• About Us
  • Contact Us
Sunday, May 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ନୀତିନ ନବିନ, ସାଂଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେବେ

by Voice of Victims
May 16, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ଓଡ଼ିଶା ଆସିବେ ନୀତିନ ନବୀନ

ଭୁବନେଶ୍ୱର : ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପିର ରାଷ୍ଟ୍ରୀୟ ସଭାପତି ନୀତିନ ନବିନ । ବିଜେପିର ନବନିଯୁକ୍ତ ରାଷ୍ଟ୍ରୀୟ ସଭାପତି ନୀତିନ ନବିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦଳର ସର୍ବୋଚ୍ଚ ପଦବୀ ଗ୍ରହଣ କରିବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ । ଏହି ଗସ୍ତକୁ ନେଇ ରାଜ୍ୟ ବିଜେପି ଶିବିରରେ ବେଶ୍ ଉତ୍ସାହ ପ୍ରକାଶ ପାଇଛି ।

ରାଷ୍ଟ୍ରୀୟ ସଭାପତି ଆସନ୍ତାକାଲି ରାତି ୧୦ଟା ୩୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ନୂତନ ସଭାପତିଙ୍କୁ ସ୍ୱାଗତ କରିବା ପାଇଁ ରାଜ୍ୟ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ବିମାନବନ୍ଦରରେ ତାଙ୍କୁ ଏକ ବଡ଼ ଧରଣର ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ ବୋଲି ଆଜି ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦିଆଯାଇଛି । ୧୮ ତାରିଖରେ ଶ୍ରୀ ନବିନଙ୍କର ଅନେକ ଗୁରୁତ୍ୱପୂର୍ଣ୍ଣ ସାଂଗଠନିକ କାର୍ଯ୍ୟକ୍ରମ ରହିଛି ।

ଜଟଣୀଠାରେ ଆୟୋଜିତ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ପ୍ରଶିକ୍ଷଣ ଶିବିରକୁ ସେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ । ଏହା ପରେ ସେ ପୁରୀ ଗସ୍ତ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିବେ । ପୁରୀରୁ ଫେରିବା ପରେ ଭୁବନେଶ୍ୱରଠାରେ ବିଜେପି କୋର୍ କମିଟି, ରାଜ୍ୟ ପଦାଧିକାରୀ, ବିଭିନ୍ନ ମୋର୍ଚ୍ଚାର କର୍ମକର୍ତ୍ତା ଏବଂ ଦଳର ମନ୍ତ୍ରୀମାନଙ୍କ ସହ ସେ ବିସ୍ତୃତ ଆଲୋଚନା କରିବେ।

Post Views: 14
Share197Tweet123Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ
  • NEET-UG ପେପର ଲିକ୍ ମାମଲା, ମାଷ୍ଟର ମାଇଣ୍ଡ ବଟାନି ଶିକ୍ଷୟିତ୍ରୀଙ୍କୁ ଗିରଫ କଲା CBI
  • ପେଟ୍ରୋଲ ଓ ଡିଜେଲ ପରେ ଏବେ ମୋବାଇଲ ରିଚାର୍ଜ ପାଳି !
  • ପତଞ୍ଜଳି ପକ୍ଷରୁ ଖାଇବା ତେଲ ଓ ପେଟ୍ରୋଲ ବ୍ୟବହାର ହ୍ରାସ ପାଇଁ ସଂକଳ୍ପ ପାଠ
  • ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In