• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ନବୀନଙ୍କ ମାଷ୍ଟରଷ୍ଟ୍ରୋକ, ବଢିଲା ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଭତ୍ତା, ଏଣିକି ମିଳିବ ୧୦୦୦ରୁ ୧୪୦୦ ଟଙ୍କା

by Voice of Victims
February 10, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ନବୀନଙ୍କ ମାଷ୍ଟରଷ୍ଟ୍ରୋକ, ବଢିଲା ବାର୍ଦ୍ଧକ୍ୟ, ବିଧବା, ଭିନ୍ନକ୍ଷମ ଭତ୍ତା, ଏଣିକି ମିଳିବ ୧୦୦୦ରୁ ୧୪୦୦ ଟଙ୍କା

ଭୁବନେଶ୍ବର: ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାରେ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ। ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ । ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ଟ ୧୦୦୦, ଟ ୧୨୦୦ ଓ ଟ ୧୪୦୦ ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ 3683 କୋଟି ଟଙ୍କା ଖର୍ଚ୍ଚ କରିବେ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି। ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି। ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି। ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି। ଏହି ଯୋଜନାରେ ଛୋଟ ପିଲା ଠାରୁ ୭୯ ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ ୫୦୦ ଟଙ୍କା ପାଇଥାନ୍ତି। ୮୦ ବର୍ଷ ବା ଅଧିକ ବୟସର ଲୋକ ମାସକୁ ୭୦୦ ଟଙ୍କା ପାଆନ୍ତି। ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ ୪୦ ରୁ ୫୯ ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ ୫୦୦ ଟଙ୍କା ପାଉଥିବା ବେଳେ ୬୦ ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି ୭୦୦ ଟଙ୍କା ପାଆନ୍ତି। ୬୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ୮୦ ବର୍ଷ ବୟସରୁ ଉର୍ଦ୍ଧ୍ ଲୋକଙ୍କୁ ମାସିକ ୯୦୦ ଟଙ୍କା ମିଳିଥାଏ। ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ।

Post Views: 36
Tags: advanced old agedisabled allowanceNaveen's masterstrokewidow
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In