• About Us
  • Contact Us
Friday, April 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ସୀମା ପୁନଃ ନିର୍ଦ୍ଧାରଣ ବିଲ ପ୍ରସଙ୍ଗ; ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଧର୍ମେନ୍ଦ୍ର ପ୍ରଧାନ

by Voice of Victims
April 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସୀମା ପୁନଃ ନିର୍ଦ୍ଧାରଣ ବିଲ ପ୍ରସଙ୍ଗ; ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଧର୍ମେନ୍ଦ୍ର ପ୍ରଧାନ

ସଂସଦରେ ସୀମା ପୁନଃ ନିର୍ଦ୍ଧାରଣ ବିଲ ପ୍ରସଙ୍ଗକୁ ନେଇ ତେଜୁଛି ଓଡ଼ିଶା ରାଜନୀତି । ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କରି ଧର୍ମେନ୍ଦ୍ର ଲେଖିଛନ୍ତି ଯେ ଓଡ଼ିଶାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ଗତକାଲି ରାଜ୍ୟର ସାଂସଦମାନଙ୍କୁ ପତ୍ର ଲେଖି ୧୩୧ତମ ସମ୍ବିଧାନ ସଂଶୋଧନ ବିଲ୍‌କୁ ନେଇ ଯେଉଁ ଆଶଙ୍କା ପ୍ରକଟ କରିଛନ୍ତି, ତାହା କେବଳ ଭୟ ସୃଷ୍ଟି କଲା ଭଳି ମନେହେଉଛି । ଆପଣଙ୍କ ଭଳି ଜଣେ ଅଭିଜ୍ଞ ରାଜନେତାଙ୍କ ପାଖରୁ ଏଭଳି ପ୍ରତିକ୍ରିୟା ଶୋଭା ପାଉନାହିଁ ।

ଧର୍ମେନ୍ଦ୍ର ପ୍ରଧାନ ଆଉ ମଧ୍ୟ କହିଛନ୍ତି ଏହି ବିଲ୍ ପାରିତ ହେଲେ ଓଡ଼ିଶାର ରାଜନୈତିକ ଏବଂ ଅର୍ଥନୈତିକ ସ୍ୱାର୍ଥ କ୍ଷୁର୍ଣ୍ଣ ହେବ ବୋଲି ଯେଉଁ ଦାବି କରାଯାଉଛି, ତାହା ସମ୍ପୂର୍ଣ୍ଣ ଭାବେ ଭ୍ରମାତ୍ମକ । ଭାରତର ସମ୍ବିଧାନ ଏବଂ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପରେ ବିଶ୍ୱାସ ରଖିବା ଉଚିତ୍ । ଦେଶର କୌଣସି ରାଜ୍ୟର ଅଧିକାରକୁ କ୍ଷୁର୍ଣ୍ଣ କରାଯିବ ନାହିଁ ବୋଲି ଗୃହମନ୍ତ୍ରୀ ସଂସଦରେ ସ୍ପଷ୍ଟ ଭାବେ କହିଛନ୍ତି ଏବଂ ଓଡ଼ିଶାର ହକ୍ ଏଥିରୁ ବାଦ୍ ପଡ଼ିବ ନାହିଁ ।ନୂତନ ସୀମା ନିର୍ଦ୍ଧାରଣ ବା ‘ଡି-ଲିମିଟେସନ’ ପ୍ରକ୍ରିୟା ପରେ ଲୋକସଭାରେ ଓଡ଼ିଶାର ପ୍ରତିନିଧିତ୍ୱ ୩.୯% ରୁ ହ୍ରାସ ପାଇ ୩.୪% ହୋଇଯିବ ବୋଲି ଆପଣ ଚିଠିରେ ଯେଉଁ ତଥ୍ୟ ରଖିଛନ୍ତି, ସେଥିରେ କୌଣସି ସତ୍ୟତା ନାହିଁ । ଓଡ଼ିଶାର ପ୍ରତିନିଧିତ୍ୱ ବଢିବା ନିଶ୍ଚିତ, କମିଯିବାର କୌଣସି ପ୍ରଶ୍ନ ଉଠୁନାହିଁ । ଏଭଳି ମିଥ୍ୟା ଓ ବିଭ୍ରାନ୍ତିକର ତଥ୍ୟ ଦେଇ ରାଜ୍ୟର ଜନସାଧାରଣଙ୍କୁ ଭୟଭୀତ କରିବା ଉଚିତ୍ ହେଉନାହିଁ । ସମୟ ଆସିଲେ ସବୁକିଛି ସ୍ପଷ୍ଟ ହୋଇଯିବ, କେବଳ ଧୈର୍ଯ୍ୟର ସହ ଅପେକ୍ଷା କରିବା ଆବଶ୍ୟକ ।

