• About Us
  • Contact Us
Sunday, April 19, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କଲବଲ କରୁଛି ତାତି, ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି

by Voice of Victims
April 19, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଖରାଛୁଟି ପୂର୍ବରୁ ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କୁଲ୍ ପୋଷାକ, ଜିଲ୍ଲାପାଳଙ୍କୁ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗର ଚିଠି

ଭୁବନେଶ୍ବର: ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି । ଅସହ୍ୟ ଖରାକୁ ଦେଖି ଛୁଟି ପାଇଁ ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ବନ୍ଦ ରଖିବାକୁ ନିର୍ଦ୍ଦେଶ । ସେହିପରି ଦେବଗଡ଼ରେ ମଧ୍ୟ ୨୦ ରୁ ୨୩ ପର୍ଯ୍ୟନ୍ତ ସ୍କୁଲ୍, କଲେଜ ଛୁଟି ଘୋଷଣା । ଅଙ୍ଗନବାଡ଼ି କେନ୍ଦ୍ର ଓ ବୈଷୟିକ ଶିକ୍ଷାନୁଷ୍ଠାନ ବନ୍ଦ ନିର୍ଦ୍ଦେଶ । ଏଥିସହ ଦେବଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ମିଳିଥିବାରୁ ଛୁଟି ଘୋଷଣା ଦେଲେ ଜିଲ୍ଲାପାଳ । ଯଦି ପରୀକ୍ଷା ଥାଏ ତେବେ ସକାଳୁଆ କରିବାକୁ ଜାରି ହେଲା ନିର୍ଦ୍ଦେଶ ।

ସେପଟେ ରାଜ୍ୟରେ କଲବଲ କରୁଛି ତାତି । ଆଗାମୀ ସପ୍ତାହରେ ଆହୁରି ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିବା ସମ୍ଭାବନା ରହିଛି ।  ଆସନ୍ତା ପାଞ୍ଚ ଦିନ ଯାଏ ତାତିରୁ ନାହିଁ ତ୍ରାହି । ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ଗରମ ସହ ହିଟ୍ ୱେଭ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ୩ ଜିଲ୍ଲା ସୁନ୍ଦରଗଡ ସମ୍ବଲପୁର ଓ ବଲାଙ୍ଗୀରରେ ରାତିରେ ହିଟ୍ ୱେଭ୍ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି । ଆଜି ବି ରାଜ୍ୟରେ ପ୍ରବଳ ଖରା ଗରମ ଓ ଗୁଳୁଗୁଳି ଅନୁଭୂତ ହୋଇଛି ।

ପ୍ରବଳ ଗରମ ଓ ଗୁଳୁଗୁଳିକୁ ନେଇ ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡା,କଟକ, ଖୋର୍ଦ୍ଧା, ପୁରୀ ,ନୟାଗଡ, ଜଗତସିଂହପୁର,ଗଂଜାମ ଓ ଗଜପତି ଏହି ୧୧ ଜିଲ୍ଲାକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି , କୋରାପୁଟ ,ରାୟଗଡା, ଗଂଜାମ, ଗଜପତି ଓ କନ୍ଧମାଳ ଭଳି ୬ ଜିଲ୍ଲାକୁ କୁ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡା ଏହି ୫ ଜିଲ୍ଲାକୁ ହିଟଓ୍ୱେଭ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Post Views: 10
Share197Tweet123Send
Voice of Victims

Voice of Victims

Recent Posts

  • ଦେବଗଡ଼ରେ ସ୍କୁଲ, କଲେଜ, ଅଙ୍ଗନଓ୍ବାଡି ଛୁଟି ; ଆବଶ୍ୟକ ପଡ଼ିଲେ ସକାଳୁଆ ପରୀକ୍ଷା କରିବାକୁ ନିର୍ଦ୍ଦେଶ
  • ଗୋଆର ‘ସାଧ୍ବୀ ସତୀଶ ସାଇଲ’ ହେଲେ ଫେମିନା ମିସ୍ ଇଣ୍ଡିଆ ୨୦୨୬
  • ନାରୀ ଶକ୍ତି ବନ୍ଦନ ଅଧିନିୟମ ପ୍ରସଙ୍ଗ; ଦେଶର କୋଟି କୋଟି ମହିଳାଙ୍କ ସ୍ୱପ୍ନକୁ ଚୁରମାର୍ କରିଦେଲେ ବିରୋଧୀ ଦଳ: ମୋହନ ମାଝୀ
  • କଲବଲ କରୁଛି ତାତି, ଖୋର୍ଦ୍ଧା ଜିଲ୍ଲାରେ ୨୦ରୁ ୨୩ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି ଛୁଟି
  • “ହର୍ମୁଜ୍ ବନ୍ଦ ଅଛି, ତୁରନ୍ତ ଫେରିଯାଅ,”: ଭାରତୀୟ ଜାହାଜକୁ ମଝି ରାସ୍ତାରୁ ଫେରାଇ ଦେଲେ ଇରାନୀ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In