• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି, ସାମୟିକ ଭାବେ ସ୍ଥଗିତ ରହିଛି: ନଗର ଉନ୍ନୟନ ମନ୍ତ୍ରୀ

by Voice of Victims
April 10, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି, ସାମୟିକ ଭାବେ ସ୍ଥଗିତ ରହିଛି: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତିକ୍ରିୟା ଦେଇଅଛନ୍ତି । ବାତିଲ ହୋଇନି ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ କେଉଁଠି ମନା କରିନାହାନ୍ତି, ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ବିଚାରଧୀନ ରହିଥିବା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ନ ହେଲେ କାଲି ମେଟ୍ରୋର ଆବଶ୍ୟକତା ରହିଥିବା ମନ୍ତ୍ରୀ କହିଛନ୍ତି । ଏଥିପାଇଁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯାଇଛି । କେଉଁ ଉପାୟରେ ମେଟ୍ରୋ ପ୍ରକଳ୍ପ ହେବେ ସେନେଇ ଅନୁଧ୍ୟାନ କରାଯାଉଛି । ଏବେ ଯାହା ହେବ କେନ୍ଦ୍ର ସରକାରଙ୍କ ସହାୟତା ଓ ସହଯୋଗରେ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ।

ପୂର୍ବରୁ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କୁ ଚିଠି ଲେଖିଥିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଚିଠି ଲେଖି କେନ୍ଦ୍ରର ହସ୍ତକ୍ଷେପ ଲୋଡ଼ିଥିଲେ ।

ଅନ୍ୟପଟେ ମେଟ୍ରୋ ପ୍ରକଳ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ନେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରତିକ୍ରିୟା ଦେଇଛନ୍ତି ଯେ, ସବୁପ୍ରକଳ୍ପ ଲାଭପାଇଁ କରାଯାଏ ନାହିଁ l କିଛି ପ୍ରକଳ୍ପ ବୃହତର ଜନସ୍ୱାର୍ଥକୁ ନଜରରେ ରଖି କରାଯାଏ l ମୁଖ୍ୟମନ୍ତ୍ରୀଙ୍କ ସହିତ ବିସ୍ତୃତ ଭାବରେ ଆଲୋଚନା ପରେ ଚିଠି ଲେଖିଛି l ସେ ମୋତେ ଆଶ୍ୱାସନା ଦେଇଛନ୍ତି, କେନ୍ଦ୍ର ସହିତ ଆଲୋଚନା କରି ପଦକ୍ଷେପ ନେବେ l

ଏହା ମଧ୍ୟ କହିଛନ୍ତି, ଦରକlର ପଡିଲେ କେନ୍ଦ୍ର ସହିତ ଆଲୋଚନା କରିବି । କେମିତି ପ୍ରକଳ୍ପ ପାଇଁ ଅର୍ଥ ଆସିବ ସେନେଇ ଆଲୋଚନା କରିବି । ୩୪ଟି ସହରରେ ମେଟ୍ରୋ ପ୍ରକଳ୍ପ ଅଛି l ଭୁବନେଶ୍ୱର କାହିଁକି ବାଦ ପଡିବ ବୋଲି ସେ ପ୍ରଶ୍ନ କରିଛନ୍ତି । ମେଟ୍ରୋ ପ୍ରକଳ୍ପ ହେଲେ ଛାତ୍ରଛତ୍ରୀ, ବୃତ୍ତିଗତ, ସାଧାରଣଲୋକ ସମସ୍ତେ ଉପକୃତ ହେବେ l ୨୦ ଲକ୍ଷ ଲୋକଙ୍କ ପାଇଁ ସ୍ୱର ଉଠାଇବା ସହିତ ବିଭିନ୍ନ ପ୍ରକାର ବ୍ୟବସ୍ଥା କରିବା ସାଂସଦ ଭାବରେ ଦାୟିତ୍ୱ ବୋଲି ସେ କହିଛନ୍ତି ।

Post Views: 47
Share200Tweet125Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In