ଆପଣ ଏବଂ ଆପଣଙ୍କ ଦଳ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’କୁ ସମର୍ଥନ କରିଛନ୍ତି, ଯାହା ସ୍ୱାଗତଯୋଗ୍ୟ, ମାତ୍ର ଏହାକୁ ଖୋଲା ହୃଦୟରେ ଆମେ ସମସ୍ତେ ସମର୍ଥନ କରିବା ଉଚିତ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶାସନରେ ଓଡ଼ିଶା ସବୁବେଳେ ଅଗ୍ରାଧିକାରରେ ରହିଆସିଛି । ଏହି ସଂଶୋଧନ ବିଲ୍ କେବଳ ଓଡ଼ିଶା ପାଇଁ ନୁହେଁ, ବରଂ ସମଗ୍ର ଭାରତବର୍ଷର ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ଏକ ଐତିହାସିକ ପଦକ୍ଷେପ।ଏହି ପ୍ରସଙ୍ଗକୁ ବିବାଦର ରୂପ ନଦେଇ, ଦେଶର ସାମଗ୍ରିକ ବିକାଶକୁ ଗୁରୁତ୍ୱ ଦେବା ଆବଶ୍ୟକ । ସମ୍ବିଧାନର ମର୍ଯ୍ୟାଦା ରକ୍ଷା କରି ରାଜନୈତିକ ଫାଇଦା ଅପେକ୍ଷା ଦେଶର ସ୍ୱାର୍ଥକୁ ଆମେ ସମସ୍ତେ ପ୍ରାଥମିକତା ଦେବା ଉଚିତ୍ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ସୂଚନା ଯୋଗ୍ୟ, ନବୀନ ପଟ୍ଟନାୟକ ଏହି ବିଲ୍‌କୁ ନେଇ ଆଶଙ୍କା ପ୍ରକଟ କରି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ସ୍ୱତନ୍ତ୍ର ବିଧାନସଭା ଅଧିବେଶନ ଡାକିବାକୁ ଅନୁରୋଧ କରି କହିଛନ୍ତି ଡିଲିମିଟେସନ ପରେ ଓଡ଼ିଶାର ଲୋକସଭା ଆସନ ସଂଖ୍ୟା ବଢି ୨୯ ହେବା ସତ୍ତ୍ୱେ, ମୋଟ ଆସନରେ ଆନୁପାତିକ ହାର ୩.୯%ରୁ ୩.୪%କୁ କମିଯିବ।

Post Views: 13
Share198Tweet124Send
Voice of Victims

Voice of Victims

Recent Posts

  • ସୀମା ପୁନଃ ନିର୍ଦ୍ଧାରଣ ବିଲ ପ୍ରସଙ୍ଗ; ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଧର୍ମେନ୍ଦ୍ର ପ୍ରଧାନ
  • ଖୁବ୍ ଶୀଘ୍ର ଆରମ୍ଭ ହେବ ଅମରନାଥ ଯାତ୍ରା, ଜାଣନ୍ତୁ ଅନଲାଇନରେ କିପରି କରିବେ ରେଜିଷ୍ଟ୍ରେସନ୍
  • ଖରିଫ ୠତୁ ପାଇଁ ସାର ଉପଲବ୍ଧତା ସମ୍ପର୍କରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ମୁଖ୍ୟମନ୍ତ୍ରୀ ଦେଲେ ୬ ବଡ଼ ନିର୍ଦ୍ଦେଶ
  • ସିବିଏସଇ ଦଶମ ବୋର୍ଡ଼ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ସଫଳତା
  • ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ବିଜୁ ଲିଗାସୀରେ ସାମିଲ୍ ହେଲେ ବହୁ ନେତା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In