• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଟକ ଏସସିବି ଅଗ୍ନିକାଣ୍ଡ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

by Voice of Victims
March 16, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
କଟକ ଏସସିବି ଅଗ୍ନିକାଣ୍ଡ ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

କଟକ : ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । କଟକ ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ମୋହନ ମାଝୀଙ୍କ ସହ କଥା ହେଲେ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ । ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ସମସ୍ତ ପ୍ରଭାବିତଙ୍କ ପାଇଁ ଗ୍ରହଣ କରାଯାଇଥିବା ଜରୁରୀକାଳୀନ ପଦକ୍ଷେପ, ସ୍ଥାନାନ୍ତର ପ୍ରକ୍ରିୟା ଏବଂ ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱତନ୍ତ୍ର ଚିକିତ୍ସା ସେବା ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ସମ୍ପର୍କରେ ମଧ୍ୟ ସୂଚନା ପ୍ରଦାନ କରିଛନ୍ତି । ସମସ୍ତ ସମ୍ପୃକ୍ତ ବିଭାଗ ଓ ଟିମ୍ ପୂର୍ଣ୍ଣ ସମନ୍ୱୟର ସହ ନିରନ୍ତର କାର୍ଯ୍ୟ କରୁଛନ୍ତି । ଏହି ସମ୍ବେଦନଶୀଳ ସମୟରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସହାନୁଭୂତିପୂର୍ଣ୍ଣ ଉଦବେଗ ଏବଂ ଆବଶ୍ୟକୀୟ ସହାୟତାର ପ୍ରତିଶ୍ରୁତି ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Post Views: 33
Share199Tweet125Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In