• About Us
  • Contact Us
Tuesday, June 16, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା

by Voice of Victims
June 16, 2026
in ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା

ନୂଆଦିଲ୍ଲୀ : କଫ୍ ସିରପ୍ କୁ ନେଇ କେନ୍ଦ୍ର ସରକାରଙ୍କ ନୂଆ ନିୟମ । ଏବେ ଡାକ୍ତରୀ ପ୍ରେସକ୍ରିପସନ ବିନା ମେଡିକାଲ ଦୋକାନରେ ମିଳିବ ନାହିଁ କଫ୍ ସିରପ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କଫ୍ ସିରପକୁ ‘ସିଡ୍ୟୁଲ୍ K’ ତାଲିକାରୁ ବାଦ୍ ଦେଇଛି । ଏହାର ଅର୍ଥ ହେଉଛି, ଏଣିକି କଫ୍ ସିରପ କିଣିବା ପାଇଁ ଡାକ୍ତରଙ୍କ ପ୍ରେସକ୍ରିପସନ୍ ବା ଅନୁମତି ପତ୍ର ବାଧ୍ୟତାମୂଳକ ।

ଏ ପର୍ଯ୍ୟନ୍ତ ଆମେ ଫାର୍ମାସିରୁ ବିନା ପ୍ରେସକ୍ରିପସନରେ କଫ୍ ସିରପ କିଣି ପାରୁଥିଲୁ । କେନ୍ଦ୍ର ସରକାର ଜୁନ୍ ୯, ୨୦୨୬ରୁ ନୂଆ ନିୟମ ଲାଗୁ ହୋଇଛି । ଆଗରୁ ଡାକ୍ତରଙ୍କ ପ୍ରେସକ୍ରିପସନ ବିନା କଫ୍ ସିରପ କିଣି ହୋଇପାରୁଥିଲା । ମାତ୍ର ବର୍ତ୍ତମାନଠାରୁ କୋଡ଼ିନ୍ ଭଳି ଅଫିମ-ଆଧାରିତ ଔଷଧ ସମେତ ସମସ୍ତ କଫ୍ ସିରପ ପାଇଁ ଡାକ୍ତରୀ ପରାମର୍ଶ ଆବଶ୍ୟକ । ତେବେ କାଶ ପାଇଁ ବ୍ୟବହୃତ ଲଜେଞ୍ଜ୍, ବଟିକା କିମ୍ବା ଟାବଲେଟ୍ ଏହି ନିୟମରୁ ବାଦ୍ ପଡ଼ିଛନ୍ତି । ନୂଆ ପରିବର୍ତ୍ତନ ପରେ କଫ୍ ସିରପ୍ ବିକ୍ରି ଏବଂ ବିତରଣ କେବଳ ଲାଇସେନ୍ସ ପ୍ରାପ୍ତ ମେଡିକାଲ ଷ୍ଟୋର କିମ୍ବା ଫାର୍ମାସୀ ଜରିଆରେ କରାଯାଇପାରିବ । ଏହି ନିୟମ ଔଷଧ ଏବଂ ପ୍ରସାଧନ ସାମଗ୍ରୀ ଅଧିନିୟମ ୧୯୪୦ ଅଧିନରେ ଲାଗୁ ହେବ ।

ମଧ୍ୟପ୍ରଦେଶର ଛିନ୍ଦୱାଡ଼ା ଜିଲ୍ଲାରେ ବିଷାକ୍ତ କଫ୍ ସିରପ ସେବନ ଯୋଗୁଁ ୨୨ ଜଣ ଶିଶୁଙ୍କ ମୃତ୍ୟୁ ହେବା ପରେ ସରକାର ଏହି ପଦକ୍ଷେପ ନେଇଛନ୍ତି । ପୂର୍ବରୁ ମଧ୍ୟ ଦେଶର ବିଭିନ୍ନ ସ୍ଥାନରେ ଏବଂ ବିଦେଶରେ ଏଭଳି ବିଷାକ୍ତ ସିରପ ଯୋଗୁଁ ଶିଶୁ ମୃତ୍ୟୁର ଅନେକ ଘଟଣା ସାମ୍ନାକୁ ଆସିଛି । ଅନେକ ସିରପରେ ‘ଡେକ୍ସଟ୍ରୋମେଥୋର୍ଫାନ୍’ ଭଳି ଉପାଦାନ ଥାଏ, ଯାହା ଛୋଟ ଶିଶୁଙ୍କ ପାଇଁ ଅତ୍ୟନ୍ତ କ୍ଷତିକାରକ ଏବଂ ଶ୍ୱାସକ୍ରିୟାରେ ସମସ୍ୟା ସୃଷ୍ଟି କରିପାରେ । ପ୍ରେସକ୍ରିପସନ୍ ବାଧ୍ୟତାମୂଳକ ହେଲେ, ଡାକ୍ତରଙ୍କ ପରାମର୍ଶ ବିନା ଏଭଳି ଔଷଧ ଶିଶୁମାନଙ୍କୁ ଦିଆଯିବ ନାହିଁ ।

Post Views: 10
Share197Tweet123Send
Voice of Victims

Voice of Victims

Recent Posts

  • NEET UG ପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମକୁ ଜୁନ୍ ୨୨ ଯାଏଁ ଅସ୍ଥାୟୀ ଭାବେ କଲେ ବନ୍ଦ
  • ଡାକ୍ତରଙ୍କ ପ୍ରେସକ୍ରିପସନ୍ ବିନା ମିଳିବନି କଫ୍ ସିରପ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶନାମା
  • ସଙ୍ଗିନୀ ଫାଉଣ୍ଡେସନର ରଜ ପରବ-2026 ପାଳିତ
  • ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଅଦ୍ଭୁତପୂର୍ବ ସ୍ଵାଗତ ସମ୍ବର୍ଦ୍ଧନା
  • ସୁପ୍ରିମକୋର୍ଟରେ ଅନୁଭବ-ବର୍ଷା ବିବାଦ, ଅନୁଭବଙ୍କ ଆବେଦନ ଉପରେ ସରକାରଙ୍କୁ ନୋଟିସ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In