• About Us
  • Contact Us
Saturday, April 4, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ

by Voice of Victims
April 4, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ

ପୁରୀ : ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି । ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ । ଓଡ଼ିଶାର ପୁରୀରେ ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ନୀତିଗତ ଷ୍ଟେଜ୍-୧ ଜଙ୍ଗଲ ମଞ୍ଜୁରୀ ପ୍ରଦାନ କରାଯାଇଛି । କେନ୍ଦ୍ର ସରକାରଙ୍କ ପରିବେଶ ମନ୍ତ୍ରଣାଳୟ ଏହି ପ୍ରକଳ୍ପକୁ କିଛି ସର୍ତ୍ତ ସହିତ ଅନୁମତି ଦେଇଛନ୍ତି । ନୀତିଗତ ଭାବେ ରାଜି, କିନ୍ତୁ ଚୂଡ଼ାନ୍ତ ଅନୁମତି ପୂର୍ବରୁ କିଛି ନିୟମ ପାଳନ କରିବାକୁ ପଡ଼ିବ । କ୍ଷତିପୂରଣ ହେଉଥିବା ପାଇଁ ଅନ୍ୟ ସ୍ଥାନରେ ନୂଆ ଗଛ ଲଗାଇବାକୁ ହେବ । ଜଙ୍ଗଲ ଜମି ବ୍ୟବହାର ପାଇଁ ଆବଶ୍ୟକ ଖର୍ଚ୍ଚ ଭରଣା କରିବାକୁ ହେବ ।

ସ୍ଥାନୀୟ ପ୍ରଶାସନ ଏବଂ ଆବଶ୍ୟକ ସ୍ଥଳେ ଜନଜାତିଙ୍କ ସହମତି ନେବା । ଜୀବଜନ୍ତୁ ଓ ପରିବେଶର ଯତ୍ନ ନେବା ପାଇଁ ବ୍ୟବସ୍ଥା କରିବା । ରାଜ୍ୟ ସରକାର କିମ୍ବା ବିମାନବନ୍ଦର କର୍ତ୍ତୃପକ୍ଷ ସମସ୍ତ ସର୍ତ୍ତ ପୂରଣ କରିବେ । ଏହାପରେ ଷ୍ଟେଜ୍-୨ ବା ଚୂଡ଼ାନ୍ତ ଅନୁମତି ପାଇଁ ଆବେଦନ କରିପାରିବେ । ଷ୍ଟେଜ୍-୨ ପରେ ସମ୍ପୂର୍ଣ୍ଣ ଆଇନଗତ ଅନୁମତି ମିଳିବ । ବିମାନବନ୍ଦରର ନିର୍ମାଣ କାମ ଆରମ୍ଭ ହୋଇପାରିବ । ତେଣୁ, ପୁରୀ ବିମାନବନ୍ଦର ପାଇଁ ଏହା ଏକ ଶୁଭ ସଙ୍କେତ, କିନ୍ତୁ ସମ୍ପୂର୍ଣ୍ଣ ଅନୁମତି ପାଇଁ ଆଉ କିଛି ସମୟ ଅପେକ୍ଷା କରିବାକୁ ହେବ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • କଂଗ୍ରେସ ସାଂସଦ ଶଶି ଥରୁରଙ୍କ କାରକେଡ୍ ଉପରକୁ ଆକ୍ରମଣ, ଡ୍ରାଇଭର୍ ଏବଂ ସୁରକ୍ଷାକର୍ମୀ ଆହତ
  • ଖଡ଼ି ଛୁଆଁ ଓ ପ୍ରବେଶ ଉତ୍ସବ, ତଳେ ପିଲାଙ୍କ ସହ ବସି କଥାବାର୍ତ୍ତା ହେଲେ ମୁଖ୍ୟମନ୍ତ୍ରୀ
  • ପୁରୀ ବିମାନବନ୍ଦରକୁ ସର୍ତ୍ତ ସହ ଅନୁମତି; ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ
  • ଶିଶୁ ମନ୍ଦିର ରେ ପାଳିତ ହେଲା ଵିଦ୍ୟାରମ୍ଭ ଯଜ୍ଞ
  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In