• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ଝଡ଼ବର୍ଷା ସହ ବିଜୁଳି ଘଡ଼ଘଡ଼ି ଚେତାବନୀ

by Voice of Victims
June 21, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ୱର: ରାଜ୍ୟରେ ଗରମ ଓ ଗୁଳିଗୁଳିରୁ ତ୍ରାହି ମିଳିବାକୁ ଥିବା ବେଳେ ଏବେ କାଳବୈଶାଖୀ ବଡ଼ ବିପତ୍ତି ଆଣିବାକୁ ଯାଉଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ଜୁନ୍ ୨୪ ତାରିଖ ପର୍ଯ୍ୟନ୍ତ ସମଗ୍ର ଓଡ଼ିଶାରେ କାଳବୈଶାଖୀର ପ୍ରକୋପ ଜାରି ରହିବ। ଏହି ସମୟ ମଧ୍ୟରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ଏବଂ ପବନ ହେବାର ସମ୍ଭାବନା ରହିଛି। ଉପୁଜିଥିବା ଏହି ଆକସ୍ମିକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଲର୍ଟ ଜାରି କରାଯିବା ସହ ସାଧାରଣ ଜନତାଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ପାଣିପାଗ ବିଭାଗ ପକ୍ଷରୁ ଓଡ଼ିଶାର ପ୍ରାୟ ୨୮ଟି ଜିଲ୍ଲା ପାଇଁ ସ୍ୱତନ୍ତ୍ର ସତର୍କ ସୂଚନା ଜାରି କରାଯାଇଛି। ଉପକୂଳ, ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପ୍ରବଳ ପବନ ବହିପାରେ। କେତେକ ଜିଲ୍ଲାରେ ପବନର ବେଗ ୬୦ କିଲୋମିଟର ମଧ୍ୟ ଛୁଇଁପାରେ। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ କୋରାପୁଟ ଭଳି ଜିଲ୍ଲାଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଯେଉଁଠି ପାଗ ଅଧିକ ମାରାତ୍ମକ ହେବାର ଆଶଙ୍କା ରହିଛି।

ବର୍ଷା ଓ ଝଡ଼ ପାଇଁ ପାଣିପାଗ ଅନୁକୂଳ ହେଉଥିବାରୁ ଏହା ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଅଗ୍ରଗତି ପାଇଁ ସହାୟକ ହେବ। ମାତ୍ର ବଜ୍ରପାତର ଭୟାବହତାକୁ ଦୃଷ୍ଟିରେ ରଖି ଲୋକଙ୍କୁ ଖୋଲା ପଡ଼ିଆ କିମ୍ବା ଗଛ ମୂଳକୁ ନଯିବାକୁ କୁହାଯାଇଛି।

Post Views: 102
Share200Tweet125Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In