• About Us
  • Contact Us
Wednesday, April 22, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ଖୁବ୍‌ଶୀଘ୍ର କଢ଼ାଯିବ ବାଲି, ସମସ୍ତ ବୈଷୟିକ କାର୍ଯ୍ୟ ଶେଷ

by Voice of Victims
April 22, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ଖୁବ୍‌ଶୀଘ୍ର କଢ଼ାଯିବ ବାଲି, ସମସ୍ତ ବୈଷୟିକ କାର୍ଯ୍ୟ ଶେଷ

କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ଖୁବ୍‌ଶୀଘ୍ର ବାଲି କଢ଼ାଯିବ ସୂଚନା ମିଳିଛି । ଏନେଇ ସମସ୍ତ ବୈଷୟିକ କାର୍ଯ୍ୟ ଶେଷ ହୋଇଥିବା ଏଏସ୍‌ଆଇ ପକ୍ଷରୁ କୁହାଯାଇଛି । ପୂର୍ବରୁ ସ୍କାନିଂ କରାଯାଇଥିବା ମନ୍ଦିରର ପଶ୍ଚିମ ପାଖ କାନ୍ଥରେ ଡ୍ରିଲିଂ କରାଯାଇ ବାଲିର ସ୍ଥିତି ଅନୁଧ୍ୟାନ କରାଯାଇଥିଲା । ସେଠାରୁ ବାଲିର ନମୁନା ସଂଗ୍ରହ କରାଯାଇ ଗତବର୍ଷ ଡିସେମ୍ବର ୮ରେ ପରୀକ୍ଷା ପାଇଁ ଆଇଆଇଟି ମାଡ୍ରାସ ଲ୍ୟାବ୍‌କୁ ପଠାଯାଇଥିଲା ।

ରିପୋର୍ଟ ଅନୁଯାୟୀ ଭିତରେ ଥିବା ବାଲିଗୁଡ଼ିକ ପୂର୍ବପରି ସୁରକ୍ଷିତ ରହିଛି ଏବଂ ବାଲି କାଢ଼ିଲେ ମନ୍ଦିର ପ୍ରତି କୌଣସି ବିପଦ ନାହିଁ ବୋଲି ବିଶେଷଜ୍ଞ ମାନେ କହିଛନ୍ତି । ରିପୋର୍ଟ ଆସିବା ପରେ ଏଏସ୍‌ଆଇ ପକ୍ଷରୁ ବାଲି କାଢ଼ିବା ପାଇଁ ଚୂଡ଼ାନ୍ତ  କରାଯାଉଛି । ସେକ୍ସନ ଡ୍ରଇଂ ଅନୁଯାୟୀ ସୂର୍ଯ୍ୟ ମନ୍ଦିରର ୮୦ ଫୁଟ ଉଚ୍ଚରେ ପଶ୍ଚିମ ପାର୍ଶ୍ଵ କାନ୍ଥରେ ୯ ଫୁଟ ଚଉଡ଼ାରେ ପଥର କଟାଯାଇ ଭିତରକୁ ପ୍ରବେଶ ପାଇଁ ଟନେଲ ନିର୍ମାଣ କରାଯିବ । ସୁରକ୍ଷା ଦୃଷ୍ଟିରୁ ଟନେଲ ମଧ୍ୟରେ କୌଣସି ମଣିଷ ପ୍ରବେଶ କରିବେ ନାହିଁ । ଏହା ମଧ୍ୟକୁ ସ୍ବୟଂଚାଳିତ ରୋବୋଟିକ୍ ଟ୍ରଲି ପ୍ରବେଶ କରି ଗର୍ଭଗୃହରୁ ବାଲି ସଂଗ୍ରହ କରି ତଳକୁ ଅଣାଯିବା ଏ ନେଇ ସମସ୍ତ ମେକାନିକାଲ୍ ପ୍ଲାଟଫର୍ମ ନିର୍ମାଣ କାର୍ଯ୍ୟ ଇତିମଧ୍ୟରେ ଶେଷ ହୋଇଛି ।

ବାଲିକୁ ପର୍ଯ୍ୟାୟ କ୍ରମେ ମନ୍ଦିର ପାଦଦେଶକୁ ଅଣାଯାଇ ସେଠାରୁ ପାଇପ୍ ସାହାଯ୍ୟରେ ମନ୍ଦିରର ଉତ୍ତରପଶ୍ଚିମ କୋଣରେ ସୁରକ୍ଷିତ ରଖାଯିବା ବରିଷ୍ଠ ବିଶେଷଜ୍ଞଙ୍କ ଉପସ୍ଥିତିରେ ଏ ସମସ୍ତ ପ୍ରକ୍ରିୟା ଚାଲିବ ବୋଲି ଏଏସ୍‌ଆଇର ଉପଅଧୀକ୍ଷକ ଚିତ୍ତରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

Post Views: 13
Share197Tweet123Send
Voice of Victims

Voice of Victims

Recent Posts

  • କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ଖୁବ୍‌ଶୀଘ୍ର କଢ଼ାଯିବ ବାଲି, ସମସ୍ତ ବୈଷୟିକ କାର୍ଯ୍ୟ ଶେଷ
  • କଲବଲ କରୁଛି ତାତି, ଆହୁରି ୪ ଦିନ ଗରମ ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର
  • ଓଡ଼ିଶା ଫେରିଲା ପୋସ୍କୋ; JSW ମିଳିତ ଉଦ୍ୟମରେ ହେବ ଦୁଇଟି ବଡ଼ ଇସ୍ପାତ କାରଖାନା
  • ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ
  • ସେମାନଙ୍କ ସହ ସାକ୍ଷାତ କରିବାରେ କୌଣସି ଅସୁବିଧା ନାହିଁ, ଇରାନ ନେତାଙ୍କ ସହ ଫେସ୍ ଟୁ ଫେସ୍ ମିଟିଂ ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In