• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ

by Voice of Victims
April 3, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ

ଭୁବନେଶ୍ୱର : ଅବକାରୀ ବିଭାଗର ନୂଆ ଗାଇଡଲାଇନ । ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ । ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର । ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ନୂଆ ଗାଇଡଲାଇନ ଅନୁସାରେ, ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ ନାହିଁ। ହେଲେ ରାଜ୍ୟର ଅନ୍ୟାନ୍ୟ ବେଳାଭୂମିରେ OTDCକୁ ବିକ୍ରି ପାଇଁ ଅନୁମତି ଦିଆଯାଇଛି। ବିଭିନ୍ନ ଇକୋ ରିଟ୍ରିଟରେ ମଧ୍ୟ ମଦ କୁଡ଼ିଆ ଖୋଲାଯାଇ ମଦ ବିକ୍ରି ହେବ । ଓଟିଡିସି ସିଧାସଳଖ ମଦ କୁଡିଆ ଖୋଲି ମଦ ବିକ୍ରି କରିପାରିବ ନଚେତ ଆଉ କାହାରିକୁ ଏହି ମଦ କୁଡିଆ ଖୋଲି ଚଳାଇବାର ଦାୟିତ୍ଵ ମଧ୍ୟ ଦେଇ ପାରିବ । ବାର୍ଷିକ ଲାଇସେନ୍ସ ଫି’ ୭୫ ହଜାର ଟଙ୍କା ମାତ୍ର ରହିବ । ମଦ କୁଡିଆ ଲାଇସେନ୍ସକୁ ସ୍ବତନ୍ତ୍ର ଭାବରେ ‘ଅନ ରେଷ୍ଟୁରାଣ୍ଟ’ ବର୍ଗରେ ନିଆଯିବ । ଏଥିପାଇଁ ଆବଶ୍ୟକ ସମସ୍ତ ଭିଭିଭୂମି ଯଥା ବିଜୁଳି ସଂଯୋଗ, ପାଣି ସଂଯୋଗ, ବର୍ଜ୍ୟ ପରିଚାଳନା ଓଟିଡିସି କରିବ ।

ତେବେ ଏ ନେଇ ପ୍ରତିକ୍ରିୟା ରଖି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଟେଟ୍ରା ପ୍ୟାକ୍ ୨୦୧୪ରୁ ପଲିସିରେ ଅଛି । ଯଦି କୌଣସି ଭେଣ୍ଡର କିମ୍ବା କମ୍ପାନୀ ଚାହିଁବେ ତେବେ ସେମାନେ ଟେଟ୍ରା ପ୍ୟାକ୍ କରିପାରିବେ । ସେମାନଙ୍କ ପାଖରେ ବିଭିନ୍ନ ପ୍ରକାର ଅପସନ ଅଛି, ସେମାନେ କେଉଁଟାକୁ ଗ୍ରହଣ କରିବେ ତାହା ତାଙ୍କ ଉପରେ ନିର୍ଭର କରେ । ଯିଏ ବ୍ୟବସାୟୀ ତାଙ୍କୁ ବାନ୍ଧିକରି କାମ କରାଯାଏନି । ସରକାର ରେଗୁଲେସନ ପାର୍ଟକୁ ଦେଖନ୍ତି । ଅବୈଧ ବିକ୍ରି ଉପରେ ନଜର ରଖିଥାନ୍ତି । ବିରୋଧୀ ଏହି କଥାକୁ ନେଇ ଜିରାରୁ ଶିରା ବାହାର କରୁଛନ୍ତି, ସେମାନେ ପ୍ରଥମେ ପଲିସିଟିକୁ ଭଲ ଭାବେ ପଢନ୍ତୁ ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି ।

Post Views: 17
Share197Tweet123Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In