• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଗଞ୍ଜାମ ଜିଲ୍ଲାର ୩୯୫୨ କୋଟି ଟଙ୍କାର ପ୍ରକଳ୍ପକୁ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

by Voice of Victims
February 14, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଗଞ୍ଜାମ ଜିଲ୍ଲାର ୩୯୫୨ କୋଟି ଟଙ୍କାର ପ୍ରକଳ୍ପକୁ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଗଞ୍ଜାମ ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ଅନେକ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ହିଞ୍ଜିଳି-ଶେରଗଡ଼ ଯାଇ ସେଠାରେ ୧୮୧.୭୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ ୭ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ୧୩୬.୭୮ କୋଟି ଟଙ୍କାର ୮ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ପରେ ଶୀତଳାପଲ୍ଲୀଠାରେ ୬୩୯.୮୧ କୋଟି ଟଙ୍କା ମୂଲ୍ୟର ୨୪ ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ କରିବା ସହିତ ୨୯୯୪ କୋଟି ଟଙ୍କାର ୫୪ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଶେରଗଡ଼ଠାରେ ଉପସ୍ଥିତ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ସହଯୋଗରେ ହିଞ୍ଜିଳି-ଶେରଗଡ଼ ଦେଶର ଶ୍ରେଷ୍ଠ ବ୍ଲକ୍ ଭାବେ ପରିଚୟ ପାଇଛି ଏବଂ ଏହି ନିର୍ବାଚନ ମଣ୍ଡଳୀ ଏକ ଆଦର୍ଶ ନିର୍ବାଚନ ମଣ୍ଡଳୀରେ ମଧ୍ୟ ପରିଣତ ହୋଇଛି। ୫-ଟି ଉପକ୍ରମରେ ରୂପାନ୍ତର ଅଭିଯାନର ଭିତ୍ତି ପ୍ରଥମେ ହିଞ୍ଜିଳି-ଶେରଗଡ଼ରୁ ହିଁ ଆରମ୍ଭ ହୋଇଥିଲା। ମା’ତାରାତାରିଣୀ ପୀଠର ଉନ୍ନତି ସହିତ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟ ଏଠାରୁ ଆରମ୍ଭ ହୋଇଥିଲା। ଏହିସବୁ ରୂପାନ୍ତର କାର୍ଯ୍ୟ ଆଜି ଦେଶବିଦେଶକୁ ଆକର୍ଷିତ କରୁଛି । ଆଜି ହାଇସ୍କୁଲ ରୂପାନ୍ତର କାର‌୍ୟ୍ୟ ଶେଷହୋଇ ସାରା ରାଜ୍ୟରେ ୮୦୦୦ରୁ ଅଧିକ ହାଇସ୍କୁଲ ରୂପାନ୍ତରିତ ହୋଇଛି। ପିଲାମାନଙ୍କ ଖୁସି ଓ ଲୋକଙ୍କ ଖୁସି ଦେଖି ସେ ବି ଆନନ୍ଦିତ ବୋଲି କହିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନ୍‌.ଏ.ସି ଭାବେ ଘୋଷଣା କରିଥିଲେ ଏବଂ ହିଞ୍ଜିଳି-ଶେରଗଡ଼ର ବିକାଶକୁ ଏକ ନୂଆ ସୋପାନରେ ପହଞ୍ଚାଇବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ଶୀତଳାପଲ୍ଲୀଠାରେ ଆୟୋଜିତ କାର‌୍ୟ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଜି ସରସ୍ୱତୀ ପୂଜାର ଶୁଭ ଅବସରରେ ଗଞ୍ଜାମ ଜିଲ୍ଲା ପାଇଁ ୫ ହଜାର କୋଟିରୁ ଅଧିକ ଟଙ୍କାର ଜଳସେଚନ ପ୍ରକଳ୍ପ, ପାନୀୟ ଜଳ ପ୍ରକଳ୍ପ ଆରମ୍ଭ କରାଗଲା। ସେହିପରି ଗୋପାଳପୁର ଶିଳ୍ପ ପାର୍କରେ ଏସିଏମ୍‌ଇ ଓ ଆଭାଡ଼ା ଦ୍ୱାରା ଗ୍ରୀନ୍ ଫୁଏଲ୍ ପ୍ରକଳ୍ପ ଏବଂ ଗୋପାଳପୁରଠାରେ ଇଡ୍‌କୋର ୟୁଟିଲିଟି କରିଡ଼ର ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେଲା। ଏହା