• About Us
  • Contact Us
Monday, June 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଝାଡ଼ପଡାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

by Voice of Victims
June 8, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଝାଡ଼ପଡାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ରଣପୁର, ୭/୬ : ରଣପୁର ବ୍ଲକ ଅନ୍ତର୍ଗତ ଝାଡ଼ପଡା ଗ୍ରାମ ପଞ୍ଚାୟତର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଝାଡ଼ପଡାଠାରେ ଦ୍ୱିତୀୟ ପର୍ଯ୍ୟାୟରେ ଏକ ନୂତନ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ରାଜ୍ୟରେ ଏକାସାଙ୍ଗରେ ୨୦୪ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଝାଡ଼ପଡାଠାରେ ବିଦ୍ୟାଳୟ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।

ଆୟୋଜିତ କାର୍ଯ୍ୟକ୍ରମରେ ରଣପୁର ବିଡିଓ ମନୋଜ କୁମାର ନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ବନଲତା ବେହେରା, ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନ, ସରପଞ୍ଚ ସୌରୀବନ୍ଧୁ ସାହୁ, ପରେଶ ମିଶ୍ର, ନିର୍ମଳ କୁମାର ମତ୍ତଗଜସିଂହ, ସୁବର୍ଣ୍ଣ ସିଂ, ଅଭିଷେକ ସାମନ୍ତରାୟ ଓ ଅକ୍ଷୟ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଭର୍ଚୁଆଲ ଅଭିଭାଷଣ ଶୁଣିଥିଲେ।

ବକ୍ତାମାନେ କହିଥିଲେ ଯେ, ଝାଡ଼ପଡାରେ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହେଲେ ସ୍ଥାନୀୟ ଛାତ୍ରଛାତ୍ରୀମାନେ ଆଧୁନିକ ଭିତ୍ତିଭୂମି ସହ ଉନ୍ନତ ଓ ଗୁଣାତ୍ମକ ଶିକ୍ଷା ପାଇବାର ସୁଯୋଗ ପାଇବେ। ଏହା ଅଞ୍ଚଳର ଶିକ୍ଷା କ୍ଷେତ୍ରରେ ଏକ ନୂଆ ଦିଗନ୍ତ ସୃଷ୍ଟି କରିବ।

ତ୍ରିନାଥ ଉଦୟ ସିଂହ, ସଞ୍ଜୀବ କୁମାର ପରିଡ଼ା, ଗଣେଶ୍ୱର ମାନ୍ଧାତା, ମାନସ ଜେନା, ସୁବାସ ଚନ୍ଦ୍ର ନାୟକ, ପ୍ରଦୀପ ନାୟକ, ପ୍ରମୋଦ ସାମନ୍ତରାୟ, ରଘୁନାଥ ବଳିୟାରସିଂହ ଓ ଜିତେନ୍ଦ୍ର ଭୋଳ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଝାଡ଼ପଡାରେ ଏହି ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେବାକୁ ନେଇ ସ୍ଥାନୀୟ ଅଞ୍ଚଳବାସୀ ଆନନ୍ଦ ପ୍ରକାଶ କରିବା ସହ ବାଚସ୍ପତି ସୁରମା ପାଢୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

Post Views: 131
Share198Tweet124Send
Voice of Victims

Voice of Victims

Recent Posts

  • ପ୍ରକାଶ ପାଇଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ୨୦୨୬ର ଫଳାଫଳ, ଚଳିତ ମାସ ତୃତୀୟ ସପ୍ତାହରୁ ଆରମ୍ଭ ହେବ କାଉନସେଲିଂ
  • ଟିଏମସି ଦୁଇଫାଳ ! ୨୦ ସାଂସଦ କହିଲେ ଆମେ ଏନଡିଏରେ ସାମିଲ ହେବୁ..
  • ପୁରୀରେ ଜରୁରୀକାଳୀନ ଲ୍ୟାଣ୍ଡିଂ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର
  • କଟକରେ ବିଶ୍ୱ ସାଇକେଲ ଦିବସ ପାଳିତ
  • ମାନପୁରରେ ବରିଷ୍ଠ ନାଗରିକ ସଂଘର ସାଧାରଣ ସଭା ଅନୁଷ୍ଠିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In