• About Us
  • Contact Us
Friday, March 27, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ୍ ପୋଷାକ, ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ଚିଠି

by Voice of Victims
March 27, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ୍ ପୋଷାକ, ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ଚିଠି

ଭୁବନେଶ୍ୱର : ଖରାଛୁଟି ଆରମ୍ଭ ହେବା ପୂର୍ବରୁ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ବଣ୍ଟନ କର ୟୁନିଫର୍ମ । ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ଏଭଳି ନିର୍ଦ୍ଦେଶ ଦେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପୂର୍ବ ଶିକ୍ଷାବର୍ଷରେ ପୋଷାକ ଦେବାରେ ହୋଇଥିଲା ବିଳମ୍ବ ହୋଇଥିବାରୁ ଏଥର ଛୁଟି ପୂର୍ବରୁ ପୋଷାକ ବଣ୍ଟନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।

ପୂର୍ବ ଶିକ୍ଷାବର୍ଷରେ ନିର୍ଦ୍ଧାରିତ ଯୋଜନା ଅନୁଯାୟୀ ଛାତ୍ରଛାତ୍ରୀମାନଙ୍କୁ ସ୍କୁଲ ୟୁନିଫର୍ମ କ୍ରୟ, ସିଲେଇ ଓ ବଣ୍ଟନରେ ଅତ୍ୟଧିକ ବିଳମ୍ବ ହେଉଥିବା ବିଭାଗର ଦୃଷ୍ଟିକୁ ଆସିଛି । ଏଭଳି ବିଳମ୍ବ କେବଳ ଛାତ୍ରଛାତ୍ରୀ ଓ ଅଭିଭାବକମାନଙ୍କୁ ଅସୁବିଧାର ପକାଉନି ବରଂ ପିଲାଙ୍କ ଭିତରେ ଯେଉଁ ସମାନତା ଭାବନା ସୃଷ୍ଟି କରିବାର ଉଦ୍ଦେଶ୍ୟ ରହିଛି ତାହା‌ ପୂରଣ ହେଉନି । ତେଣୁ ଏସବୁକୁ ଦୃଷ୍ଟିରେ ରଖି ୨୦୨୬-୨୭ ଶିକ୍ଷାବର୍ଷରେ ସମୟାନୁସାରେ ପୋଷାକ ବିତରଣ କରିବା ପାଇଁ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଅନୁରୋଧ କରାଯାଇଛି । ଗ୍ରୀଷ୍ମ ଛୁଟି ଆରମ୍ଭ ହେବା ପୂର୍ବରୁ ସ୍କୁଲ ପୋଷାକ କ୍ରୟ, ସିଲେଇ ଏବଂ ବଣ୍ଟନର ପ୍ରକ୍ରିୟା ଶେଷ କରିବା ପାଇଁ ଆଗୁଆ ପଦକ୍ଷପ ନେବାକୁ ବିଭାଗ ପକ୍ଷରୁ କୁହାଯାଇଛି ।

ଏଥିସହିତ ପୋଷାକ ବଣ୍ଟନରେ ଯଦି କୌଣସି ଅଭିଯୋଗ ଆସେ, ତେବେ ତାହାକୁ ତୁରନ୍ତ ସମାଧାନ କରିବା ପାଇଁ ଏକ ସ୍ୱତନ୍ତ୍ର ‘ଅଭିଯୋଗ ପ୍ରତିକାର’ ବ୍ୟବସ୍ଥା ମଧ୍ୟ କାର୍ଯ୍ୟକାରୀ ହେବ । ସରକାର ଏହି ବିଷୟକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଦର୍ଶାଇବା ସହ ସମସ୍ତ ଜିଲ୍ଲାପାଳମାନଙ୍କୁ ବ୍ୟକ୍ତିଗତ ଭାବେ ଏହାର ସମୀକ୍ଷା କରିବାକୁ ଅନୁରୋଧ କରିଛନ୍ତି । ପ୍ରତି ୧୫ ଦିନରେ ଏହାର ଅଗ୍ରଗତି ସମ୍ପର୍କିତ ରିପୋର୍ଟ ଓସେପା (OSEPA) ଏବଂ ଶିକ୍ଷା ବିଭାଗ ନିକଟରେ ଦାଖଲ କରିବାକୁ ବାଧ୍ୟତାମୂଳକ କରାଯାଇଛି ।

Post Views: 7
Share196Tweet123Send
Voice of Victims

Voice of Victims

Recent Posts

  • ଉଲ୍ଲାସର ସହ ପାଳିତ ହେଉଛି ବାସନ୍ତୀ ପୂଜା
  • କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପେଟ୍ରୋଲ୍‌ ଡିଜେଲ୍‌ ଉପରୁ କମିଲା ଏକ୍ସସାଇଜ୍‌ ଡ୍ୟୁଟି
  • ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି
  • ରାଜ୍ୟରେ କାଳବୈଶାଖୀର ତାଣ୍ଡବ, ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ଆଜି ପବିତ୍ର ଶ୍ରୀରାମନବମୀ, ଶ୍ରୀକ୍ଷେତ୍ରରେ ଆରମ୍ଭ ହେବ ପାରମ୍ପରିକ ସାହିଯାତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In