୍ଟ ର ବରିଷ୍ଠ ଆଇନଜୀବୀ ସ୍ରିଷ୍ଠି ଅଗ୍ନିହୋତ୍ରୀ ପରିଚ଼ାଳନା କରୁଛନ୍ତି। ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତି ଦାବିରେ ଅଭିନବ ପ୍ରତିବାଦ ସ୍ବରୂପ ଆଜି ପ୍ରତ୍ୟେକ ଜିଲ୍ଲା ରୁ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କ ଦ୍ବାରା ଭୁବନେଶ୍ୱର ର ଲୋୟର ପିଏମଜି ଠାରେ ବେକାରୀ ହାଟ କରାଯାଇଥିଲା। ତା’ ସହ କଳାହାଣ୍ଡି ଜିଲ୍ଲା ର ବଜାସାଲ ଓ ଅନ୍ୟ ଜିଲ୍ଲା ମାନଙ୍କର ପାରମ୍ପରିକ ପ୍ରଣାଳୀ ରେ ରାଜ୍ୟ ସରକାର ଙ୍କୁ ଦାବି ଉପସ୍ଥାପନ କରିଥିଲେ। ଆମେ ଯାହାଙ୍କୁ ପଢ଼ାଇବା ପାଇଁ ପ୍ରଶିକ୍ଷଣ ନେଇଛୁ, ସେହି ମାନଙ୍କୁ ପଢ଼ାଇବାରୁ ଆମକୁ ବଞ୍ଚିତ ରାଜ୍ୟ ସରକାର କାହିଁକି କରୁଛନ୍ତି ଓ ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷାକୁ ସରକାର କାହିଁକି ଗୁରୁତ୍ବ ଦେଉନାହାନ୍ତି ବୋଲି ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପ୍ରଶ୍ନ କରିଛି। ଓଡ଼ିଶାର ସମସ୍ତ ସାଧାରଣ ବିଦ୍ୟାଳୟରେ ୧ ଲକ୍ଷ ୪୬ ହଜାର ଦିବ୍ୟାଙ୍ଗ ବିଦ୍ୟାର୍ଥୀ ଶିକ୍ଷା ଗ୍ରହଣ କରୁଥିବା ବେଳେ ୭ ହଜାର ରୁ ଉର୍ଦ୍ଧ୍ବ ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ଓ ଶିକ୍ଷୟିତ୍ରୀ ଗଣ ଭାରତୀୟ ପୁନର୍ବାସ ପରିଷଦ ରେ ନାମ ପଞ୍ଜିକରଣ କରି ବେକାରୀ ହୋଇ ବସିଛନ୍ତି।ରାଜ୍ୟ ସରକାର ଯେ ପର୍ଯ୍ୟନ୍ତ ସାଧାରଣ ବିଦ୍ୟାଳୟରେ ସ୍ଥାୟୀ ସ୍ବତନ୍ତ୍ର ଶିକ୍ଷକ ନିଯୁକ୍ତିର ବିଜ୍ଞାପନ ବାହାର କରିନାହାନ୍ତି, ସେହି ପର୍ଯ୍ୟନ୍ତ ଭୁବନେଶ୍ଵର ର ଲୋୟର ପିଏମଜି ଠାରେ ଧାରଣା ଜାରି ରହିବ ବୋଲି ଆଶାୟୀ ସ୍ବତନ୍ତ୍ର ଶିକ୍ଷକ ମିଳିତ ମଞ୍ଚ ପକ୍ଷରୁ ଆବାହକ ଶ୍ରୀ ଆୟୁଷ୍ମାନ ଚୋୖଧୁରୀ ଓ ବୀରବର ସାମନ୍ତସିଂହାର କହିଛନ୍ତି।

Post Views: 142
Share198Tweet124Send
Voice of Victims

Voice of Victims

Recent Posts

  • ୩୪ ତମ ବିଶ୍ୱ ଜଳ ଦିବସ, ଦର୍ପନାରାୟଣପୁର ଶୁକୃ ବେହେରା ପାଣିପଞ୍ଚାୟତ ଅଧୀନରେ ରେ ଭାରତ ର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ
  • ଇରାନ ରାଜଧାନୀ ଉପରେ ଆମେରିକାର ଭୟଙ୍କର ବୋମା ! ବିଦ୍ୟୁତ ସେବା ଠପ୍, ଅନ୍ଧାରରେ ବୁଡ଼ିଲା ସାରା ସହର
  • ବିଜେଡିରୁ ୬ ନିଲମ୍ବିତ ସଦସ୍ୟଙ୍କ ସଭ୍ୟ ପଦ ରଦ୍ଦ ପାଇଁ ଆଜି ଦରଖାସ୍ତ ! ବାଚସ୍ପତିଙ୍କ ନିଷ୍ପତ୍ତି ଉପରେ ନିର୍ଭର
  • ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଗ୍ୟାସ୍ ମହଜୁଦ ଅଛି, ଭୟଭୀତ ହୁଅନ୍ତୁ ନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର, ବର୍ତ୍ତମାନ ୩ ଜିଲ୍ଲାରେ ସକ୍ରିୟ ଅଛନ୍ତି ୧୫ ମାଓବାଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In