• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

by Voice of Victims
April 26, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଦେଶର ଶତ୍ରୁମାନଙ୍କୁ ଧ୍ୱଂସ କରିବା ପାଇଁ ସଶସ୍ତ୍ର ବାହିନୀକୁ ସ୍ୱାଧୀନତା ଦିଆଯାଇଛି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୱାଶିଂଟନ୍ ଡିସିରେ ଘଟିଥିବା ଘଟଣାରେ ଡୋନାଲ୍ଡ ଟ୍ରମ୍ପ, ତାଙ୍କ ପତ୍ନୀ ଏବଂ ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ସୁରକ୍ଷିତ ଥିବା ଜାଣି ସେ ଆଶ୍ୱସ୍ତି ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ସେମାନଙ୍କ ସୁସ୍ଥତା ଏବଂ ସୁରକ୍ଷା ପାଇଁ ଶୁଭକାମନା ଜଣାଇବା ସହ ଏକ ବାର୍ତ୍ତାରେ କହିଛନ୍ତି, ଯେକୌଣସି ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ଏପରି ଘଟଣାର କଡ଼ା ନିନ୍ଦା କରାଯିବା ଉଚିତ ।

ମିଳିଥିବା ସୂଚନା ଅନୁଯାୟୀ, ୱାଶିଂଟନ ହିଲଟନ ହୋଟେଲରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଅନେକ ବରିଷ୍ଠ ଆମେରିକୀୟ ଅଧିକାରୀଙ୍କ ଉପସ୍ଥିତିରେ ଆୟୋଜିତ ହ୍ୱାଇଟ୍ ହାଉସ୍ କରେସପେଣ୍ଡେଣ୍ଟ ରାତ୍ରୀଭୋଜନ ସମୟରେ ଗୁଳିକାଣ୍ଡ ଘଟିଥିଲା । ଗୁଳିକାଣ୍ଡର ଶବ୍ଦ ଶୁଣିବା ମାତ୍ରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ସମେତ ବରିଷ୍ଠ ଆମେରିକୀୟ ଅଧିକାରୀମାନଙ୍କୁ ରାତ୍ରୀଭୋଜନରୁ ବାହାରକୁ ସ୍ଥାନାନ୍ତର କରାଯାଇଥିଲା । ଗୁଳି ଫୁଟିବା ଶବ୍ଦ ଶୁଣି ହିଲଟନ୍ ହୋଟେଲର ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା । ସୁରକ୍ଷା କର୍ମଚାରୀମାନେ ଭୋଜି ହଲ୍ ଭିତରକୁ ଦୌଡ଼ି ଆସିଲେ । ସୁରକ୍ଷା ଅଧିକାରୀମାନେ ଲୋକଙ୍କୁ ନୀରବ ରହିବାକୁ ଅନୁରୋଧ କରୁଥିବା ସମୟରେ ଅତିଥିମାନେ ଟେବୁଲ ତଳେ ଲୁଚି ରହିଥିଲେ ।

କାର୍ଯ୍ୟକ୍ରମରେ ଉପସ୍ଥିତ ଅନେକ ଲୋକ କହିଛନ୍ତି ଯେ, ସେମାନେ ପାଞ୍ଚରୁ ଆଠଟି ଗୁଳି ଫୁଟିବା ଶବ୍ଦ ଶୁଣିଛନ୍ତି। ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାଷଣ ଅପେକ୍ଷା କରିଥିବା ଶହ ଶହ ସାମ୍ବାଦିକ, ଏବଂ ରାଜନେତାଙ୍କ ସହିତ ପରିପୂର୍ଣ୍ଣ ହଲ୍ କୁ ତୁରନ୍ତ ଖାଲି କରାଯାଇଥିଲା । ଆଖପାଖ ଅଞ୍ଚଳରେ ସୁରକ୍ଷା ଅତ୍ୟନ୍ତ କଡ଼ା ରହିଥିଲା । ସୁରକ୍ଷା ଏଜେନ୍ସିଗୁଡ଼ିକ ଶୀଘ୍ର ହୋଟେଲ ଖାଲି କରି ସନ୍ଦିଗ୍ଧ ଆକ୍ରମଣକାରୀଙ୍କୁ ଘଟଣାସ୍ଥଳରୁ ଗିରଫ କରିଥିଲେ । ରାଷ୍ଟ୍ରପତି ଟ୍ରମ୍ପ ସମ୍ପୂର୍ଣ୍ଣ ସୁରକ୍ଷିତ ଅଛନ୍ତି ।

Post Views: 47
Share200Tweet125Send
Voice of Victims

Voice of Victims

Recent Posts

  • Weekly News Paper (August 10- 16, 2026)
  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In