ଦ୍ୱାରା ଜିଲ୍ଲାରେ ଶିଳ୍ପ ବିକାଶ ସହିତ ନିଯୁକ୍ତି ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ ବୋଲି କହିଥିଲେ । ଆଜି ଓଡ଼ିଶା ପୁଞ୍ଜିନିବେଶ କ୍ଷେତ୍ରରେ ଦେଶରେ ଦ୍ୱିତୀୟ ସ୍ଥାନରେ ଅଛି। ଦେଶର ସାଧାରଣ ବଣ୍ଟନ ବ୍ୟବସ୍ଥାକୁ ଓଡ଼ିଶା ଖାଦ୍ୟ ଯୋଗାଉଛି। ବିଶ୍ୱର ବଡ଼ ବଡ଼ ଆଇଟି କମ୍ପାନି ଓଡ଼ିଶାରେ ସେମାନଙ୍କର କମ୍ପାନି ପ୍ରତିଷ୍ଠା କରୁଛନ୍ତି। କ୍ରୀଡ଼ା ଓ ବିପର‌୍ୟ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ସୁନାମ ଅର୍ଜନ କରିଛି। ଆମର ୫-ଟି ଉପକ୍ରମ ଶିକ୍ଷା-ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ବ୍ୟାପକ ରୂପାନ୍ତର ଆଣିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ସମଲେଈ ପ୍ରକଳ୍ପ ଓ ମା’ ତାରାତାରିଣୀ ପୀଠର ରୂପାନ୍ତର ଓଡ଼ିଶାକୁ ଗୌରବାନ୍ୱିତ କରିଛି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ଚିକିତ୍ସା ଚିନ୍ତା ଦୂର କରିଛି। ରାଜ୍ୟରେ ମା’ମାନେ ଆଜି ଉଦ୍ୟୋଗୀ ହେବା ପାଇଁ ଆଗଭର ହେଲେଣି। ଚାଷୀମାନଙ୍କ ପାଇଁ ମା’ମାନଙ୍କ ପାଇଁ ଓ ଯୁବଗୋଷ୍ଠୀ ପାଇଁ ବିନାସୁଧରେ ଋଣ ବ୍ୟବସ୍ଥା ସେମାନଙ୍କ ପାଇଁ ସୁଯୋଗ ଆଣିଦେଉଛି। ଛାତ୍ରଛାତ୍ରୀଙ୍କ ପାଇଁ ନୂଆ-ଓ ଛାତ୍ରବୃତ୍ତି ଆରମ୍ଭ ହେବାକୁ ଯାଉଛି। ସମସ୍ତଙ୍କ ସହଯୋଗରେ ଓଡ଼ିଶା ଆଜି ଦେଶରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି କହି ଆଗାମୀ ଦିନରେ ଓଡ଼ିଶାକୁ ବିକାଶର ନୂଆ ସୋପାନରେ ପହଞ୍ଚାଇବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶୀତଳାପଲ୍ଲୀଠାରେ ନବନିର୍ମିତ ୨୦୦ ଶଯ୍ୟାବିଶିଷ୍ଟ ସମ୍ ସୁପରସ୍ପେସିଆଲିଟି ହସ୍‌ପିଟାଲ୍‌କୁ ଲୋକାର୍ପିତ କରିବା ସହିତ ଘରପାଖରେ ଆପଣମାନେ ଏହା ମାଧ୍ୟମରେ ଭଲ ଚିକିତ୍ସା ସୁବିଧା ପାଇବେ ବୋଲି କହିଥିଲେ। ଏଥି ସହିତ ମୁଖ୍ୟମନ୍ତ୍ରୀ ଗୋପାଳପୁରଠାରେ ୨୭ ହଜାର କୋଟି ଟଙ୍କା ନିବେଶରେ ଏ.ସି.ଏମ୍‌.ଇ ଦ୍ୱାରା ୧.୧୦ ଏମ୍‌.ଏମ୍‌.ଟି.ପି.ଏ ଗ୍ରୀନ୍ ଆମୋନିଆ ପ୍ଲାଣ୍ଟ ଏବଂ ୮ ହଜାର କୋଟି ଟଙ୍କା ନିବେଶରେ ଆଭାଡ଼ା ଗ୍ରୀନ୍ ହାଇଡ୍ରୋଜେନ୍ ପ୍ରକଳ୍ପ ପାଇଁ ଭିତ୍ତି ରଖିଥିଲେ। ଏହି ଦୁଇ ପ୍ରକଳ୍ପ ଦ୍ୱାରା ପ୍ରାୟ ୫୨୦୦ ଯୁବଗୋଷ୍ଠୀଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ୍ ସମସ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ପ୍ରକଳ୍ପ ସଂପର୍କରେ ଲୋକମାନଙ୍କ ସହ ଆଲୋଚନା କରିଥିଲେ।

Post Views: 40
Share198Tweet124Send
Voice of Victims

Voice of Victims

Recent Posts

  • ବିଜୟଙ୍କ ଟିଭିକେକୁ ସମର୍ଥନ ଜଣାଇଲା ସିପିଆଇ, ସିପିଏମ୍ ଏବଂ ଭିସିକେ, ମୁଖ୍ୟମନ୍ତ୍ରୀ ହେବ ବିଜୟ
  • ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବେ ଶୁଭେନ୍ଦୁ ଅଧିକାରୀ, ଆସନ୍ତାକାଲି ୧୧ଟାରେ ଶପଥ ଗ୍ରହଣ
  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In