• About Us
  • Contact Us
Sunday, August 9, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

କମିଲା ତାତି, ୬ ଯାଏ କାଳବୈଶାଖୀ

by Voice of Victims
May 31, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
କାଳବୈଶାଖୀ ବର୍ଷାରେ ଭିଜିଲା ଅଧା ଓଡ଼ିଶା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ପଶ୍ଚିମ ଓଡ଼ିଶାର ଜିଲା ଗୁଡ଼ିକରେ ସର୍ବାଧିକ ତାପମାତ୍ରା ୪୪ରୁ ୪୫ଡିଗ୍ରୀ ରହୁଥିଲା। କିନ୍ତୁ କାଳବୈଶାଖୀ ପ୍ରଭାବ ହେତୁ ପଶ୍ଚିମରେ ତାପମାତ୍ରା ହ୍ରାସ ପାଇବାରେ ଲାଗିଛି। ଝାରସୁଗୁଡ଼ାରେ ପାରଦ ୪୫ ଡିଗ୍ରୀ ଉପରେ ରହୁଥିବାବେଳେ ଶନିବାର ୩୭ ଡିଗ୍ରୀକୁ ଖସି ଆସିଛି। ସମ୍ବଲପୁର, ହୀରାକୁଦ ଏବଂ ବୌଦ୍ଧ ଜିଲାକୁ ଛାଡ଼ି ଦେଲେ ବାକି ସବୁଠି ଦିନ ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜୁନ୍ ୬ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। କେତେକ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଶନିବାର ସମ୍ବଲପୁରରେ ଦିନ ତାପମାତ୍ରା ୪୧.୪ ଡିଗ୍ରୀ ଥିବାବେଳେ ବୌଦ୍ଧରେ ୪୧.୨, ହୀରାକୁଦରେ ୪୦.୪, ଭୁବନେଶ୍ବରରେ ୩୭.୬, କଟକରେ ୩୫ ଡିଗ୍ରୀ ରହିଥିଲା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି। ପରବର୍ତ୍ତୀ ଦୁଇଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବନାହିଁ।

ତା’ ପରେ ପାରଦ ଉପରମୁହଁା ହେବ ଏବଂ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି। ବାଲେଶ୍ବର, ଚାନ୍ଦବାଲି, ପାରାଦ୍ବୀପ, କେନ୍ଦୁଝର, ଭବାନୀପାଟଣା, ଜଗତସିଂହପୁର ଏବଂ ରାଉରକେଲାରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼ ଓ ଗଞ୍ଜାମ ଜିଲାକୁ କାଳବୈଶାଖୀ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲାକୁ କାଳବୈଶାଖୀ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Post Views: 121
Share200Tweet125Send
Voice of Victims

Voice of Victims

Recent Posts

  • ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
  • ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ଯୁବକଙ୍କୁ ଧକ୍କା ଦେଲା କଶ୍ମୀର ଉପମୁଖ୍ୟମନ୍ତ୍ରୀଙ୍କ କାରକେଡ୍, ଯୁବକଙ୍କ ମୃତ୍ୟୁ
  • ଫୁକେଟ୍-ଦିଲ୍ଲୀ ବିମାନରେ ଭୟଙ୍କର ଟର୍ବୁଲାନ୍ସ ଘଟଣା, ପାଇଲଟଙ୍କ ଡୋପ୍ ଟେଷ୍ଟ ପଜେଟିଭ୍
  • ମୋଦିଙ୍କୁ ଫୋନ୍ କଲେ ଜେଡି ଭାନ୍ସ, ଆହୁରି ମଜଭୁତ ହେବ ଭାରତ-ଆମେରିକା ସମ୍ପର୍କ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In