• About Us
  • Contact Us
Friday, April 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନିଯୁକ୍ତି ମେଳାରେ ୭ଟି ବିଭାଗର ୪୬୨୩ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

by Voice of Victims
April 24, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ନିଯୁକ୍ତି ମେଳାରେ ୭ଟି ବିଭାଗର ୪୬୨୩ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର

ନିଯୁକ୍ତି ମେଳା କାର୍ଯ୍ୟକ୍ରମ ଅଭିଯାନ କ୍ରମରେ ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଏକ ବିଶାଳ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଉପସ୍ଥିତିରେ ୭ଟି ବିଭାଗର ୪,୬୨୩ ଜଣ ଯୋଗ୍ୟ ପ୍ରାର୍ଥୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି । ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୪୧୧୩ ଜଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗରେ ୧୫୪ ଜଣ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗରେ ୧୪୩ ଜଣ, ଇସ୍ପାତ ଓ ଖଣି ବିଭାଗରେ ୭୭ ଜଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗରେ ୭୦ ଜଣ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ୫୨ ଜଣ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ବିଭାଗରେ ୧୪ ଜଣ ନିଯୁକ୍ତି ପତ୍ର ପାଇଛନ୍ତି ।

୨୨ ମାସରେ ୧୫ତମ ନିଯୁକ୍ତି ମେଳା ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗତ ୨୨ ମାସ ଭିତରେ ରାଜ୍ୟ ସରକାର ୧୫ଟି ନିଯୁକ୍ତି ମେଳା ଆୟୋଜନ କରିସାରିଲେଣି । ରାଜ୍ୟରେ ଯୁବବର୍ଗଙ୍କ ନିଯୁକ୍ତି ସମ୍ୱନ୍ଧରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୨୪ ଜୁନ ମାସରୁ ଆଜି ସୁଦ୍ଧା ସରକାରୀ ଚାକିରୀରେ ୪୪,୦୮୨ ଓ ବେସରକାରୀ କ୍ଷେତ୍ରରେ ୯୨,୦୦୦ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଗଲାଣି । ଏହି ଅବଧିରେ ୪୪ ହଜାରରୁ ଅଧିକ ଯୁବକ-ଯୁବତୀଙ୍କୁ ସରକାରୀ ଚାକିରି ପ୍ରଦାନ କରାଯାଇଛି । ବିଶେଷ କରି ଶିକ୍ଷା ବ୍ୟବସ୍ଥାରେ ଗୁଣାତ୍ମକ ପରିବର୍ତ୍ତନ ଆଣିବା ପାଇଁ ଆଜି ୪,୧୧୩ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି ।

ଖାଲି ପଦବୀ ପୂରଣ କରିବା ନୁହେଁ, ଯୁବଶକ୍ତିଙ୍କୁ ରାଜ୍ୟ ଗଠନରେ ସାମିଲ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ନୀତି ବିରୁଦ୍ଧରେ ଶୂନ୍ୟ ସହନଶୀଳତା, ସମୟାନୁବର୍ତ୍ତିତା ଓ ପରିବର୍ତ୍ତନର ଦୃଢ଼ ମନୋଭାବକୁ ପାଥେୟ କରି ତୃଣମୂଳ ସ୍ତରରେ ପ୍ରତିଟି ଓଡ଼ିଆଙ୍କ ଆସ୍ଥାଭାଜନ ହେବେବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ର ଓ ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ୍ ନବନିଯୁକ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ଓଡ଼ିଶାରେ ଯୁବବର୍ଗଙ୍କ ପାଇଁ ବ୍ୟାପକ ନିଯୁକ୍ତି ମିଳୁଛି । ଜନସେବାକୁ ସର୍ବୋଚ୍ଚ ବୃତ୍ତି ଭାବେ ଗ୍ରହଣ କରି କର୍ମକ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ସେ ଯୁବବର୍ଗଙ୍କୁ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ ସେମାନଙ୍କୁ କର୍ମକ୍ଷେତ୍ରରେ ପାଳନ କରିବା ପାଇଁ ୫ଟି ପରାମର୍ଶ ଦେଇଥିଲେ ।

୧- ଦୁର୍ନୀତିରୁ ସବୁବେଳେ ଦୂରେଇ ରୁହନ୍ତୁ, ଦୁର୍ନୀତି ବିରୁଦ୍ଧରେ ସରକାର ଶୂନ୍ୟସହନଶୀଳତା ଅବଲମ୍ୱନ କରୁଛନ୍ତି ।

୨- ଗଣତନ୍ତ୍ରରେ ଜନତା ହେଉଛନ୍ତି ଭଗବାନ ଓ ଜନତାଙ୍କ ସ୍ୱର ହିଁ ଭଗବାନଙ୍କ ସ୍ୱର । ତେଣୁ ସହୃଦୟତାର ସହିତ ନିଜ ନିଜ ସ୍ତରରେ ଜନତାଙ୍କ କଥା ଶୁଣିବେ ଓ ତା’ର ସମାଧାନ କରିବାକୁ ଚେଷ୍ଟା କରିବେ ।

୩- କାର୍ଯ୍ୟ ସମ୍ପାଦନ କରିବା ସମୟରେ ନିଜର ବୈଚାରିକ ମତ ପ୍ରତିବନ୍ଧକ ହେବା ଉଚିତ ନୁହେଁ । ସରକାରଙ୍କ ଆଭିମୁଖ୍ୟ ହିସାବରେ ନିଜ ନିଜର କର୍ତ୍ତବ୍ୟ ସମ୍ପାଦନ କରିବେ ।

୪- ସମୟାନୁବର୍ତ୍ତିତା- ନିର୍ଦ୍ଦିଷ୍ଟ ସମୟ ଭିତରେ କାର୍ଯ୍ୟ ସମ୍ପାଦନ କରିବେ ।

୫- କାର୍ଯ୍ୟକ୍ଷେତ୍ରରେ ଭଦ୍ର ଓ ଶାଳୀନତା ସହିତ ବାର୍ତ୍ତାଳାପ ଓ ବ୍ୟବହାର ପ୍ରଦର୍ଶନ କରିବେ । ନଚେତ୍ ନିଜେ ବଦନାମ୍ ହେବା ସହିତ ସରକାର ବଦନାମ୍ ହେବାର ଆଶଙ୍କା ରହିଛି ।

Post Views: 20
Share198Tweet124Send
Voice of Victims

Voice of Victims

Recent Posts

  • ପଶ୍ଚିମବଙ୍ଗରେ ବିପୁଳ ମତଦାନକୁ ନେଇ ବଡ଼ ଦାବି କଲେ ପିଏମ ମୋଦୀ
  • ଏପ୍ରିଲ ୨୭ ରୁ ଖରାଛୁଟି : ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
  • ଏଣିକି ଆପାର୍ଟମେଣ୍ଟ କିଣିଲେ ଆଉ ଡବଲ ଟିକସ ଦେବାକୁ ପଡ଼ିବ ନାହିଁ : ରାଜସ୍ବ ମନ୍ତ୍ରୀ
  • ନିଯୁକ୍ତି ମେଳାରେ ୭ଟି ବିଭାଗର ୪୬୨୩ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର
  • ଜୋତା-ସାର୍ଟକୁ ନେଇ ଭିସୁଟ ପ୍ରଥମ ବର୍ଷର ଦୁଇ ଛାତ୍ରଙ୍କୁ ରାଗିଂ, ଆର୍ଥିକ ଦଣ୍ଡ ଦେବାକୁ ନିଷ୍ପତ୍ତି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In